Posted inଜାତୀୟ

ପେଟ୍ରୋଲ ଢାଳି ୪ ଜଣଙ୍କୁ ଜାଳିଦେଲେ

ବିକାନେର,୯ା୩: ରାଜସ୍ଥାନର ବିକାନେ ଜିଲା ନୋଖାରେ ରବିବାର ୪ ଜଣ ବ୍ୟକ୍ତିଙ୍କ ଉପରେ ପୋଟ୍ରୋଲ ଢାଳି ଜାଳିଦେବା ଭଳି ଅଭାବନୀୟ କାଣ୍ଡ ସାମ୍ନାକୁ ଆସିଛି। ନିଆଁରେ ପୋଡ଼ି ହୋଇଯିବା ପରେ ସେମାନଙ୍କ ମଧ୍ୟରୁ ୨ ଜଣ ଜୀବନ ସହ ସଂଘର୍ଷ କରୁଛନ୍ତି।
୪ ଜଣ ଯୁବକ ଏକ ଜିପ୍‌ରେ ଯାଉଥିବାବେଳେ ନୋଖା ଥାନା ପଛପଟ ରାସ୍ତାରେ ୭ରୁ ୮ ଜଣ ଦୁର୍ବୃତ୍ତ ସେମାନଙ୍କୁ ଅଟକାଇଥିଲେ। ଦୁର୍ବୃତ୍ତମାନେ ଉକ୍ତ ଜିପ୍‌ରେ ପୋଟ୍ରୋଲ ଢାଳି ନିଆଁ ଲଗାଇଦେଇଥିଲେ। ଯୁବକମାନେ ଜିପ୍‌ରୁ ତଳକୁ ଓହ୍ଲାଇଆସିବାରେ ସକ୍ଷମ ହୋଇଥିଲେ। ସେମାନଙ୍କୁ ସ୍ଥାନୀୟ ଲୋକେ ପିବିଏମ୍‌ ସରକାରୀ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଶାନ୍ତି ଲାଲ ଓ ଅଜିତ ସିଂ ନାମକ ଦୁଇ ଯୁବକଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁର୍ବୃତ୍ତମାନେ ଏପରି କାଣ୍ଡ ଭିଆଇଥିବା ବିକାନେର ଏସ୍‌ପି ପ୍ରଦୀପ ମୋହନ ଶର୍ମା ସୂଚନା ଦେଇଛନ୍ତି। ଏସ୍‌ପି କହିଛନ୍ତି, ଅଜିତ ଓ ଅନ୍ୟମାନେ କିଛିଦିନ ତଳେ ନୋଖା ନିକଟସ୍ଥ ଉଗମସର ଗ୍ରାମର ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରିଥିଲେ। ଏହାର ପ୍ରତିଶୋଧ ନେବାକୁ ଯାଇ ସେମାନେ ଏପରି କରିଛନ୍ତି। ୪ ଜଣ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଛି। ସେମାନେ ହେଲେ ସୁରେଶ ବିଷ୍ଣୋଇ, ଗୋବିନ୍ଦ ଡାନ, ରାହୁଲ ଓ ରଓ୍ବେନ୍ତ। ଇତିମଧ୍ୟରେ ସ୍ଥାନୀୟ ଭାଜପା ଏମ୍‌ପି ବିହାରୀ ଲାଲ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

ବଦଳିଲା NEET PG ପରୀକ୍ଷା ନିୟମ, ଆଧାର ଭେରିଫିକେସନ୍…

ନୂଆଦିଲ୍ଲୀ,୨।୮: ଆସନ୍ତା ଅଗଷ୍ଟ ୩୦ ତାରିଖରେ NEET PG ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହା ପୂର୍ବରୁ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର ସାମ୍ନାକୁ…

‘ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ସକାରାତ୍ମକ ପଦକ୍ଷେପର ରହିଛି ଆବଶ୍ୟକତା’

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ସମସ୍ତଙ୍କ ସହଯୋଗ ଓ ସାମୂହିକ ପ୍ରୟାସ ରହିଲେ ଏକ ନିଶାମୁକ୍ତ ଭାରତ ଗଠନ ସମ୍ଭବ। ବିଶେଷକରି ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ…

ଶ୍ରାବଣରେ ମାଛ-ମାଂସ ଖାଇବାକୁ କାହିଁକି ମନା କରାଯାଏ? କେବଳ ଧାର୍ମିକ ନୁହେଁ ରହିଛି ବୈଜ୍ଞାନିକ କାରଣ

ଶ୍ରାବଣ ମାସ ଆରମ୍ଭ ହୋଇଯାଇଛି । ହିନ୍ଦୁ ଧର୍ମରେ ଏହି ମାସକୁ ଅତ୍ୟନ୍ତ ସ୍ୱତନ୍ତ୍ର ବୋଲି ବିବେଚନା କରାଯାଏ । ଶହ ଶହ ବର୍ଷରୁ ଏହା ସାଧାରଣ…

ଲୁଗା ବ୍ୟବସାୟୀଙ୍କ ଘରୁ ଲୁଟ୍‌ ଘଟଣା: ନିଜେ ଆଇଆଇସି କଲେ ତଦନ୍ତ

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦାରିଙ୍ଗବାଡ଼ି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍‌ ଘଟଣାକୁ…

ଗାଁ ଗାଁ ବୁଲି ଆବର୍ଜନା ସଂଗ୍ରହ କରୁଛନ୍ତି ମଞ୍ଜୁଲତା, ସାଉଁଟୁଛନ୍ତି ପ୍ରଶଂସା

ପାଟଣା,୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ମୂଷାଖୋରୀ ପଞ୍ଚାୟତ ମୂଷାଖୋରୀ ଗ୍ରାମର କାଶିଆ ସାହିର ମଞ୍ଜୁଲତା ମହାନ୍ତ ସ୍ବଚ୍ଛ ଭାରତ ମିଶନର ଜଣେ ପ୍ରକୃତ ସାରଥୀ…

ପୁଣି ଜନନୀ ଯନ୍ତ୍ରଣା: ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ଅଭାବନୀୟ ଜନନୀ ଯନ୍ତ୍ରଣାର ଚିତ୍ର ସାମ୍ନାକୁ ଆସିଛି। ବିକାଶର ଡିଣ୍ଡିମ ପିଟାଯାଉଥିଲେ ବି…

ଟିମ ଇଣ୍ଡିଆକୁ ବଡ଼ ଝଟକା; ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜରୁ ବାଦ ପଡ଼ିଲେ…

ନୂଆଦିଲ୍ଲୀ,୨।୮: ଭାରତୀୟ ଦଳ ଅଗଷ୍ଟ ୪ରେ ଶ୍ରୀଲଙ୍କା ଯିବାର ସମ୍ଭାବନା ଅଛି। ଏହି ଗସ୍ତ ସମୟରେ ଦୁଇ ଦଳ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri