ପୋତି ହୋଇପଡୁଛି କେନାଲ: ଚାଷ ଜମିକୁ ମାଡ଼ୁନି ପାଣି

ଚମ୍ପୁଆ, ୨୦ା୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଏନଏସି ଅନ୍ତର୍ଗତ ୨ ନଂ. ୱାର୍ଡ ପାଞ୍ଚପୋଖରିଆଠାରେ କେନାଲ ପୋତି ହୋଇପଡିଥିବାରୁ ଚାଷଜମିକୁ ପାଣି ମାଡିପାରୁନାହିଁ। ଏପରିକି ପାଣି ରହୁଥିବା ପୋଖରୀରୁ ପଙ୍କ ଉଦ୍ଧାର କରାଯାଉ ନ ଥିବାରୁ ବର୍ଷାଜଳ ଠିକ୍‌ ଭାବେ ଗଚ୍ଛିତ ହୋଇପାରୁନାହିଁ। ଫଳରେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି।
ଦୀର୍ଘ ବର୍ଷ ପୂର୍ବରୁ ଚାଷ ଜମିକୁ ପାଣି ମଡାଇବା ନିମନ୍ତେ କ୍ଷୁଦ୍ର ଜଳ ସେଚନ ପ୍ରକଳ୍ପ ଦ୍ୱାରା ଗାଁ ମଝିରେ ଏକ ବଡ ପୋଖରୀ ଖୋଳାଯାଇଥିଲା। ଏହି ପୋଖରୀରୁ କେନାଲ ମାଧ୍ୟମରେ ପ୍ରାୟ ୨୫ହେକ୍ଟର ଚାଷ ଜମିକୁ ପାଣି ମଡାଇ ଚାଷୀମାନେ ଚାଷକାମ କରୁଥିଲେ। ମାତ୍ର ୨ବର୍ଷ ହେବ ଏହି କେନାଲ ପୋତି ହୋଇପଡ଼ିଛି। ଏପରିକି ଚାଷ ବାବଦକୁ ଜଳ କର ଚାଷୀମାନେ ଦେଇ ଆସୁଥିଲେ ମଧ୍ୟ ଏହାର ପ୍ରତିକାର ଦିଗରେ ଦୃଷ୍ଟି ଦିଆଯାଉନାହିଁ। ଏ ବିଷୟରେ ଚାଷୀମାନେ ଏନଏସି କାର୍ଯ୍ୟାଳୟରେ ବାରମ୍ବାର ଅଭିଯୋଗ କଲେ ମଧ୍ୟ ଏହାର କୌଣସି ସମାଧାନ ହେଉ ନ ଥିବା ପ୍ରକାଶ କରିଛନ୍ତି। ଚାଷୀମାନେ ନାନା ଅସୁବିଧାର ସମ୍ମୁଖୀନ ହୋଇଆସୁଛନ୍ତି। ଏ ସମ୍ପର୍କରେ ଏନଏସି ଯନ୍ତ୍ରୀ ସୁଶୀଲ ମୁର୍ମୁଙ୍କୁ ପଚାରିବାରୁ ଉକ୍ତ ପାଣି ଯିବା ରାସ୍ତାରେ ଏକ ନୂତନ କଲଭର୍ଟ ହୋମ୍‌ପାଇପ୍‌ ଦ୍ୱାରା କରାଯାଇଛି। ଏହି ହୋମ୍‌ପାଇପ୍‌ରେ ମାଟି ଭର୍ତ୍ତି ହୋଇ ଜାମ୍‌ ହୋଇଯାଇଥିବାରୁ ପାଣି ଯାଇପାରୁନାହିଁ। ୨ରୁ ୪ଦିନ ମଧ୍ୟରେ ଏହାକୁ ସଫା କରି ଦିଆଯିବ ବୋଲି ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ତ୍ରିବେଣୀ କମ୍ପାନୀରୁ ୧୨ ଲକ୍ଷ ଟଙ୍କା ହେର୍‌ଫେର୍‌, ଇସ୍ତଫା ଦେଇଥିବା କର୍ମଚାରୀ କେନ୍ଦ୍ରାପଡ଼ାରୁ ଗିରଫ

ବଡ଼ବିଲ,୨୨ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ିସ୍ଥିତ ତ୍ରିବେଣୀ ଆର୍ଥ ମୁଭର୍ସ କମ୍ପାନୀରୁ ୧୨ଲକ୍ଷ ଟଙ୍କା ହେର୍‌ଫେର୍‌ କରିଥିବା ଅଭିଯୋଗରେ ପୋଲିସ ସଂପୃକ୍ତ ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ାରୁ ଗିରଫ...

ଶିକାର ପାଇଁ ଅଭୟାରଣ୍ୟରେ ନିଆଁ

ହାଟଡିହୀ,୨୨l୪(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ଼ ହସ୍ତୀ ଅଭୟାରଣ୍ୟର ୯ଟି ପଏଣ୍ଟରେ ଲାଗିଛି ନିଆଁ। ନିଆଁ ଅତି ବ୍ୟାପକ ହୋଇନି। ଗଛରୁ ଝଡି ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri