ପୋଖରୀରେ ବୁଡ଼ି ନିଶାସକ୍ତ ଯୁବକଙ୍କ ମୃତ୍ୟୁ: ମଦ ବିକ୍ରି ବନ୍ଦ ପାଇଁ ମହିଳାଙ୍କ ବିକ୍ଷୋଭ

ଧରାକୋଟ,୬ା୧୧(ଡି.ଏନ.ଏ.)-ଧରାକୋଟ ବ୍ଲକର ଜାହାଡ଼ା ଗ୍ରାମରେ ସୋମବାର ରାତିରେ ପୋଖରୀରେ ବୁଡ଼ି ଜଣେ ନିଶାସକ୍ତ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିଶ୍ୱନାଥ ନାୟକ (୨୭)। ଅଗ୍ନିଶମ କର୍ମଚାରୀମାନ ପହଞ୍ଚତ୍ ମୃତଦେହ ଉଦ୍ଧାର କରିବା ପରେ ଧରାକୋଟ ପୋଲିସ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଏଥିରେ ଉତ୍ତେଜିତ ହୋଇ ମଦ ବିକ୍ରିକୁ ବନ୍ଦ କରିବା ପାଇଁ ମଙ୍ଗଳବାର ମହିଳାମାନେ ଗ୍ରାମରେ ଥିବା ଦେଶୀ ମଦଭାଟିକୁ ଭଙ୍ଗାରୁଜା କରିବା ସହ ପୋଡ଼ି ଦେଇଛନ୍ତି।
ପ୍ରକାଶ ଯେ, ରାତିରେ ବିଶ୍ୱନାଥ ଏକ ମଦ ଦୋକାନକୁ ଆସି ପ୍ରଚୁର ମଦ୍ୟପାନ କରି ବେହୋସ ହୋଇଯାଇଥିଲେ। ଅସାବଧାନତା କାରଣରୁ ଠାକୁରାଣୀ ମନ୍ଦିର ପୋଖରୀରେ ଖସିଯାଇ ମୃତ୍ୟୁ ଘଟିଥିଲା। ନିଶାସକ୍ତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବାରୁ ମଧ୍ୟାହ୍ନରେ ଗୋପୀନାଥ ସାହି, ଠାକୁରାଣୀ ସାହି, ନୂଆସାହିର ମହିଳାମାନେ ସାମିଲ ହୋଇ ମଦ ବିକୁଥିବା ଯୁବକ ଓ ସ୍ଥାନୀୟ ସରପଞ୍ଚଙ୍କ ଘର ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏଥିସହ ଝଗଡ଼େଇ-ସିଙ୍ଗପୁର ରାସ୍ତାକୁ ଦୀର୍ଘ ସମୟ ଧରି ଅବରୋଧ କରି ରଖିଥିଲେ। ଖବର ପାଇ ଧରାକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ମହିଳାଙ୍କୁ ବୁଝାଶୁଝା କରିବା ସହ ସ୍ଥିତାବସ୍ଥା ଫେରାଇ ଆଣିବା ଉଦ୍ୟମ ଜାରି ରଖିଛିି। ଏଥିସହ ଅଞ୍ଚଳରେ ଶାନ୍ତିଶୃଙ୍ଖଳା ପାଇଁ ଗ୍ରାମର ବରିଷ୍ଠ ନାଗରିକ, ମହିଳା ଓ ଯୁବକମାନଙ୍କୁ ନିବେଦନ କରିବା ସହ ଆଇନ ଶୃଙ୍ଖଳା ହାତକୁ ନ ନେବା ପାଇଁ ପୋଲିସ ପରାମର୍ଶ ଦେଇଛିି।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡାରେ ଲଜ୍ଜା, ସମ୍ପର୍କୀୟଙ୍କ ଚିକିତ୍ସା ପାଇଁ ଯାଇଥିବା ବେଳେ ହସ୍ପିଟାଲରେ ନାବାଳିକାଙ୍କୁ ବଳାତ୍କାର

ଝାରସୁଗୁଡ଼ା,୨୧।୫(ଆଶିଷ ରଞ୍ଜନ ଦାଶ): ରୋଗୀ ସେବା ପାଇଁ ଉଦ୍ଦିଷ୍ଟ ପବିତ୍ର ଚିକିତ୍ସାଳୟ ପରିସରରେ ଘଟିଯାଇଛି ଏକ ସଙ୍ଗୀନ ଓ ଅତ୍ୟନ୍ତ ନିନ୍ଦନୀୟ ଘଟଣା। ଝାରସୁଗୁଡ଼ା ଜିଲା ମୁଖ୍ୟ…

ପରିବା ବିକାଳିଙ୍କ ଝିଅ ଯୁକ୍ତ ୨ ବିଜ୍ଞାନରେ ଟପ୍ପର: ଜିଲା ପାଇଁ ଆଣିଲେ ଗୌରବ

ମୋହନା,୨୧ା୫(ମନ୍ମଥ ମିଶ୍ର): ବାପା ଜଣେ ପରିବା ବ୍ୟବସାୟୀ, ହେଲେ ଝିଅ ଯୁକ୍ତ ଦୁଇ ବିଜ୍ଞାନରେ ୫୬୦ ନମ୍ବର ଆଣି ଜିଲା ପାଇଁ ଗୌରବ ଆଣିଛନ୍ତି। ଗଜପତି ଜିଲା…

୪ ଓଭରଲୋଡ଼ିଙ୍ଗି ଚିପ୍ସ ବୋଝେଇ ହାଇୱା ଜବତ, ୨ଲକ୍ଷ ୭୭ ହଜାର…

ପାଟଣା,୨୧।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପୋଲିସ ଓଭର ଲୋଡ ଥିବା ୪ଚିପ୍ସ ବୋଝେଇ ହାଇୱାକୁ ଗୁରୁବାର ପାଟଣା ବୈତରଣୀ ନଦୀ ବ୍ରିଜ ନିକଟରୁ ଜବତ…

ଓଡ଼ିଶାକୁ ଅବହେଳା: ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ପ୍ରସ୍ତାବ ଖାରଜ କଲେ ସରକାର

ଖୋର୍ଦ୍ଧା,୨୧ା୫: ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳା। ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ଜାତୀୟ ରାଜପଥ ପ୍ରକଳ୍ପ ପ୍ରସ୍ତାବକୁ ଖାରଜ କରିଦେଇଛନ୍ତି କେନ୍ଦ୍ର ସରକାର। ରାସ୍ତାକୁ ୨ରୁ ୪-ଲେନ୍‌…

ସ୍ୱାସ୍ଥ୍ୟକର୍ମଚାରୀ ଅଭାବକୁ ନେଇ ତାତିଲେ ଗ୍ରାମବାସୀ, ଦୋକାନ ବନ୍ଦ କରି ରାସ୍ତାରେ ବସିଲେ

ଗଜପତି,୨୧।୫(ଗିରିଧାରୀ ପରିଛା): ଡାକ୍ତର, ଫାର୍ମାସିଷ୍ଟ ଓ ସ୍ୱାସ୍ଥ୍ୟକର୍ମଚାରୀ ଅଭାବ ହେତୁ ଗୋଶାଣି ବ୍ଲକ ଗାରାବନ୍ଧ ଗ୍ରାମରେ ରାଜରାସ୍ତାକୁ ଓହ୍ଲାଇଲେ ଲୋକେ । ଦୋକାନ ବନ୍ଦ କରିବା ସହିତ…

ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି…

ବିଜ୍ଞାନରେ ଏତିକି ନମ୍ବର ରଖି ଦୁଇ ଜଣ ହେଲେ ବ୍ଲକ ଟପ୍ପର : ସଫଳତା ପାଇଁ ଅଧ୍ୟାପକ, ପରିବାରଙ୍କୁ ଦେଲେ ଶ୍ରେୟ

ଛତ୍ରପୁର,୨୧।୫(ଦିଲ୍ଲୀପ ସାମଲ): ପ୍ରକାଶ ପାଇଛି ଯୁକ୍ତ୨ ରେଜଲ୍ଟ । ଏହି ଅବସରରେ ବିଜ୍ଞାନ ବିଭାଗରେ ଦୁଇ ଛାତ୍ର ଛତ୍ରପୁର ବ୍ଲକ ଟପ୍ପର ହୋଇଛନ୍ତି । ଗୋବିନ୍ଦପୁର ସ୍ଥିତ…

ଯୁକ୍ତ ୨ ପରୀକ୍ଷାରେ ୯୯.୫% ନମ୍ବର ରଖି ସଫଳତା ପାଇଲେ କୁନ୍ତୀ, ଚାରିଆଡୁ ଆସୁଛି ଶୁଭେଚ୍ଛା

ଅମରପାଲି/ବୀରମହାରାଜପୁର,୨୧।୫ (ପୀତାମ୍ବର ସାହୁ/ଯୁଗଳ କିଶୋର ମିଶ୍ର ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦ୍ବାଦଶ ଶ୍ରେଣୀ (ଯୁକ୍ତ୨) ପରୀକ୍ଷା ବୁଧବାର ପ୍ରକାଶ ପାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri