ପୋଖରୀରୁ ଅଚିହ୍ନା ଯୁବତୀଙ୍କ ମୃତଦେହ ଉଦ୍ଧାର

ଭଦ୍ରକ ଅଫିସ,୧୪।୧୨: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ରାନ୍ଦିଆ ଫିସେରିବନ୍ଧ ପୋଖରୀରୁ ଜଣେ ଅଚିହ୍ନା ଯୁବତୀଙ୍କ ମୃତଦେହ ଶନିବାର ଉଦ୍ଧାର କରାଯାଇଛି। ସକାଳେ ପୋଖରୀରେ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଜଣାଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା। ପରେ ବ୍ୟବଚ୍ଛେଦ ଲାଗି ଜିଲା ମୁଖ୍ୟ ଚିକିତ୍ସାଳୟ ପଠାଇ ତଦନ୍ତ ଜାରି ରଖିଛି।