Posted inଖେଳ

ପେସ୍‌-ରେହା ଭରଣପୋଷଣ ମାମଲା: ଫ୍ୟାମିଲି କୋର୍ଟକୁ ବର୍ଷେ ସମୟ ଦେଲେ ସୁପ୍ରିମ କୋର୍ଟ

ନୂଆଦିଲ୍ଲୀ,୨୩ା୭(ପି.ଟି.):
ଭେଟେରାନ ଟେନିସ୍‌ ତାରକା ଲିଆଣ୍ଡର ପେସ୍‌ ଓ ତାଙ୍କ ପୂର୍ବତନ ଲିଭ୍‌-ଇନ୍‌ ପାର୍ଟନର ରେହା ପିଲାଇଙ୍କ ଭରଣପୋଷଣ ମାମଲା ଆଗାମୀ ୧ ବର୍ଷ ମଧ୍ୟରେ ଶେଷ କରିବାକୁ ସୁପ୍ରିମକୋର୍ଟ ସୋମବାର ଫ୍ୟାମିଲି କୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ଫ୍ୟାମିଲି କୋର୍ଟ ବିଚାରପତି ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ଏହି ମାମଲାର ପ୍ରୋସିଡିଂ ଶେଷ କରିବା ପାଇଁ ଅଧିକ ସମୟ ଦେବାକୁ ଚିଠି ଲେଖିଥିଲେ। ଜଷ୍ଟିସ ୟୁ ୟୁ ଲଳିତ ଏବଂ ଭିନିତ ଶରଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଗତ ଜୁନ୍‌ ୨୦୧୮ରେ ମାମଲା ଶେଷ କରିବାକୁ ଗୋଟିଏ ବର୍ଷ ସମୟ ଦେଇଥିଲେ। ତେବେ ପୁନର୍ବାର ସୁପ୍ରିମକୋର୍ଟ ଫ୍ୟାମିଲି କୋର୍ଟଙ୍କୁ ଦ୍ୱିତୀୟ ଥର ପ୍ରୋସିଡିଂ ଶେଷ କରିବା ପାଇଁ ସମୟ ବୃଦ୍ଧି କରିଛନ୍ତି। ଗତବର୍ଷ ମାର୍ଚ୍ଚ ୧୬ରେ ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣି ଶେଷ କରିବା ପାଇଁ ଫ୍ୟାମିଲି କୋର୍ଟଙ୍କୁ ୩ ମାସ ସମୟ ଦେଇଥିଲେ। ମାତ୍ର ଏହି ସମୟ ମଧ୍ୟରେ ଉକ୍ତ ମାମଲାର ବିଚାର ଶେଷ ହୋଇପାରି ନ ଥିଲା। ୨୦୧୪ରୁ ଏହି ଦମ୍ପତି ଭରଣପୋଷଣ ଏବଂ ଝିଅକୁ ନେବା ଲାଗି ଆଇନର ସହାୟତା ନେଇଥିଲେ। ଅନ୍ୟପକ୍ଷରେ ପିଲାଇ ପେସ୍‌ ଓ ତାଙ୍କ ବାପାଙ୍କ ବିରୋଧରେ ଘରୋଇ ହିଂସା ଏବଂ ଉତ୍ପୀଡ଼ନ ମାମଲା ଦାଏର କରିଥିଲେ। ସୁପ୍ରିମକୋର୍ଟ ଉଭୟଙ୍କୁ ସେମାନଙ୍କ ମଧ୍ୟରେ ରହିଥିବା ବିବାଦର ଆପୋଷ ବୁଝାମଣା କରିବା ଲାଗି ୬ ମାସ ସମୟ ଦେଇଥିଲେ। ମାତ୍ର ଏହା ମଧ୍ୟରେ ଏହି ଦମ୍ପତିଙ୍କ ମଧ୍ୟରେ ବୁଝାମଣା ନ ହେବାରୁ ୨୦୧୭ ଜୁଲାଇ ୧୮ତାରିଖରେ ସୁପ୍ରିମକୋର୍ଟ ମାମଲାକୁ ଫ୍ୟାମିଲି କୋର୍ଟଙ୍କୁ ହସ୍ତାନ୍ତର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri