ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, କରମା ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ

ଝାରସୁଗୁଡା ଅଫିସ/ଲଖନପୁର, ୯।୧୦(ଡି.ଏନ୍‌.ଏ.)- ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ଥାନା ଅଧୀନ ଖୋକେଲମାଲ ଗ୍ରାମ ପୋଖରୀରୁ ପୋଲିସ ବୁଧବାର ଏକ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ତିଲେଇମାଲ ଗ୍ରାମର ମଦନ ମୁଣ୍ଡାଙ୍କ ପୁଅ ମିଥୁନ (୩୦)। ରାମପୁର ଫାଣ୍ଡି ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏନେଇ ମୃତ ଯୁବକଙ୍କ ବାପା ମଦନଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ବ୍ରଜରାଜନଗର ଥାନାରେ ୨୬/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି।

ସୂଚନାଯୋଗ୍ୟ, ମିଥୁନ ଗତ ଶନିବାର ମାମୁଘର ଖୋକେଲମାଲ ଗ୍ରାମକୁ କରମାନାଚ ଦେଖି ଆସିଥିଲେ । ସେଦିନ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମିଥୁନ ଗ୍ରାମରେ ଥିବା ତାଙ୍କ ମାଈ,ମାମୁ ଦେଖିଥିଲେ । ତାପରେ ସେ ଆଉ ରାତିରେ ମାମୁ ଘରକୁ ଫେରି ନ ଥିଲେ । ମାମୁ ଘର ଲୋକେ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର କୌଣସି ସନ୍ଧାନ ମିଳି ନ ଥିଲା। ସେହି ଦିନଠାରୁ ଯୁବକ ନିଖୋଜ ଥିଲେ। ନିଖୋଜର ୫ଦିନ ପରେ ଖୋକେଲମାଲ ଗ୍ରାମ ପୋଖରୀରେ ଏକ ମୃତଦେହ ଭାସୁଥିବା ଲୋକେ ଦେଖିବାକୁ ପାଇଥିଲେ। ଏସମ୍ପର୍କରେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ରାମପୁର ଫାଣ୍ଡି ଅଧିକାରୀ ଆର୍‌ ଏସ୍‌ ଭଇସାଲ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କଲାପରେ ମାମୁଘର ଲୋକେ ଏହା ତାଙ୍କ ଭଣଜାର ମୃତଦେହ ବୋଲି ଚିହ୍ନଟ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri