ପୋଖରୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ରାଜନଗର,୧୫।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସାନବଡ଼ ଗୋପାଳପୁର ପଞ୍ଚାୟତ ଅନ୍ତର୍ଗତ କୁଶାଇଲୋ ଗ୍ରାମର ନରହରି ଦାସଙ୍କ ଝିଅ ନମିତା (୧୪)ଙ୍କ ରବିବାର ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି। ସେ ତାଙ୍କ ମାଉସୀଙ୍କ ଘରକୁ ଆସିଥିବା ବେଳେ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ତେବେ ଅସାବଧାନତା ହେତୁ ବୁଡ଼ି ଯାଇଥିବା ଅନୁମାନ କରାଯାଉଛି। ପୋଖରୀରୁ ମାଉସୀ ଘର ଲୋକେ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରି ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ତେବେ ସେଠାରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ପୋଲିସ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରିବା ସହିତ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ପାଇଁ ଆଳି ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି।