ପୋଚ ନଷ୍ଟ କଲେ ଗାଁ ମହିଳା

ସମ୍ବଲପୁର,୯ା୫(ବ୍ୟୁରୋ): ସମ୍ବଲପୁର ଜିଲା ଧମା ଥାନା ଅଞ୍ଚଳରେ ମଦ କାରବାର ଦିନକୁ ଦିନ ବଢି ଚାଲିଛି । ସମ୍ବଲପୁର ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପାଖରେ ବାରମ୍ବାର ଅଭିଯୋଗ କଲା ପରେ ବି କୌଣସି ସୁଫଳ ମିଳିନାହିଁ। ଶନିବାର ପୂର୍ବାହ୍ନରେ ଏହି ଥାନା ଅଧୀନ ଗଏନପୁରା ଗ୍ରାମର ମହିଳା ଓ ଗ୍ରାମବାସୀ ଏକଜୁଟ ହୋଇ ବହୁ ପରିମାଣର ମଦ ପୋଚ ନଷ୍ଟ କରି ଦେଇଛନ୍ତି । ପ୍ରଥମେ ଗ୍ରାମ ନିକଟରେ ଥିବା ଏକ ନିଛାଟିଆ ସ୍ଥାନକୁ ଯାଇ ସେଠାରେ ମାଟି ଭିତରେ ଥିବା ମଦ ପୋଚ ଠାବ କରିଥିଲେ । ପରେ ଧମା ପୋଲିସକୁ ଖବର ଦେଇଥିଲେ । ପୋଲିସ କର୍ମଚାରୀ ଆସିଲା ପରେ ମାଟି ଭିତରୁ ପୋଚ ବାହାର କରାଯାଇଥିଲା । ବିଭିନ୍ନ ସ୍ଥାନରେ ପୋତା ଯାଇଥିବା ପ୍ରାୟ ୧ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ପୋଚ ହେବ ବୋଲି ଜଣେ ଗ୍ରାମବାସୀ କହିଛନ୍ତି । ହେଲେ ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିନାହିଁ । ତେଣୁ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି । ଗ୍ରାମବାସୀଙ୍କ କହିବା କଥା ଗ୍ରାମର ଜଣେ ଲୋକ ରନ୍ଧାମଦ ତିଆରି କରି ବିକ୍ରି କରୁଛନ୍ତି । ଏଥିନେଇ ସ୍ଥାନୀୟ ପୋଲିସ ଓ ଅବକାରୀ ବିଭାଗକୁ ବାରମ୍ବାର ଅବଗତ କରାଗଲେ ମଧ୍ୟ କୌଣସି କାଯର୍‌ୟନୁଷ୍ଠାନ ଗ୍ରହଣ କରାଯାଉ ନାହିଁ । ଉକ୍ତ ବ୍ୟକ୍ତିଙ୍କୁ ବିରୋଧ କଲେ ସେ ମାରଣାସ୍ତ୍ର ଧରି ମାରିବାକୁ ଗୋଡାଉଛନ୍ତି । ଏଭଳି ଅନେକ ଥର ଘଟିଛି। ଶେଷରେ ଗତ ୫ ତାରିଖରେ ଜିଲାପାଳ ଅଫିସକୁ ମହିଳାମାନେ ଯାଇ ଅଭିଯୋଗ କରିଥିଲେ । ଶୀଘ୍ର ଏହାର ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା। କିନ୍ତୁ ୪ ଦିନ ବିତି ଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନ ହେବାରୁ ବାଧ୍ୟ ହୋଇ ଏଭଳି ପଦକ୍ଷେପ ଗ୍ରହଣ କରିଥିବା ମହିଳାମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

ବିଜେଡି-କଂଗ୍ରେସ ମେଣ୍ଟକୁ ନେଇ ବଢୁଛି ଚର୍ଚ୍ଚା: ମନମୋହନ ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୧୫।୪(ସୁନିତ୍‌ ମିଶ୍ର):୨୦୨୭ରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିଲାଗି ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ଆସନ ସଂରକ୍ଷଣ ଆସନ୍ତା ୩୦ ତାରିଖ ସୁଦ୍ଧା ଶେଷ କରିବାକୁ…

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର…

ଆମେରିକାକୁ ଚେତାବନୀ ଦେଲା ଚାଇନା: ହର୍ମୁଜକୁ ନେଇ ହଲଚଲ

ବେଜିଂ,୧୫ା୪(ଏଜେନ୍ସି):ପାକିସ୍ତାନ ମଧ୍ୟସ୍ଥତାରେ ଇସ୍‌ଲାମାବାଦରେ ୨୧ ଘଣ୍ଟିଆ ଶାନ୍ତି ଆଲୋଚନାରୁ ନିଷ୍କର୍ଷ ନ ବାହାରିବାରୁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଆମେରିକା ଓ ଇରାନ୍‌ ପୁଣି ମୁହଁାମୁହଁି ହୋଇଛନ୍ତି। ଆମେରିକୀୟ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri