Posted inଜାତୀୟ

ପେହଲୁଙ୍କ ବିରୋଧରେ ମରଣୋତ୍ତର ଚାର୍ଜଶିଟ୍‌

ନୂଆଦିଲ୍ଲୀ,୩୦ା୬(ଆଇଏଏନ୍‌ଏସ୍‌): ଗୋରୁ ଚୋରାଚାଲାଣ ଅଭିଯୋଗରେ ରାଜସ୍ଥାନ ପୋଲିସ ଶନିବାର ମୃତ ପେହଲୁ ଖାନ୍‌ଙ୍କ ସମେତ ତାଙ୍କର ଦୁଇପୁଅଙ୍କ ନାଁରେ ଚାର୍ଜଶିଟ୍‌ ଦାଖଲ କରିଥିବା ଖବର ପ୍ରକାଶ ପାଇବା ପରେ ବିବାଦ ସୃଷ୍ଟି ହୋଇଛି। ଚାର୍ଜଶିଟ୍‌ରେ ମୃତ ପେହଲୁଙ୍କ ନାଁ ଥିବା କୁହାଯାଉଥିବାବେଳେ ଏହାକୁ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଖଣ୍ଡନ କରିଛନ୍ତି।
୨୦୧୭ ଏପ୍ରିଲରେ ଗାଡ଼ିରେ ଗୋରୁ ବୋଝେଇ କରି ନେଉଥିବା ପେହଲୁ ଖାନ୍‌ଙ୍କୁ ଅଲଓ୍ବରଠାରେ ତଥାକଥିତ ଗୋରକ୍ଷକମାନେ ପିଟିପିଟି ମାରିଦେଇଥିଲେ। ପେହଲୁଙ୍କ ନାଁରେ ରାଜସ୍ଥାନ ପଶୁହତ୍ୟା ନିରାକରଣ ଓ ଚାଲାଣ ନିୟନ୍ତ୍ରଣ ଆଇନର ଧାରା ୬ରେ ଚାର୍ଜଶିଟ୍‌ ହୋଇଥିବାବେଳେ ତାଙ୍କ ପୁଅ ଇର୍ସାଦ ଓ ଅରିଫଙ୍କ ବିରୋଧରେ ଧାରା ୫, ୮ ଓ ୯ରେ ପୋଲିସ ଚାର୍ଜଶିଟ୍‌ ଦାଏର ହୋଇଥିବା ଖବର ପ୍ରକାଶ ପାଇଥିଲା। ରାଜସ୍ଥାନରେ ଅଶୋକ ଗେହଲଟଙ୍କ ନେତୃତ୍ୱରେ କଂଗ୍ରେସ ସରକାର ଗଠନ ହେବାର ୧୩ ଦିନ ପରେ ଗତବର୍ଷ ଡିସେମ୍ବର ୩୦ରେ ଏହି ଚାର୍ଜଶିଟ୍‌ ପ୍ରସ୍ତୁତ ହୋଇଥିଲା। ଭାଜପା ସରକାର ସମୟରେ ହୋଇଥିବା ତଦନ୍ତ ଆଧାରରେ ଉକ୍ତ ଚାର୍ଜଶିଟ୍‌ ପ୍ରସ୍ତୁତ ହୋଇଥିବାରୁ ତଦନ୍ତରେ ତ୍ରୁଟି ଥିଲେ ତାହାର ପୁନଃତଦନ୍ତ ନିର୍ଦ୍ଦେଶ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଗେହଲଟ ପୂର୍ବରୁ କହିଥିଲେ। ରାଜସ୍ଥାନ ପୋଲିସ ଗତ ଡିସେମ୍ବର ମାସରେ ଦାଖଲ କରିଥିବା ଚାର୍ଜଶିଟ୍‌ରେ ପେହଲୁ ଖାନ୍‌ଙ୍କ ନାଁ ନ ଥିବା ପରେ ସେ କହିଛନ୍ତି। ଦେଶର ଯେକୌଣସି ସ୍ଥାନରେ ହେଉଥିବା ଭିଡ଼ ହିଂସାକୁ କଂଗ୍ରେସ ଦୃଢ଼ ବିରୋଧ କରେ। ଭବିଷ୍ୟତରେ ଏଭଳି ଘଟଣା ଯେପରି ନ ଘଟେ ସେଥିପାଇଁ ତାଙ୍କ ସରକାର ଯଥେଷ୍ଟ ସତର୍କ ରହିଥିବା ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରିଛନ୍ତି।
୨୦୧୭ ଏପ୍ରିଲ ୧ରେ ପେହଲୁ ଓ ତାଙ୍କ ଦୁଇପୁଅ ଜୟପୁର ମେଳାରୁ ଏକ ଗାଡିରେ ଗୋରୁ ଆଣି ଘରକୁ ଫେରୁଥିବାବେଳେ ଅଲଓ୍ବର ନିକଟସ୍ଥ ଜୟପୁର-ଦିଲ୍ଲୀ ରାଜପଥରେ ନିଜକୁ ଗୋରକ୍ଷକ କହୁଥିବା କେତେଜଣ ସ୍ଥାନୀୟ ଲୋକ ତାଙ୍କୁ ଚୋରାବେପାରୀ କହି ମାଡ଼ ମାରିଥିଲେ। ଗୁରୁତର ପେହଲୁଙ୍କର ଏପ୍ରିଲ ୩ରେ ମୃତ୍ୟୁ ହୋଇଥିଲା। ତେବେ ଶନିବାର ଦାଖଲ ହୋଇଥିବା ଚାର୍ଜଶିଟ୍‌ରେ ରାଜସ୍ଥାନ ପୋଲିସ ପେହଲୁଙ୍କୁ ଜଣେ ଗୋରୁ ଚୋରାବେପାରୀ ବୋଲି ଅଭିଯୋଗ କରିଥିବା ଖବର ସାମନାକୁ ଆସିବା ପରେ ଏହାକୁ ନେଇ ବିବାଦ ଦେଖାଦେଇଥିଲା। ପେହଲୁଙ୍କୁ ପିଟି ହତ୍ୟା କରିଥିବା ୮ ଅଭିଯୁକ୍ତ ଜାମିନରେ ଆସି ବାହାରେ ବୁଲୁଥିବାବେଳେ ପୋଲିସ ମୃତ ପେହଲୁଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କରିବାକୁ ନେଇ ରାଜନୀତି ଜୋର ଧରିଛି। କଂଗ୍ରେସ ଭାଜପାର ପ୍ରତିରୂପ, ଏହା ମୁସଲମାନମାନେ ହୃଦୟଙ୍ଗମ କରିବା ଉଚିତ ବୋଲି ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଆସାଦୁଦ୍ଦିନ ଓଓ୍ବାଇସି ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri