ପୋଖରୀରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ପାଟଣା,୮।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ସରସକୋଲା ପଞ୍ଚାୟତ ଝିଞ୍ଜିରିନାଳି ଗ୍ରାମର ଏକ ପୋଖରୀରୁ ଶୁକ୍ରବାର ସକାଳୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ବଡ଼ପାଟଣା ପଞ୍ଚାୟତ ସଅଁରାପଶି ଗ୍ରାମର ମଲ୍ଲି ମୁଣ୍ଡା।
ସୂଚନା ଅନୁଯାୟୀ, ମଲ୍ଲି ଜଣେ ବିଧବା ମହିଳା। ଗୁରୁବାର ସେ ଝିଞ୍ଜିରିନାଳି ଗ୍ରାମକୁ ଏକ ଶୁଦ୍ଧିକ୍ରିୟାରେ ଯୋଗଦେବାକୁ ଯାଇଥିଲେ। ଶୁକ୍ରବାର ସକାଳୁ ଗ୍ରାମର କେତେଜଣ ପିଲା ପୋଖରୀକୁ ଶୌଚ ପାଇଁ ଯାଇଥିବା ବେଳେ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ। ଖବର ପାଇ ପାଟଣା ପୋଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛନ୍ତି। ମଲ୍ଲିଙ୍କ ମୁଣ୍ଡ, ଆଖି ଓ ଦୁଇ ହାତରେ ଗଭୀର କ୍ଷତ ଲାଗିଥିବା ଦେଖିବାକୁ ମିଳିଛି। ତେବେ ମାଛ ଏପରି କରିଥିବା କେହି କେହି କହୁଥିବା ବେଳେ ଏହା ଏକ ସୁଚିନ୍ତିତ ହତ୍ୟାକାଣ୍ଡ ବୋଲି ଆଲୋଚନା ହେଉଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ନାମଲେଖା ପାଇଁ ପ୍ରଥମ ମେଧାତାଲିକା ପ୍ରକାଶ

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): ଦୁଇବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ମେଧାତାଲିକା ମଙ୍ଗଳବାର ସାମ୍‌ସ ପୋର୍ଟାଲରେ ପ୍ରକାଶ ପାଇଛି। ମୋଟ ୪୪,୨୨୨ ଜଣ ଛାତ୍ରୀଛାତ୍ର…

ଭୁବନେଶ୍ୱରରୁ ଅନ୍ତର୍ଜାତୀୟ ବିମାନ ସେବା ସମ୍ପୂର୍ଣ୍ଣ ବନ୍ଦ: ପଛରେ ରହିଛି ଏମିତି କାରଣ

ଭୁବନେଶ୍ୱର, ୧୨ା୮(ବନ୍ଦନା ସେଠୀ):ଭୁବନେଶ୍ୱରରୁ ଧୀରେ ଧୀରେ ବିଭିନ୍ନ ସ୍ଥାନକୁ ଏୟାର୍‌ କନେକ୍ଟିଭିଟି କମିବାରେ ଲାଗିଛି। ଏଥିସହ ଅନ୍ତର୍ଜାତୀୟ ଉଡ଼ାଣ ଏକ ପ୍ରକାର ଠପ୍‌ ହୋଇଯାଇଛି। ପୂର୍ବରୁ ବିଜୁ…

ସରକାର ଦେବେ ଆଡ୍‌ମିଶନ ଫି’, ଛାତ୍ରୀଛାତ୍ର ଭରିବେ ପରୀକ୍ଷା ଫି’

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନାରେ ନିୟମିତ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଓ ପୁନଃନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଧାରିତ ଫି’…

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri