ପୋଖରୀରେ ବୁଡି ବ୍ୟକ୍ତିଙ୍କ ମୃତ୍ୟୁ

ଭଣ୍ଡାରିପୋଖରୀ, ୩୦।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା କୁରିଗାଁ ପଞ୍ଚାୟତ ଅସିହା ଗ୍ରାମ ପୋଖରୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ମାୟାଧର ବାରିକ(୫୬)। ସୋମବାର ରାତିରେ ମାୟାଧର ଶୌଚହେବା ପାଇଁ ଯାଇ ଘରକୁ ଫେରି ନ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ମଧ୍ୟ କୌଣସି ଖବର ମିଳି ନ ଥିଲା । ତେବେ ମଙ୍ଗଳବାର ସକାଳୁ ପୋଖରୀରେ ମୃତଦେହ ଭାସୁଥିବା ଦେଖି ପୋଲିସକୁ ଖବର ଦିଆଯାଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ୧୭/୧୯ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟ ପଠାଇଛି।