ପୋତି ହୋଇପଡ଼ିଛି ଡ୍ରେନ: ପୌରନିର୍ବାହୀ ଅଧିକାରୀଙ୍କୁ ଭେଟିଲେ ମହିଳା

ବାସୁଦେବପୁର, ୧୦।୭ (ଡି.ଏନ.ଏ.): ବାସୁଦେବପୁର ପୌରପାଳିକାର ବିଭିନ୍ନ ଡ୍ରେନ ପୋତି ହୋଇପଡ଼ିଛି। ବର୍ଷାଦିନ ପୂର୍ବରୁ ଏହି ଡ୍ରେନଗୁଡ଼ିକ ସଫା କରାଯାଇ ନ ଥିବାରୁ ଚଳିତବର୍ଷ ସହରାଞ୍ଚଳବାସୀ ନାନା ଅସୁବିଧାରେ ପଡ଼ିବାର ଆଶଙ୍କା ରହିଛି। ବାସୁଦେବପୁର ପୌରପାଳିକାର ୧୨ ନମ୍ବର ୱାର୍ଡ ଇଣ୍ଡିଆସାହି ନିକଟ ଅଞ୍ଚଳ ଓ ଗ୍ରାମରେ ଥିବା ଡ୍ରେନକୁ ସଫା କରାଯାଇ ନ ଥିବାବେଳେ ମଇଁଷାପଦା ନିକଟସ୍ଥ ମହାଦେବ ମନ୍ଦିରଠାରେ ଜଣେ ବ୍ୟକ୍ତି ନୟନଯୋରି ମୁହଁକୁ ଜବରଦଖଲ କରି ପୋତି ପକାଇଛନ୍ତି। ଫଳରେ ଜଳ ନିଷ୍କାସନରେ ଏହା ପ୍ରମୁଖ ପ୍ରତିବନ୍ଧକ ସାଜିଛି। ଗଁାର ଉପରମୁଣ୍ଡ ପାଣି ଗଡ଼ି ଆସି ଏଠାରେ ନିଷ୍କାସିତ ହୋଇପାରୁ ନାହିଁ। ଡ୍ରେନର ଅପରିଷ୍କାର ପାଣି ଜମିରହି ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି କରୁଛି। ଏହି ଡ୍ରେନକୁ ସଫା କରାଯିବା ସହ ଜବରଦଖଲ ଉଚ୍ଛେଦ କରି ଜଳ ନିଷ୍କାସନ ବ୍ୟବସ୍ଥା କରାଯାଉ ବୋଲି ଦାବି ହୋଇଛି। ଏ ସମ୍ପର୍କରେ ପୂର୍ବରୁ ପୌରନିର୍ବାହୀ ଅଧିକାରୀଙ୍କୁ ଅବଗତ କରାଯାଇଥିଲା। କୌଣସି ପଦକ୍ଷେପ ନିଆଯାଇ ନ ଥିବା ଅଭିଯୋଗ କରି ଗ୍ରାମର ମହିଳାମାନେ ବୁଧବାର ପୌରନିର୍ବାହୀ ଅଧିକାରୀଙ୍କୁ ଭେଟି ପୁଣିଥରେ ସେମାନଙ୍କ ଦାବି ଜଣାଇଛନ୍ତି। ତୁରନ୍ତ ଏହି ଡ୍ରେନ ସଫା ସହ ଜବରଦଖଲମୁକ୍ତ କରିବାକୁ ଗ୍ରାମର ରୀନା ଦାସ, କୁନୁ ଦାସ, ବେବୀଲତା ଦାସ, ସସ୍ମିତା ଦାସ, ଚିନା ଦାସ ପ୍ରମୁଖ ଦାବି କରିଛନ୍ତି। ଏ ଦିଗରେ ପଦକ୍ଷେପ ନିଆଯିବ ବୋଲି ପୌରନିର୍ବାହୀ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri