ପୋଖରୀରେ ବୁଡି ୩ଜଣଙ୍କ ସଳିଳ ସମାଧି

ରୂପ୍‌ସା/ସଜନାଗଡ଼/ବାହାନଗା, ୨୯।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲାର ପୃଥକ ସ୍ଥାନରେ ମଙ୍ଗଳବାର ପୋଖରୀରେ ବୁଡି ୩ଜଣଙ୍କ ସଳିଳ ସମାଧି ଘଟିଛି। ମୃତକମାନେ ହେଲେ ରୂପ୍‌ସା ଥାନା ପୋଡ଼ାଡ଼ିହା ଗ୍ରାମର ଗୋପାଳ ଚନ୍ଦ୍ର ମାଝି (୪୫), ଔପଦା ବ୍ଲକ ଈଶ୍ୱରପୁର ପଞ୍ଚାୟତ ମର୍ଦ୍ଦରାଜପୁର ଗ୍ରାମର ବୈକୁଣ୍ଠ ରାଉତ (୮୦) ଓ ରେମୁଣା ବ୍ଲକ ବୋଇତା ଗ୍ରାମର ଦୟାନିଧି ବେହେରାଙ୍କ ଦିବ୍ୟାଙ୍ଗ ପୁଅ ଗୌତମ(୭)।

ପୋଡ଼ାଡ଼ିହା ଗ୍ରାମର ଗୋପାଳ ଚନ୍ଦ୍ର ଅସାବଧାନତାବଶତଃ ଗାଁ ପୋଖରୀରେ ବୁଡ଼ିଯାଇଥିଲେ। ଗ୍ରାମବାସୀ ଦୀର୍ଘସମୟ ଧରି ଖୋଜାଖୋଜି କରି ତାଙ୍କୁ ପୋଖରୀ ଭିତରୁ ଉଦ୍ଧାର କରି ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ସଂକ୍ରାନ୍ତରେ ଥାନାରେ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ. ୬/୧୯) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରାଇଛି। ନୀଳଗିରି ଥାନା ଔପଦା ବ୍ଲକ ମର୍ଦ୍ଦରାଜପୁର ଗ୍ରାମର ବୈକୁଣ୍ଠ ସୋମବାର ଅପରାହ୍ନରେ ଶୌଚ ହେବା ପାଇଁ ଘର ସମ୍ମୁଖ ପୋଖରୀକୁ ଯାଇଥିବା ବେଳେ ଗୋଡ଼ ଖସିଯିବାରୁ ସେ ବୁଡ଼ି ଯାଇଥିଲେ। ପରେ ଜଣେ ପଡ଼ୋଶୀ ଗାଧୋଇବାକୁ ଯାଇଥିବା ବେଳେ ବୃଦ୍ଧ ଜଣକ ପାଣିରେ ଭାସୁଥିବା ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ତାଙ୍କୁ ପୋଖରୀରୁ ଉଦ୍ଧାର କରାଯାଇ ନୀଳଗିରି ଡାକ୍ତରଖାନା ଅଣାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ନୀଳଗିରି ପୋଲିସ ମେଡ଼ିକାଲରେ ପହଞ୍ଚତ୍ ଶବ ବ୍ୟବଚ୍ଛେଦ କରାଇ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ରେମୁଣା ବ୍ଲକ ବୋଇତା ଗ୍ରାମର ଦିବ୍ୟାଙ୍ଗ ଗୌତମ ଘର ଅଗଣାରେ ଖେଳୁଥିବା ବେଳେ ନିକଟରେ ଥିବା ଏକ ପୋଖରୀରେ ବୁଡିଯାଇଥିଲେ। ଘର ଲୋକେ ପରେ ଖୋଜାଖୋଜି କରି ପାଣି ଭିତରୁ ତାଙ୍କ ମୃତଦେହ ଉଦ୍ଧାର କରିଥିଲେ। ପରିବାର ଲୋକେ ପ୍ରଥମେ ତାଙ୍କୁ ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ଡାକ୍ତରଙ୍କ ପରାମର୍ଶ ପରେ ଗୌତମଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତକ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର…

ଦୋକାନ ତାଲା ଭାଙ୍ଗି ଟଙ୍କା-ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର…

ତମାଖୁ ସେବନଠାରୁ ଦୂରେଇ ରହିବାକୁ ଆହ୍ବାନ: ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ…

ଭଞ୍ଜନଗର,୧।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଶାଖାରେ ରବିବାର ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଏଥିରେ ଶାଖାର ସଂଯୋଜିକା ସନ୍ତୋସିନୀ…

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri