ପୋଖରୀରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଗଞ୍ଜାମ,୧୮ା୩(ଡି.ଏନ.ଏ.) – ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ପୋଲିସ କଳାଯମୁନା ଗ୍ରାମ ନିକଟସ୍ଥ କୁକୁଡ଼ାଫାର୍ମ ସମ୍ମୁଖ ଏକ ପୋଖରୀରୁ ମଙ୍ଗଳବାର ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ କଳାଯମୁନାସ୍ଥିତ ସାଇ ସରସ୍ବତୀ ବିଦ୍ୟା ମନ୍ଦିରର ନବମ ଶ୍ରେଣୀ ଛାତ୍ର ଶକ୍ତିପ୍ରସାଦ ତ୍ରିପାଠୀ (୧୪)। ବିଦ୍ୟାଳୟ ହଷ୍ଟେଲରେ ରହି ସେ ପାଠ ପଢୁଥିଲେ। ମୃତ ଛାତ୍ରଙ୍କ ଅଜା ସନ୍ତୋଷପୁରର ନିରଞ୍ଜନ ତ୍ରିପାଠୀ ଓ ମାମୁ ହରେକୃଷ୍ଣ ଶକ୍ତିପ୍ରସାଦଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି।
ପ୍ରକାଶ ଯେ, ସ୍କୁଲଠାରୁ କିଛି ଦୂର ଏକ ପୋଖରୀରେ ଅପରାହ୍ନ ପ୍ରାୟ ୧ଟାରେ ମୃତଦେହ ପଡ଼ିଥିବା ସ୍ଥାନୀୟ ଅଞ୍ଚଳର ଛେଳି ଚରାଳିମାନେ ଦେଖି ରମ୍ଭା ଥାନାକୁ ଖବର ଦେଇଥିଲେ। ଥାନା ଅଧିକାରୀ କୃଷ୍ଣଚନ୍ଦ୍ର ସେଠୀ ପହଞ୍ଚତ୍ ଅଗ୍ନିଶମ ବାହିନୀ ସହାୟତାରେ ପୋଖରୀରୁ ମୃତହେଦ ବାହାର କରିଥିଲେ। ପରେ ସେ ନିକଟସ୍ଥ ସାଇ ସରସ୍ବତୀ ବିଦ୍ୟାମନ୍ଦିର ଛାତ୍ର ଶକ୍ତିପ୍ରସାଦ ବୋଲି ଜଣାପଡ଼ିଥିଲା। ପାରିପାର୍ଶ୍ୱିକ ସ୍ଥିତିରୁ ଏହାଏକ ହତ୍ୟାକାଣ୍ଡ ବୋଲି ପୋଲିସ ଅନୁମାନ କରୁଛି। ମୃତ ଛାତ୍ର ହଷ୍ଟେଲରେ ରହି ପାଠ ପଢୁଥିଲେ। ଶନିବାର ଗଣିତ ପରୀକ୍ଷା ଦେଇଥିବାବେଳେ ମଙ୍ଗଳବାର ପରବର୍ତ୍ତୀ ପରୀକ୍ଷା ଥିଲା। ମାତ୍ର ସୋମବାର କରୋନା ପାଇଁ ପ୍ରଶାସନ ପକ୍ଷରୁ ପରୀକ୍ଷା ବାତିଲ କରିଦିଆଯାଇଥିଲା। ବିଦ୍ୟାଳୟ କର୍ତ୍ତୃପକ୍ଷ ହଷ୍ଟେଲରେ ଥିବା ଛାତ୍ରମାନଙ୍କୁ ଘରକୁ ପଠାଇ ଦେଇଥିଲେ ବୋଲି ସ୍କୁଲ ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ଗୌଡ଼ କହିଛନ୍ତି। ମାତ୍ର ଶକ୍ତିପ୍ରସାଦ ଘରକୁ ଯାଇ ନ ଥିବା ଅଜା କହିଛନ୍ତି। ସୋମବାର ତାଙ୍କୁ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି। ନଂ.୪/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁକରି ପୋଲିସ ତନ୍ତ ଚଳାଇଛି।
ସୂଚନାଯୋଗ୍ୟ, ଶକ୍ତିପ୍ରସାଦଙ୍କ ବାପାଙ୍କ ଦେହାନ୍ତ ପରେ ମା’ ଅନ୍ୟତ୍ର ବିବାହ କରିଥିଲେ। ୭/୮ ବର୍ଷ ହେବ ସେ ଭୁବନେଶ୍ୱରରେ ରହୁଛନ୍ତି। ଶକ୍ତିପ୍ରସାଦ ଅଜାଘର ରହି ପାଠ ପଢୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri