ପୋଚ ନଷ୍ଟ କଲେ ଗାଁ ମହିଳା

ସମ୍ବଲପୁର,୯ା୫(ବ୍ୟୁରୋ): ସମ୍ବଲପୁର ଜିଲା ଧମା ଥାନା ଅଞ୍ଚଳରେ ମଦ କାରବାର ଦିନକୁ ଦିନ ବଢି ଚାଲିଛି । ସମ୍ବଲପୁର ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପାଖରେ ବାରମ୍ବାର ଅଭିଯୋଗ କଲା ପରେ ବି କୌଣସି ସୁଫଳ ମିଳିନାହିଁ। ଶନିବାର ପୂର୍ବାହ୍ନରେ ଏହି ଥାନା ଅଧୀନ ଗଏନପୁରା ଗ୍ରାମର ମହିଳା ଓ ଗ୍ରାମବାସୀ ଏକଜୁଟ ହୋଇ ବହୁ ପରିମାଣର ମଦ ପୋଚ ନଷ୍ଟ କରି ଦେଇଛନ୍ତି । ପ୍ରଥମେ ଗ୍ରାମ ନିକଟରେ ଥିବା ଏକ ନିଛାଟିଆ ସ୍ଥାନକୁ ଯାଇ ସେଠାରେ ମାଟି ଭିତରେ ଥିବା ମଦ ପୋଚ ଠାବ କରିଥିଲେ । ପରେ ଧମା ପୋଲିସକୁ ଖବର ଦେଇଥିଲେ । ପୋଲିସ କର୍ମଚାରୀ ଆସିଲା ପରେ ମାଟି ଭିତରୁ ପୋଚ ବାହାର କରାଯାଇଥିଲା । ବିଭିନ୍ନ ସ୍ଥାନରେ ପୋତା ଯାଇଥିବା ପ୍ରାୟ ୧ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ପୋଚ ହେବ ବୋଲି ଜଣେ ଗ୍ରାମବାସୀ କହିଛନ୍ତି । ହେଲେ ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିନାହିଁ । ତେଣୁ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି । ଗ୍ରାମବାସୀଙ୍କ କହିବା କଥା ଗ୍ରାମର ଜଣେ ଲୋକ ରନ୍ଧାମଦ ତିଆରି କରି ବିକ୍ରି କରୁଛନ୍ତି । ଏଥିନେଇ ସ୍ଥାନୀୟ ପୋଲିସ ଓ ଅବକାରୀ ବିଭାଗକୁ ବାରମ୍ବାର ଅବଗତ କରାଗଲେ ମଧ୍ୟ କୌଣସି କାଯର୍‌ୟନୁଷ୍ଠାନ ଗ୍ରହଣ କରାଯାଉ ନାହିଁ । ଉକ୍ତ ବ୍ୟକ୍ତିଙ୍କୁ ବିରୋଧ କଲେ ସେ ମାରଣାସ୍ତ୍ର ଧରି ମାରିବାକୁ ଗୋଡାଉଛନ୍ତି । ଏଭଳି ଅନେକ ଥର ଘଟିଛି। ଶେଷରେ ଗତ ୫ ତାରିଖରେ ଜିଲାପାଳ ଅଫିସକୁ ମହିଳାମାନେ ଯାଇ ଅଭିଯୋଗ କରିଥିଲେ । ଶୀଘ୍ର ଏହାର ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା। କିନ୍ତୁ ୪ ଦିନ ବିତି ଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନ ହେବାରୁ ବାଧ୍ୟ ହୋଇ ଏଭଳି ପଦକ୍ଷେପ ଗ୍ରହଣ କରିଥିବା ମହିଳାମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ପ୍ରଣବଙ୍କ ମନ୍ତବ୍ୟକୁ ଭାଜପାର କାଉଣ୍ଟର ଆଟାକ

କୁଚିଣ୍ଡା,୨୨ା୪(ବିରଞ୍ଚତ୍ ଦର୍କା):ଗତ ଶନିବାର ସମ୍ବଲପୁର ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କୁଚିଣ୍ଡା ଗସ୍ତରେ ଆସି ନବୀନ ପଟ୍ଟନାୟକ ସରକାର...

ସାଂସଦଙ୍କ ପ୍ରତିନିଧିରୁ ସାଂସଦ ପ୍ରାର୍ଥୀ

ସମ୍ବଲପୁର,୨୧ା୪(ପ୍ରମୋଦ ବହିଦାର)କଂଗ୍ରେସ ପକ୍ଷରୁ ଶନିବାର ୩ ଲୋକ ସଭା ୧୬ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରାଯାଇଛି। ସମ୍ବଲପୁର ଲୋକ ସଭା ଆସନରୁ ଦଳ ପୂର୍ବତନ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri