ପୋଖରୀରେ ବୁଡ଼ି ନାବାଳିକା ମୃତ

ମହାକାଳପଡ଼ା,୫।୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସୁନୀତି ପଞ୍ଚାୟତର ସ୍ଥାନୀୟ ବେଣାକନ୍ଧା ଗ୍ରାମରେ ବୁଧବାର ଏକ ଅଘଟଣ ଘଟିଛି। ଗାଧୋଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ିଯାଇ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକ ହେଲେ ଗ୍ରାମର ଉଦୟ ପ୍ରଧାନଙ୍କ ଝିଅ ଉମାରାଣୀ ପ୍ରଧାନ(୭)।

ପୂର୍ବାହ୍ନରେ ଉମାରାଣୀ ନିଜ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ସେଠାରେ ତାଙ୍କର ଗୋଡ଼ ଖସି ଯାଇଥିଲା। ତେବେ ପରିବାରଲୋକ ଖୋଜାଖୋଜି କରିବା ପରେ ନ ପାଇ ତାଙ୍କୁ ପୋଖରୀରେ ଖୋଜାଯାଇଥିଲା। ପରେ ତାଙ୍କୁ ଉଦ୍ଧାର କରାଯାଇଥିଲେ ସୁଦ୍ଧା ସେତେବେଳକୁ ତାଙ୍କର ମୃତ୍ୟୁ ଘଟିଥିଲା। ଏ ନେଇ ଖବରପାଇ ପୂର୍ବତନ ସରପଞ୍ଚ ମନୋଜ ପାତ୍ର ପହଞ୍ଚି ପରିବାରକୁ ସମବେଦନା ଜଣାଇଛନ୍ତି। ତନ୍ତିଆପାଳ ମେରାଇନ ଥାନାରେ ଲିଖିତ ଅଭିଯୋଗ ହୋଇଛି। ତଦନ୍ତ ପରେ ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ପାଣି ଅଭାବରୁ ପନିପରିବା ଫସଲ ନଷ୍ଟ

ପଟ୍ଟାମୁଣ୍ଡାଇ,୨୫ା୪(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ପ୍ରଚଣ୍ଡ ରୌଦ୍ରତାପରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛନ୍ତି। ୧୫ ଦିନ ହେଲା କ୍ରମାଗତ ତାପମାତ୍ରା ବୃଦ୍ଧି...

ଆଖୁଚାଷରୁ ମୁହଁ ଫେରାଉଛନ୍ତି ଚାଷୀ

ମାର୍ଶାଘାଇ,୨୫ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ)କେନ୍ଦ୍ର, ରାଜ୍ୟ ସରକାର କୃଷି ଓ କୃଷକଙ୍କ ଉନ୍ନତି ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ତଳସ୍ତରରେ ତାହା ପ୍ରତିଫଳିତ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri