ପୋଖରୀରୁ ମିଳିଲା ନିଖୋଜ ନାବାଳିକାଙ୍କ ମୃତଦେହ

ଭଦ୍ରକ ଅଫିସ, ୧୯।୧- ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ ରବିବାର ରମ୍ଭିଳା ଗ୍ରାମର ଜଣେ ନାବାଳିକାଙ୍କ ମୃତଦେହ ଚରମ୍ପା ରେଲୱେ ଲାଇନକଡ଼ ଏକ ପୋଖରୀରୁ ଉଦ୍ଧାର କରିଛି। ମୃତା ନାବାଳିକା ଗ୍ରାମର ଶ୍ୟାମସୁନ୍ଦର ବିହାରୀଙ୍କ ଝିଅ ଲିଜାରାଣୀ(୧୫) ବୋଲି ଜଣାପଡ଼ିଛି। ସେ ଗତ ୧୫ ତାରିଖରୁ ନିଖୋଜ ଥିଲେ। ପୋଖରୀରୁ ତାଙ୍କ ମୃତଦେହ ମିଳିବା ନେଇ ପୋଲିସ ତଦନ୍ତ କରୁଛି। ଲିଜାରାଣୀଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପୋଲିସ ସୂଚନା ଅନୁଯାୟୀ, ମକର ସଂକ୍ରାନ୍ତି ଦିନଠାରୁ ଲିଜାରାଣୀ ନିଖୋଜ ହୋଇଯାଇଥିବା ନେଇ ତାଙ୍କ ବାପା ଗ୍ରାମାଞ୍ଚଳ ଥାନାରେ ଅଭିଯୋଗ କରିଥିଲେ। ରବିବାର ମୃତଦେହ ଉଦ୍ଧାର ପରେ ପରିବାର ଲୋକଙ୍କୁ ଖବର ଦିଆଯାଇଥିଲା। ସେମାନେ ଆସି ଚିହ୍ନଟ କରିଥିଲେ। ଘଟଣାଟି ସ୍ପର୍ଶକାତର ହୋଇଥିବାରୁ ଭଦ୍ରକ ଅତିରିକ୍ତ ତହସିଲଦାର ମିନାକ୍ଷୀ ଦାସ ମାଜିଷ୍ଟ୍ରେଟ୍‌ ଭାବେ ଉପସ୍ଥିତିରେ ମୃତଦେହ ପଞ୍ଚନାମା କରାଯାଇଥିଲା। ଭଦ୍ରକ ଜିଲା ଚିକିତ୍ସାଳୟରେ ଏକାଧିକ ଡାକ୍ତରଙ୍କ ଉପସ୍ଥିତିରେ ବ୍ୟବଚ୍ଛେଦ କରାଯାଇ ଭିଡିଓଗ୍ରାଫି କରାଯାଇଥିଲା ବୋଲି ଥାନାଧିକାରୀ ପ୍ରଭାଂଶୁ ମିଶ୍ର ସୂଚନା ଦେଇଛନ୍ତି। ଏନେଇ ଥାନାରେ ଏକ ମାମଲା(ନଂ.୪୮/୨୦) ରୁଜୁ କରାଯାଇ ତଦନ୍ତ କରାଯାଉଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଘଟଣାର ସତ୍ୟାସତ୍ୟ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri