ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବାଲେଶ୍ୱର ଅଫିସ/ରେମୁଣା,୨୬।୯(ଡି.ଏନ.ଏ.)- ବାଲେଶ୍ୱର ଜିଲା ରେମୁଣା ବ୍ଲକ ବାମପଦା ସ୍ଥିତ ନୋସି ବିଜିନେସ୍‌ ପାର୍କ ପରିସରରେ ଥିବା ଏକ ପୋଖରୀ ଭିତରୁ ବୁଧବାର ସନ୍ଧ୍ୟା ୭ଟା ସମୟରେ ଜଣେ ଯୁବକଙ୍କ ମୃତଶରୀର ଭାସୁଥିବାର ଦେଖିବାକୁ ମିଳିଥିଲା। ଶିଳ୍ପାଞ୍ଚଳ ଥାନା ପୋଲିସ ମୃତଦେହ ଉଦ୍ଧାର କରି ତଦନ୍ତ କରୁଛି। ମୃତକ ହେଲେ ଔପଦା ବ୍ଲକ ଚିନ୍ତାମଣିପୁର ଗ୍ରାମର ଅଚ୍ୟୁତାନନ୍ଦ ମୁଦୁଲି (୩୩) । ତାଙ୍କ ପରିବାରବର୍ଗ ଘଟଣାସ୍ଥଳରେ ପହଞ୍ଚି ଅଚ୍ୟୁତାନନ୍ଦଙ୍କୁ ହତ୍ୟା କରି ପୋଖରୀରେ ଫିଙ୍ଗି ଦିଆଯାଇଛି ବୋଲି ଅଭିଯୋଗ କରିଛନ୍ତି। ଏହାର ବିଧିବଦ୍ଧ ତଦନ୍ତ ଦାବି କରି ସେମାନେ ପାର୍କର ଫାଟକ ସମ୍ମୁଖରେ ଧାରଣା ଦେଇଛନ୍ତି।
ପରିବାରବର୍ଗ ଦର୍ଶାଇଛନ୍ତି ଯେ, ଜିଲା ଶିଳ୍ପ କେନ୍ଦ୍ର ତତ୍ତ୍ୱାବଧାନରେ ଗତ ୧୫ ରୁ ୨୪ ତାରିଖ ପର୍ଯ୍ୟନ୍ତ ନୋସି ବିଜିନେସ୍‌ ପାର୍କ ପରିସରରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଥିଲା। ଅଚ୍ୟୁତାନନ୍ଦ ଏହି ଣିବିରରେ କାରୀଗର ଭାବେ ଯୋଗଦେଇଥିଲେ। ମଙ୍ଗଳବାର ଅପରାହ୍ନରେ ସେ ନିଖୋଜ ଥିବା ଜଣାପଡିଥିଲା। ଏହାପରେ ତାଙ୍କ ଭାଇ ରମେଶ ଚନ୍ଦ୍ର ମୁଦୁଲି ଖୋଜାଖୋଜି କରି କୌଣସି ସନ୍ଧାନ ନପାଇବାରୁ ୁ ଶିଳ୍ପାଞ୍ଚଳ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ବୁଧବାର ସନ୍ଧ୍ୟା ସମୟରେ ଅଚ୍ୟୁତାନନ୍ଦଙ୍କ ମୃତଦେହ ପୋଖରୀରେ ଭାସୁଥିବା ଶୁଣି ପରିବାରଲୋକେ ସେଠାରେ ପହଞ୍ଚିଥିଲେ। ଅଚ୍ୟୁତାନନ୍ଦ ଆମତ୍ହତ୍ୟା କରିବାର କୌଣସି କାରଣ ନ ଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରି ପୋଲିସରେ ଅଭିଯୋଗ କରିଛନ୍ତି। ଏନେଇ ଶିଳ୍ପାଞ୍ଚଳ ଥାନାର ପୋଲିସ ଏକ ମାମଲା (ନଂ. ୧୬/୧୯) ରୁଜୁ କରି ତଦନ୍ତ ଜାରି ରଖିଥିବା କହିିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ଶ୍ରୀକାନ୍ତଙ୍କ ପ୍ରାର୍ଥିତ୍ୱରୁ ତ୍ରିମୁଖୀ ଲଢ଼େଇ

ବାଲେଶ୍ୱର,୧୬ା୪(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ଶ୍ରୀକାନ୍ତ ଜେନାଙ୍କ ନାମ ଘୋଷଣା କରାଯାଇଛି। ପୂର୍ବରୁ ଭାଜପାରୁ ପ୍ରତାପ ଷଡ଼ଙ୍ଗୀ ଓ ବିଜେଡିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri