ପୋଖରୀରୁ ଅଖାରେ ବନ୍ଧା ମୁଣ୍ଡବିହୀନ ମୃତଦେହ ଉଦ୍ଧାର, ଯୋଜନାବଦ୍ଧ ଭାବେ ହତ୍ୟା ସନ୍ଦେହ

ବାଲିଗୁଡ଼ା,୬।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଖଡ଼ଗ ନଦୀସେତୁ ନିକଟ ଏକ ପୋଖରୀରୁ ଶୁକ୍ରବାର ଅଖାରେ ବନ୍ଧା ହୋଇଥିବା ଏକ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ହୋଇଛି। ମୃତକ କିଲୁପଡ଼ା ଗ୍ରାମର ଯୁଧିଷ୍ଠିର ମଲ୍ଲିକ। ଯୁଧିଷ୍ଠିରଙ୍କ ସ୍ତ୍ରୀ ମୃତଦେହ ଚିହ୍ନଟ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ପୂର୍ବ ଶତ୍ରୁତାକୁ ନେଇ ତାଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଥିବା ଏସ୍‌ଡିପିଓ ମାନସ ରଞ୍ଜନ ବାରିକ କହିଛନ୍ତି।
ଅଞ୍ଚଳର କିଛି ଲୋକ ସକାଳେ ଶୌଚ ପାଇଁ ଗାଡ଼ିଆକୁ ଯାଇଥିବା ବେଳେ ଏକ ଅଖାରେ କିଛି ବନ୍ଧାହୋଇ ଭାସୁଥିବା ଦେଖିବାକୁ ପାଇଥିଲେ। ପରେ ଏହା ଏକ ମୃତଦେହ ବୋଲି ଅନୁମାନ କରାଯାଇଥିଲା। ଘଟଣାସ୍ଥଳରେ ଲୋକଙ୍କ ଭିଡ଼ ଜମିଥିଲା । ଏ ନେଇ ଖବରପାଇ ବାଲିଗୁଡ଼ା ଏସ୍‌ଡିପିଓ ଓ ଥାନାଧିକାରୀ ପ୍ରଶାନ୍ତ କୁମାର ବେହେରା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ୍‌ ପହଞ୍ଚିବା ପରେ ପୋଖରୀରୁ ଅଖା ବାହାରକୁ ଅଣାଯାଇଥିଲା । ଅଖା କାଟିଲା ପରେ ସେଥିରୁ ହାତ ଗୋଡ ବନ୍ଧା ଏକ ମୁଣ୍ଡବିହୀନ ମୃତଦେହ ଉଦ୍ଧାର କରାଯାଇଥିଲା। ତେବେ କେହି ମୃତଦେହ ଭାସିବା ସନ୍ଦେହ କରି ଏହାକୁ ପଥରରେ ବାନ୍ଧି ପାଣିରେ ଫିଙ୍ଗିଥିବା ଦେଖାଯାଇଥିଲା।
ଅନ୍ୟପଟେ ଗତ ୨୭ ତାରିଖରୁ କ. ନୂଆଗାଁ ଥାନା ସାଇନପଡ଼ା ପଞ୍ଚାୟତ ଅନ୍ତର୍ଗତ କିଲୁପଡ଼ା ଗ୍ରାମର ଯୁଧିଷ୍ଠିର ନିଖୋଜ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ଯୁଧିଷ୍ଠିରଙ୍କୁ ପାଇ ନ ଥିଲେ। ଏ ନେଇ ଚଳିତ ମାସ ୩ ତାରିଖରେ ତାଙ୍କ ପରିବାର ପକ୍ଷରୁ ଲିଖିତ ଅଭିଯୋଗ କରାଯାଇଥିଲା। ଶୁକ୍ରବାର ମୃତଦେହ ଉଦ୍ଧାର ପରେ ଯୁଧିଷ୍ଠିରଙ୍କ ସ୍ତ୍ରୀ ଏହା ତାଙ୍କ ସ୍ବାମୀଙ୍କର ବୋଲି ଚିହ୍ନଟ କରିଥିଲେ।
ଏହାପରେ ବାଲିଗୁଡ଼ା ଏସ୍‌ଡିପିଓ ଓ ଆଇଆଇସିଙ୍କ ସମେତ ପୋଲିସ ଟିମ୍‌ ଉପସ୍ଥିତ ରହି ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ମାଧ୍ୟମରେ ଛାନ୍‌ଭିନ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri