ବ୍ରହ୍ମପୁର ଅଫିସ,୨୨ା୫: ବଡବଜାର ପୋଲିସ ଏକ ଡକାୟତ ଗ୍ୟାଙ୍ଗକୁ କାବୁ କରିଛି। ସୋମବାର ଥାନାଧିକାରୀ ପ୍ରଶାନ୍ତ ଭୂପତି ଏବଂ ତାଙ୍କ ଟିମ୍ ରାତ୍ରିକାଳୀନ ପାଟ୍ରୋଲିଂ କରୁଥିବା ବେଳେ ଶ୍ରୀକ୍ଷେତ୍ର ବିହାରରେ ବିଭିନ୍ନ ପ୍ରକାର ମାରଣାସ୍ତ୍ର ସହ ଏକତ୍ରିତ ହୋଇଥିବା ୬ ଜଣିଆ ଡକାୟତି ଗ୍ୟାଙ୍ଗକୁ ଧରିଥିଲେ। ସେମାନେ ହେଲେ ଗୋଷାଣୀନୂଆଗଁା ରାଜୀବନଗରର ଅଜୁ ସାହୁ, କାଳୁଆ ସାହିର ମନୋଜ ସାମନ୍ତରା, ଲାଞ୍ଜିପଲ୍ଲୀ ଢ଼ିପ ସାହିର ଶିବ ଘଣ୍ଟ, ଅକ୍ଷୟ ନାୟକ, କାଳୁଆ ବାଉରୀ ସାହିର ଜଗନ୍ନାଥ ଦାସ ଓ ଲାଞ୍ଜିପଲ୍ଲୀର ଦୀପକ ଚୌହାନ ବୋଲି ପୋଲିସ ସୂଚନା ଦେଇଛି। ଘଟଣାସ୍ଥଳରୁ ୨ଟି ଖଣ୍ଡା, ୪ ବୋମା ଜବତ କରିଛି। ଶ୍ରୀକ୍ଷେତ୍ରବିହାର ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ଡକାୟତି ପାଇଁ ଯୋଜନା କରୁଥିବା ପୋଲିସକୁ ଜେରା ବେଳେ ସେମାନେ କହିଥିବା ନେଇ ଥାନାଧିକାରୀ ଭୂପତି ସୂଚନା ଦେଇଛନ୍ତି। ମାମଲା ନଂ. ୮୪/୧୯ରେ ଗିରଫ ଡକାୟତଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଛି।
ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…
ଛତ୍ରପୁର,୮।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର
ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…
ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…
ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…
ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…
ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…
ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ
ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…
ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ
ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…
Archives

