Posted inଖେଳ

ପେନାଲ୍ଟି କର୍ନର: ହରମନପ୍ରୀତଙ୍କ ଶତକ ମ୍ୟାଚ

ଭୁବନେଶ୍ୱର, ୧୫।୬(କ୍ରୀଡ଼ା ପ୍ରତିନିଧି)-
କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟର ଶୁକ୍ରବାର ଅନୁଷ୍ଠିତ ଜାପାନ ବିପକ୍ଷ ସେମିଫାଇନାଲରେ କ୍ୟାରିୟରର ୧୦୦ତମ ଅନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି ଭାରତର ହରମନପ୍ରୀତ ସିଂ। ଏହି ଡ୍ରାଗ୍‌ ଫ୍ଲିକର କେବଳ ଶତକ ମ୍ୟାଚ ଖେଳି ନ ଥିଲେ ଭାରତ ପକ୍ଷରୁ ଗୋଲ ସ୍କୋର କରି ନିଜର ଏହି ମାଇଲ୍‌ଖୁଣ୍ଟ ମ୍ୟାଚକୁ ସ୍ମରଣୀୟ ମଧ୍ୟ କରିଥିଲେ। ସଂଯୋଗ ବଶତଃ ଭୁବନେଶ୍ୱରରେ ଅନୁଷ୍ଠିତ ଜାପାନ ବିପକ୍ଷ ଟେଷ୍ଟ ସିରିଜରେ ହିଁ ନିଜର ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିଲେ ହରମନପ୍ରୀତ। ଏବେ ସେହି ଗ୍ରାଉଣ୍ଡ ଏବଂ ସେହି ପ୍ରତିଦ୍ୱନ୍ଦ୍ୱୀ ବିପକ୍ଷରେ ୧୦୦ତମ ମ୍ୟାଚ ଖେଳିଛନ୍ତି। ହରମନପ୍ରୀତଙ୍କ ଆକର୍ଷଣୀୟ ପ୍ରଦର୍ଶନ ବଳରେ ଭାରତ ୨୦୧୬ରେ ଲଣ୍ଡନରେ ଅନୁଷ୍ଠିତ ଚାମ୍ପିୟନ୍ସ ଟ୍ରଫି ହକିରେ ଐତିହାସିକ ରୌପ୍ୟ ପଦକ ହାସଲ କରିଥିଲା। ଚମତ୍କାର ଡ୍ରାଗ୍‌ ଫ୍ଲିକ୍‌ ଦକ୍ଷତା ଯୋଗୁ ହରମନପ୍ରୀତଙ୍କୁ ଟୁର୍ନାମେଣ୍ଟର ଉଦୀୟମାନ ଖେଳାଳି ପୁରସ୍କାର ମିଳିଥିଲା। ୨୦୧୬ ରିଓ ଅଲିମ୍ପିକ୍ସ ପାଇଁ ଘୋଷିତ ଭାରତୀୟ ଦଳରେ ସେ ଅନ୍ୟତମ ଯୁବ ଖେଳାଳିଭାବେ ସ୍ଥାନ ପାଇଥିଲେ। ଏହି ବର୍ଷ ଶେଷଭାଗରେ ଲକ୍ଷ୍ନୌରେ ଅନୁଷ୍ଠିତ ଭାରତର ଜୁନିୟର ବିଶ୍ୱକପ ସଫଳତାରେ ସେ ଅନ୍ୟତମ ସଫଳ ବିନ୍ଧାଣି ଥିଲେ। ଏହିଠାରୁ ଅମୃତସର ଜନ୍ମିତ ଏହି ଡିଫେଣ୍ଡର ଭାରତୀୟ ସିନିୟର ଦଳର ନିୟମିତ ସଦସ୍ୟ ରହି ଆସିଛନ୍ତି। ୨୦୧୭ ଏସିଆ କପ୍‌ରେ ସ୍ବର୍ଣ୍ଣ, ୨୦୧୮ ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ସ୍ବର୍ଣ୍ଣ, ୨୦୧୭ରେ ଭୁବନେଶ୍ୱରରେ ଅନୁଷ୍ଠିତ ହକି ୱାଲର୍‌ଡ ଲିଗ୍‌ ଫାଇନାଲରେ ବ୍ରୋଞ୍ଜ, ୨୦୧୮ ଚାମ୍ପିୟନ୍ସ ଟ୍ରଫିରେ ରୌପ୍ୟ ଏବଂ ଗତବର୍ଷ ଅନୁଷ୍ଠିତ ଏସିଆନ ଗେମ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ଦଳର ସେ ସଦସ୍ୟ ଥିଲେ। ”ଆଧୁନିକ ହକିରେ ମୁଁ କେତେକ ଶ୍ରେଷ୍ଠ ଖେଳାଳିଙ୍କ ବିପକ୍ଷରେ ଖେଳିଥିବାରୁ ନିିଜକୁ ଭାଗ୍ୟବାନ ମନେ କରୁଛି। ପ୍ରତିଦିନ କିଛିନା କିଛି ଶିଖିବାର ଅଛି। ଏଥିରେ ମୁଁ ବିଶ୍ୱାସ କରେ ଏବଂ ଭାରତ ପକ୍ଷରୁ ୧୦୦ ମ୍ୟାଚ ଖେଳିଥିବାରୁ ମୁଁ ପ୍ରକୃତରେ ଗର୍ବିତ। ଘରୋଇ ପରିବେଶରେ ଦର୍ଶକଙ୍କ ସମ୍ମୁଖରେ ଏହି ମ୍ୟାଚ ଖେଳିଥିବାରୁ ବହୁତ ଖୁସି ଲାଗୁଛି। ଏଥିପାଇଁ ମୋର ସାଥି ଖେଳାଳି ଏବଂ ପ୍ରଶଂସକଙ୍କୁ ମୁଁ ଧନ୍ୟବାଦ ଜଣାଇବାକୁ ଚାହିଁବି“ ବୋଲି ହରମନପ୍ରୀତ ନିଜ ପ୍ରତିକ୍ରୀୟାରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri