ପୋଖରୀରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ତିହିଡ଼ି, ୨୩।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ଦୋଳସାହି ପଞ୍ଚାୟତ ରାଢ଼ଙ୍ଗ ଗ୍ରାମର ଜଣେ ନିଖୋଜ ଯୁବକଙ୍କ ମୃତଦେହ ଶୁକ୍ରବାର ପୋଲିସ ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ଉଦ୍ଧାର କରିଛି। ମୃତ ଯୁବକଙ୍କ ନଁା ସଞ୍ଜୀବ ନାୟକ(୨୪)। ପୋଲିସ ଏହି ଘଟଣାରେ ଏକ ଅପମୃତ୍ୟୁ ମାମଲା (ନଂ. ୩୮/୧୯) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି। ଉଲ୍ଲେଖନୀୟ ଯେ, ଗତ ୨୧ ତାରିଖରୁ ସଞ୍ଜୀବ କେଉଁଆଡ଼େ ନିଖୋଜ ହୋଇଯାଇଥିଲେ। ତାଙ୍କ ପରିବାର ଲୋକ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କର ସନ୍ଧାନ ପାଇ ନ ଥିଲେ। ଶୁକ୍ରବାର ପୋଖରୀରେ ତାଙ୍କ ମୃତଦେହ ଭାସୁଥିବା ଦେଖି ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ। ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପୋଖରୀରୁ ମୃତଦେହ ଉଦ୍ଧାର କରିଥିଲା। ତେବେ ସଞ୍ଜୀବଙ୍କର କିପରି ମୃତ୍ୟୁ ଘଟିଲା ସେ ନେଇ ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri