ପୋଖରୀରେ ପଡ଼ି ଶିଶୁପୁତ୍ର ମୃତ

ସୋର,୧୮।୪(ଡି.ଏନ.ଏ.)- ବାଲେଶ୍ୱର ଜିଲା ସୋର ଥାନା ମଧୁସୂଦନପୁର ପଞ୍ଚାୟତର କୁରୁଣିଆ ଗ୍ରାମର ମାମୁଁ ରମାକାନ୍ତ ମହାକୁଡ଼ଙ୍କ ଘରକୁ ବୁଲିବାକୁ ଆସି ୩ବର୍ଷର ଶିଶୁପୁତ୍ର ପୋଖରୀରେ ପଡ଼ି ମୃତ୍ୟୁ ଘଟିଛି। ସୋର ଥାନା ଅନ୍ତର୍ଗତ ସାଉଡ଼ ଗ୍ରାମର ନିରାକାର ନାୟକଙ୍କ ପୁଅ ଜଗନ। ସେ ତାଙ୍କ ମା’ ସହିତ ମାମୁଁ ଘରକୁ ବୁଲିବାକୁ ଆସିଥିଲେ। ବୁଧବାର ସକାଳେ ଘର ନିକଟରେ ଥିବା ପୋଖରୀ ନିକଟରେ ଖେଳୁଥିବା ବେଳେ ସେଠାରେ ପଡ଼ି ଯାଇଥିଲେ। ଶିଶୁଟିକୁ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ ମଧ୍ୟ ପରିବାର ଲୋକେ ପାଇ ପାରି ନଥିଲେ। ତେବେ ଶିଶୁଙ୍କର ମୃତଦେହ ପୋଖରୀରେ ଭାସୁଥିବାର ଦେଖି ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ପରିବାର ଲୋକେ ଶିଶୁଙ୍କୁ ସୋର ଡାକ୍ତରଖାନାକୁ ନେଇଯାଇଥିଲେ। ସେଠାରେ ଡାକ୍ତର ଶିଶଙ୍କୁ ମୃତ ଘୋଷଣା କରିଥିଲେ। ସୋର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇଛି।