ପୋତା ଯାଇଥିବା ମୃତଦେହ ଉଦ୍ଧାର କଲା ପୋଲିସ

ଆନନ୍ଦପୁର,୨୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ଅତା ଗ୍ରାମରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। ପରିବାର ଲୋକେ ତରବରିଆ ଭାବେ ମୃତଦେହ ପୋତି ଦେଇଥିଲେ। ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି।
ସୂଚନାଯୋଗ୍ୟ, ଘସିପୁରା ବ୍ଲକ ଅତା ଗ୍ରାମର ବାବାଜି ନାଥଙ୍କ ପୁଅ ଅଭିମନ୍ୟୁ ଓରଫ୍‌ ମାନୁ (୪୩)ଙ୍କ ଶୁକ୍ରବାର ସନ୍ଧ୍ୟାରେ ମୃତ୍ୟୁ ଘଟିଥିଲା। ପରିବାର ଲୋକେ ମୃତଦେହ ଗାଁ ଶ୍ମଶାନରେ ପୋତି ଦେଇଥିଲେ। ଏହି ମୃତ୍ୟୁ ସନ୍ଦେହଘେରରେ ଥିବା ପୋଲିସ କୌଣସି ସୂତ୍ରରୁ ସୂଚନା ପାଇଥିଲା। ଆନନ୍ଦପୁର ଏସ୍‌ଡିପିଓ ବିଦ୍ୟୁତ୍‌ ଚନ୍ଦ୍ର ପଣ୍ଡାଙ୍କ ଠାରୁ ସୂଚନା ପାଇ ରାମଚନ୍ଦ୍ରପୁର ଥାନା ଆଇଆଇସି ରାଜେନ୍ଦ୍ର କୁମାର ସ୍ବାଇଁ ସଦଳବଳ ଘଟଣାସ୍ଥଳରେ ଶନିବାର ପହଞ୍ଚି ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ପୋତା ଯାଇଥିବା ମୃତଦେହ ଉଦ୍ଧାର କରି ଆନନ୍ଦପୁର ମୁଖ୍ୟ ଡାକ୍ତରଖାନାକୁ ପଠାଇଛନ୍ତି। ପରିବାର ଲୋକେ ମାନୁଙ୍କ ମୃତ୍ୟୁ ଅତ୍ୟଧିକ ମଦ୍ୟପାନରୁ ହୋଇଥିବା କହୁଥିବାବେଳେ ପୋଲିସ ଏହାକୁ ସହଜରେ ଗ୍ରହଣ କରିପାରିନାହିଁ। ରାମଚନ୍ଦ୍ରପୁର ଥାନା ଅଧିକାରୀ ରାଜେନ୍ଦ୍ର ପ୍ରସାଦ ସ୍ବାଇଁ କହିଛନ୍ତି, ପୋତା ଯାଇଥିବା ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି ଏବଂ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ଘଟଣାର ତଦନ୍ତ କରାଯାଉଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ପ୍ରକୃତ ରହସ୍ୟ ଲୋକଲୋଚନକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri