ପୋଖରୀରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର:ହତ୍ୟା ସନ୍ଦେହ

ବାଲେଶ୍ୱର ଅଫିସ, ୨୬।୬-ବାଲେଶ୍ୱର ସଦର ଥାନା ଫକୀରମୋହନ ନଗରରେ ଥିବା ଏକ ପୋଖରୀରୁ ମଙ୍ଗଳବାର ଅପରାହ୍ନ ସମୟରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପରିବାର ଲୋକ ତାଙ୍କ ପୁଅକୁ ହତ୍ୟା କରାଯାଇଥିବା ନେଇ ଥାନାରେ ଅଭିଯୋଗ କରିଛନ୍ତି। ଖବର ଲେଖାଯିବା ବେଳକୁ ଥାନାରେ କୌଣସି ଲିଖିତ ଅଭିଯୋଗ ହୋଇ ନ ଥିବା ଜଣାପଡ଼ିଛି।
ସଦର ଥାନା ସିନ୍ଦୁରୀ ଗ୍ରାମର କୃଷ୍ଣଚନ୍ଦ୍ର ନାୟକଙ୍କ ଏକମାତ୍ର ପୁଅ ଲଳିତ (୧୯) ଫକୀରମୋହନ ଅଟୋନୋମସ୍‌ କଲେଜର ଯୁକ୍ତ ୩ ବିଜ୍ଞାନ ବିଭାଗ ଦ୍ୱିତୀୟବର୍ଷର ଛାତ୍ର ଥିଲେ॥ ମଙ୍ଗଳବାର ପୂର୍ବାହ୍ନରେ ସେ ଘରୁ କଲେଜକୁ ଆସିଥିଲେ। ସାଙ୍ଗମାନଙ୍କ ସହିତ ଫକୀରମୋହନ ନଗରରେ ଥିବା ଏକ ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ। ଉକ୍ତ ପୋଖରୀର ୧୫ରୁ ୧୭ ଫୁଟ୍‌ ପାଣି ରହିଥିବାରୁ ଗାଧୋଇବା ସମୟରେ ଲଳିତ ପାଣିରେ ବୁଡି ଯାଇଥିଲେ। ସାଙ୍ଗ ତଥା ସ୍ଥାନୀୟ ଲୋକେ ଜାଣି ପାରି ଜିଲା ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗର ଏକ ଟିମ୍‌ ପହଞ୍ଚତ୍ ଲଳିତଙ୍କୁ ପୋଖରୀରୁ ଉଦ୍ଧାର କରିବା ସହ ଜିଲା ମୁଖ୍ୟଚିକିତ୍ସାଳୟକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ଏନେଇ ସଦର ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ. ୩୫/୧୯ ) ରୁଜୁ କରାଯାଇଛି। ଡାକ୍ତରଙ୍କ ରିପୋର୍ଟ ଅନୁସାରେ ଅପମୃତ୍ୟୁ ମାମଲା ରୁଜୁ କରାଯାଇଥିବା ବେଳେ ପ୍ରାଥମିକ ତଦନ୍ତରୁ ଦେହରେ କୌଣସି ପ୍ରକାର କ୍ଷତାକ୍ତ ଚିହ୍ନ ନ ଥିବା ଏସ୍‌ଆଇ ସୁବ୍ରତ ବେହୁରା ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ପରିବାରଲୋକେ ପୁଅକୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri