Posted inପୁରୀ

ପେଣ୍ଠପଡ଼ାରେ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ସାକ୍ଷୀଗୋପାଳ,୨୮।୪(ଡି.ଏନ୍‌.ଏ.): କରୋନା ଲଢ଼େଇରେ ସାମିଲ ହୋଇ ତୃଣମୂଳରେ କର୍ତ୍ତବ୍ୟ ସମ୍ପାଦନ କରୁଥିବା କରୋନା ଯୋଦ୍ଧାମାନଙ୍କୁ ସତ୍ୟବାଦୀ ବ୍ଲକ ପେଣ୍ଠପଡ଼ା ପଞ୍ଚାୟତ କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବର୍ଦ୍ଧିତ କରାଯାଇଛି। ସାମାଜିକ କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ତହସିଲଦାର କସ୍ତୁରୀ ପ୍ରଧାନ, ବିଡିଓ ସରୋଜ ଦତ୍ତ, ଆଇଆଇସି ଦେବୀ ପ୍ରସାଦ ପାତ୍ର, ମେଡିକାଲ ଅଫିସର ବିଶ୍ୱଜିତ ମିଶ୍ର, ଦମକଳ କେନ୍ଦ୍ର ଅଧିକାରୀ ମନୋଜ ପାତ୍ର, ସରପଞ୍ଚ ବାସନ୍ତୀ ବେହେରା, ସମିତିସଭ୍ୟା ଗୀତାରାଣୀ ଭୋଇ, ଭିଏଲଡବ୍ଲୁ ବନଲତା ଚିନ୍ନରାଙ୍କ ସହ ୧୦ଜଣ ଅଙ୍ଗନଓ୍ବାଡି, ୬ଜଣ ଆଶାକର୍ମୀ, ୱାର୍ଡ ସଭ୍ୟାସଭ୍ୟ, ଫାର୍ମାସିଷ୍ଟ, ଖବରଦାତାଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ସୁନୀଲ ପଣ୍ଡା, ଅଜୟ ମହାପାତ୍ର, ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ଅନିଲ ସାହୁ, ଦେବାଶିଷ ହୋତା, ପ୍ରତାପ ମହାଭୋଇ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri