ପେପରଲେସ୍‌ ଡିଏଲ୍‌, ଆର୍‌ସିରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ୫-ଟି ପଦକ୍ଷେପ ସ୍ବରୂପ ଆବେଦନକାରୀଙ୍କୁ ଡିଏଲ୍‌ ଓ ଆର୍‌ସି ପ୍ରଦାନ ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ପେପରଲେସ୍‌ (କାଗଜବିହୀନ) ଓ ଅସୁବିଧାମୁକ୍ତ କରିବା ଦିଗରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ। ୨୦୧୯ ସେପ୍ଟେମ୍ବର ୨୬ରେ ମୁଖ୍ୟମନ୍ତ୍ରୀ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ଗୁଡ଼ିକୁ ଦଲାଲମୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଆଞ୍ଚଳିକ ପରିବହନ କାର୍ଯ୍ୟାଳୟଗୁଡ଼ିକରେ ସୂଚନା କିଓସ୍କୋ ଓ ସ୍ମାର୍ଟ କ୍ୟୁ ପରିଚାଳନା ବ୍ୟବସ୍ଥା (ଏସ୍‌କ୍ୟୁଏମ୍‌ଏସ୍‌) ସ୍ଥାପନ ଜରିଆରେ କାର୍ଯ୍ୟାଳୟକୁ ଆସୁଥିବା ବ୍ୟକ୍ତିବିଶେଷଙ୍କ ମୂଲ୍ୟବାନ ସମୟ ରକ୍ଷା ହେବା ସହ ସେମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ହୋଇପାରୁଛି ବୋଲି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ କାର୍ଯ୍ୟକ୍ରମଗୁଡ଼ିକର ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ବୁଧବାର ଗୀତଗୋବିନ୍ଦ ସଦନଠାରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି, ଭାରିଯାନ ଚାଳକମାନଙ୍କୁ ଅଧିକ ଦକ୍ଷ କରିବା ଉଦ୍ଦେଶ୍ୟରେ ଯାଜପୁର ଛତିଆସ୍ଥିତ ଭାରିଯାନ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ଏକ ରିଫ୍ରେଶର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଏପ୍ରିଲ ମାସରେ ଭାରିଯାନ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ପ୍ରାୟ ୧,୬୯୮ ଡ୍ରାଇଭରଙ୍କୁ ତାଲିମ ଦିଆଯାଇଥିବାବେଳେ ବର୍ତ୍ତମାନ ସୁଦ୍ଧା ୧୧,୯୦୭ ଜଣ ପ୍ରଥମ ପ୍ରତିକ୍ରିୟାକାରୀଙ୍କୁ ତାଲିମ ଦିଆଯାଇଛି। ବିଜୁ ପଟ୍ଟନାୟକ ବିମାନବନ୍ଦର ନାମରେ ୧୯୬୨ରୁ ମାତ୍ର ଗୋଟିଏ ବିମାନ ବନ୍ଦର ଥିଲା। ବହୁ ଦାବି ପରେ ୨୦୧୩ରେ ଏହା ଅନ୍ତର୍ଜାତୀୟ ବିମାନବନ୍ଦରରେ ପରିଣତ ହୋଇଥିଲା। ଏବେ ଓଡ଼ିଶାରେ ଏକାଧିକ ଏୟାରଷ୍ଟ୍ରିପ୍‌ ରହିଛି। ଆଞ୍ଚଳିକ ଓ ଆନ୍ତଃରାଜ୍ୟ ବିମାନ ଯୋଗାଯୋଗ ବ୍ୟବସ୍ଥାର ଅଭିବୃଦ୍ଧି ଏବଂ ଏହି ସମ୍ପଦକୁ ଓଡ଼ିଆ ଯୁବତୀଯୁବକଙ୍କ ବୃତ୍ତିଗତ ଦକ୍ଷତା ପାଇଁ ବ୍ୟବହାର କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଏୟାରଷ୍ଟ୍ରିପ୍‌ଗୁଡ଼ିକର ପୁନରୁଦ୍ଧାର ପାଇଁ ଆଗେଇ ଆସିଛନ୍ତି। ୨୦୦୪ରେ ଓଡ଼ିଶା ବନ୍ଦର ନୀତିରେ ୧୪ଟି ସମ୍ଭାବ୍ୟ ସ୍ଥାନକୁ ଅଣ-ପ୍ରମୁଖ ବନ୍ଦର ଭାବେ ଚିହ୍ନଟ କରାଯାଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ବ୍ଲକସ୍ତରରେ ୫୫ଟି ନୂଆ ବସ୍‌ଷ୍ଟାଣ୍ଡ ନିର୍ମାଣ କରାଯାଇଛି ା ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୭୦ଟି ନୂଆ ସ୍ଥାନ ଚିହ୍ନଟ କରାଯାଇଛି। ନାଗରିକମାନଙ୍କୁ ସୁବିଧାପ୍ରଦାନ କରିବା ପାଇଁ ଆରଟିଓଗୁଡ଼ିକର ଅନ୍‌ଲାଇନ୍‌ ସେବା ଯୋଗାଣ ପ୍ଲାଟ୍‌ଫର୍ମକୁ ସୁଦୃଢ଼ କରାଯାଇଛିି ବୋଲି ମନ୍ତ୍ରୀ କହିଛନ୍ତି। ଏହି ଅବସରରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ଓ ବିଭାଗୀୟ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri