ପୋଖରୀରେ ବୁଡ଼ି ବାଳକ ମୃତ, ନନ୍ଦିକା ଗ୍ରାମରେ ଶୋକାକୁଳ ପରିବେଶ

ଜଳେଶ୍ୱର, ୩ା୯-ଜଳେଶ୍ୱର ପୌରାଞ୍ଚଳର ୧୩ ନଂ. ୱାର୍ଡ଼ ନନ୍ଦିକା ଗ୍ରାମର ୯ବର୍ଷର ବାଳକ ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ଏହି ଖବର ପ୍ରଚାରିତ ହେବା ପରେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

ନନ୍ଦିକା ଗ୍ରାମର ବିଜୟ ଗିରିଙ୍କ ପୁଅ ଗୌରଗୋପାଳ ମଙ୍ଗଳବାର ପୂର୍ବାହ୍ନରେ ବିଦ୍ୟାଳୟରେ ହୋଇଥିବା ଗଣେଶ ପୂଜାରେ ଲାଗିବା ପାଇଁ ଦିଆଯାଇଥିବା ବହି ବସ୍ତାନୀ ଆଣିବାକୁ ଯାଇଥିଲେ। ସେ ବହି ବସ୍ତାନୀ ଆଣି ଘରେ ରଖି ପାଖରେ ଥିବା ପୋଖରୀକୁ ଗୋଡ଼ ଧୋଇବା ପାଇଁ ଯାଇଥିଲେ। ପୋଖରୀରୁ ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକମାନେ ତାଙ୍କୁ ଖୋଜିବା ପାଇଁ ପୋଖରୀ ନିକଟକୁ ଯାଇଥିଲେ। ସେଠାରେ ତାଙ୍କୁ ନ ପାଇବାରୁ ସେ ପୋଖରୀରେ ବୁଡିଯାଇଥିବା ଅନୁମାନ କରି ଖୋଜାଖୋଜି କରିଥିଲେ। ପରେ ତାଙ୍କୁ ପାଣି ଭିତରୁ ଉଦ୍ଧାର କରି ସ୍ଥାନୀୟ ଜିକେଭଟ୍ଟର ହସ୍‌ପିଟାଲକୁ ନେଇ ଯାଇଥିଲେ। କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ। ଏନେଇ ଜଳେଶ୍ୱର ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଗୌରଗୋପାଳ ସ୍ଥାନୀୟ ନନ୍ଦିକା ମଇ ବିଦ୍ୟାଳୟର ୩ୟ ଶ୍ରେଣୀର ଛାତ୍ର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଂକ୍ରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ମିଳିବ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’: ବରଗଡ଼ ଜିଲାରେ ଖୁସିର ଲହରୀ

ଝାରବନ୍ଧ, ୧।୯ (ଦେବେନ୍ଦ୍ର ସାହୁ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ଓ ଅଭିନବ ଶିକ୍ଷଣ ପଦ୍ଧତି ପାଇଁ ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ସଂକ୍ରି ସରକାରୀ…

୭ମ ରାଜ୍ୟସ୍ତରୀୟ କୁଡୋ ମାର୍ଶାଲ ଆର୍ଟ ପ୍ରତିଯୋଗିତାରେ ଦେବଗଡ଼ ଜିଲାର ବାଜିମାତ: ହାତେଇଲେ ୮ ସ୍ୱର୍ଣ୍ଣ, ୧ ରୌପ୍ୟ…

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): କଟକର ସରସ୍ୱତୀ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟ୍ ଅଡିଟୋରିୟମଠାରେ ଅଗଷ୍ଟ ୨୯ରୁ ୩୦ ତାରିଖ ପର୍ଯ୍ୟନ୍ତ ଦୁଇ ଦିନ ଧରି ଅନୁଷ୍ଠିତ…

ମୋରୁମ ଖାଦାନରେ ଚାପି ହୋଇ ନାବାଳକ ମୃତ୍ୟୁ ଘଟଣା: ଜେଲ ଗଲେ ଟ୍ରାକ୍ଟର ମାଲିକ-ଚାଳକ

ଦିଗପହଣ୍ଡି, ୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟସ୍ଥ ମୋରୁମ ଖାଦାନରେ ପଥର ତଳେ ଚାପି…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

୧୬.୭୨ ଲକ୍ଷ ଟଙ୍କା ଆତ୍ମସାତ: ପ୍ୟାକ୍ସର ପୂର୍ବତନ ସମ୍ପାଦକ ଶ୍ରୀପତି ପ୍ରଧାନ ଗିରଫ

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): ସାର ବିକ୍ରି ଓ ସରକାରୀ ପାଣ୍ଠି ହେରଫେର ମାମଲାରେ ଭିଜିଲାନ୍ସକୁ ବଡ଼ ସଫଳତା। ୧୬.୭୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

କନ୍ୟାସନ୍ତାନ ଜନ୍ମଦେବା ପରେ ଆଖି ବୁଜିଲେ ମା’

ପାଟଣା, ୧ା୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବଡ଼ପଶି ଗ୍ରାମର କମଳ କିଶୋର ଜେରାଇଙ୍କ ସ୍ତ୍ରୀ ତିଲୋତ୍ତମା ତିରିଆ (୨୫)ଙ୍କର ଚିକିତ୍ସାଧୀନ…

ମହିଳାଙ୍କୁ ଫସାଇ ଏକାଧିକ ଥର ବଳାତ୍କାର, ଅନ୍ତରଙ୍ଗ ମୁହୁର୍ତ୍ତ ଫଟୋ ଭିଡିଓ ଭାଇରାଲ: ଅବସରପ୍ରାପ୍ତ ସାମରିକ କର୍ମଚାରୀ ଗିରଫ

ଦିଗପହଣ୍ଡି,୧|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ବିବାହିତା ମହିଳାଙ୍କୁ ପ୍ରେମଜାଲରେ ଫସାଇ ଏକାଧିକ ଥର ବଳାତ୍କାର କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri