Posted inଜାତୀୟ

ପୋଖରାନ୍‌ ପରୀକ୍ଷଣ ଥିଲା ଶ୍ରେଷ୍ଠ ଉପଲବ୍ଧି: ଏବେ କରୋନାକୁ ପରାସ୍ତ କରିବା ଲାଗି ଜ୍ଞାନକୌଶଳର ଉପଯୋଗ ଅପରିହାର୍ଯ୍ୟ, କହିଲେ ମୋଦି

ନୂଆଦିଲ୍ଲୀ,୧୧।୫: ଗତ ୨୨ ବର୍ଷ ତଳେ ୧୯୯୮ ମେ ୧୧ରେ ଭାରତ ରାଜସ୍ଥାନ ପୋଖରାନ୍‌ ଆର୍ମି ଟେଷ୍ଟ ରେଞ୍ଚ୍‌ରେ ଶକ୍ତି-୧ ଆଣବିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଥିଲା। ଏହା ଦେଶ ପାଇଁ ଏକ ଶ୍ରେଷ୍ଠ ଉପଲବ୍ଧି ଥିଲା ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଟୁଇଟ୍‌ କରି ଜଣାଇଛନ୍ତି। ସେବେଠାରୁ ପ୍ରତିବର୍ଷ ମେ ୧୧କୁ ଦେଶବ୍ୟାପୀ ରାଷ୍ଟ୍ରୀୟ ପ୍ରାଦୌଗିକ ଦିବସ ଭାବେ ପାଳନ କରାଯାଉଛି। ତତ୍କାଳୀନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଏବଂ ଏରୋସ୍ପେସ୍‌ ଇଞ୍ଜିନିୟର ତଥା ପୂର୍ବତନ ରାଷ୍ଟ୍ରପତି ଏ.ପି.ଜେ ଅବଦୁଲ୍‌ କାଲାମଙ୍କ ଉଦ୍ୟମରେ ଭାରତ ରାଜସ୍ଥାନ ପୋଖରାନ୍‌ ଆର୍ମି ଟେଷ୍ଟ ରେଞ୍ଚ୍‌ରେ ଶକ୍ତି-୧ ଆଣବିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଥିଲା। ଏପରି କରି ଭାରତ ଆଣବିକ ଶକ୍ତି ସମ୍ପନ୍ନ ରାଷ୍ଟ୍ର ଭାବେ ପୃଥିବୀରେ ପରିଚିତି ହାସଲ କରିଥିଲା। ଏହାଦ୍ୱାରା ଭାରତ ଆଣବିକ ଶକ୍ତି କ୍ଷେତ୍ରରେ ଆମେରିକା, ରୁଷିଆ, ଫ୍ରାନ୍ସ, ବ୍ରିଟେନ୍‌ ଏବଂ ଚାଇନା ସମକ୍ଷକ ହୋଇପାରିଥିଲା। ବର୍ତ୍ତମାନ ଦେଶରେ ଦେଖାଦେଇଥିବା କୋଭିଡ୍‌-୧୯ ସଂକ୍ରମଣକୁ ପରାସ୍ତ କରିବା ଲାଗି ଉପଯୁକ୍ତ ଜ୍ଞାନକୌଶଳ ଆଧାରରେ ବୈଜ୍ଞାନିକ ପରୀକ୍ଷା ନିରୀକ୍ଷା ଜାରି ରଖିଛନ୍ତି। ଏହି ମହାମାରୀକୁ ରୋକିବା ଲାଗି ବିକଶିତ ଜ୍ଞାନକୌଶଳର ଉପଯୋଗ ଅପରିହାର୍ଯ୍ୟ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ।...

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ଚାପରେ ଭୁଲ୍‌ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍‌ରିଓ୍ବାଲଙ୍କ

ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍‌ସୁଲିନ୍‌ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍‌ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ...

ଏଲ୍‌ଏଲ୍‌ବି ପାଠ୍ୟକ୍ରମ ୫ ବର୍ଷ ରହିବ

ନୂଆଦିଲ୍ଲୀ,୨୩ା୪: ଆଇନ ପେସାକୁ ପରିପକ୍ୱ ବ୍ୟକ୍ତିମାନେ ଆସିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନ ଡିଗ୍ରୀ ପାଠ୍ୟକ୍ରମକୁ ୩ ବର୍ଷକୁ ହ୍ରାସ କରିବା...

ପଶ୍ଚିମବଙ୍ଗରେ ବେଆଇନ ନିଯୁକ୍ତି ରଦ୍ଦ

କୋଲକାତା,୨୩ା୪: ପଶ୍ଚିମବଙ୍ଗର ସରକାରୀ ତଥା ଅନୁଦାନପ୍ରାପ୍ତ ସ୍କୁଲ୍‌ଗୁଡ଼ିକ ପାଇଁ ୨୦୧୬ର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ କାଲ୍‌କାଟା ହାଇକୋର୍ଟ ସୋମବାର ରଦ୍ଦ କରିଦେଇଛନ୍ତି। ଫଳରେ ୨୫,୭୫୩ ଜଣ...

ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କଲା କଂଗ୍ରେସ, ଏହି ଆସନରେ ଦେଲା ପ୍ରାର୍ଥୀ

ନୂଆଦିଲ୍ଲୀ,୨୨।୪: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ସୋମବାର ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି)...

ତାଜମହଲକୁ ନେଇ କାହିଁକି ଏଏସ୍‌ଆଇର ମତ ଲୋଡ଼ିଲେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୨୨ା୪: ସୋମବାର ସୁପ୍ରିମକୋର୍ଟ ତାଜମହଲ ଏବଂ ଏହାର ଆଖପାଖର ସଂରକ୍ଷଣ ପାଇଁ ପ୍ରସ୍ତୁତ ଭିଜନ ଡକ୍ୟୁମେଣ୍ଟ ଏବଂ ପ୍ଲାନ୍‌ ଉପରେ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଅଫ୍‌ ଇଣ୍ଡିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri