ପୋଲ,ଗାଡୱାଲ କାମକୁ  ଗ୍ରାମବାସୀଙ୍କ ବିରୋଧ

ଜୁନାଗଡ଼,୩୦।୪(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମାଲିଗୁଡା ପଞ୍ଚାୟତ ବୋଦେଲ ଗ୍ରାମରେ ନିର୍ମାଣଧୀନ ପୋଲ, ଗାଡ଼ୱାଲ ନିର୍ମାଣ କାମ ନିମ୍ନମାନରେ ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ବୋଦେଲ-ବଣିଜରାକୁ ସଂଯୋଗ କରିବା ପାଇଁ ନିକଟସ୍ଥ ନାଳ(ସର) ଉପରେ ଜୁନାଗଡ଼ ଗ୍ରାମ୍ୟଉନ୍ନୟନ ବିଭାଗ ଉପବିଭାଜନ ଜରିଆରେ ପୋଲ,ରାସ୍ତା ଓ ଗାଡୱାଲ ନିର୍ମାଣ କରାଯାଉଛି। ଏଥିପାଇଁ ପ୍ରାୟ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ବରାଦ କରାଯାଇଛି। ଟେଣ୍ଡର ପାଇଥିବା ଠିକାଦାର ଆଉ ଜଣେ ଠିକାଦାରଙ୍କୁ ସେହି କାମ ଦେଇଛନ୍ତି। ପୋଲ ନିର୍ମାଣ ପାଇଁ ବେଡ କଂକ୍ରିଟରେ ଠିକ ଭାବେ ମେଟାଲ, ସିମେଣ୍ଟ ଓ ବାଲି ମିଶ୍ରଣ ହୋଇ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସେହିପରି ଗାଡ଼ୱାଲ କାମ ମଧ୍ୟ ନିମ୍ନମାନର ହୋଇଛି। ଫଳରେ ଗାଡୱାଲର ତଳ ଭାଗରେ ଥିବା ସିମେଣ୍ଟ ଧସି ପଡିଥିବା ଦେଖିବାକୁ ମିଳିଛି। ଏଥିଯୋଗୁ ପୋଲ ଓ ଗାଡୱାଲର ସ୍ଥାୟିତ୍ୱକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କାମ ଚାଲିଥିବା ବେଳେ ବିଭାଗୀୟ ଅଧିକାରୀ ଉପସ୍ଥିତ ରହୁ ନ ଥିବାରୁ ନିମ୍ନମାନର କାମ ହେଉଥିବା ଅଭିଯୋଗ ହୋଇଛି। ଯେ କୌଣସି ସରକାରୀ ଉନ୍ନୟନ କାମ ଆରମ୍ଭ ପୂର୍ବରୁ ସୂଚନା ଫଳକ ଲଗାଯିବାର ନିୟମ ଥିଲେ ମଧ୍ୟ ସେଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଛି।
ଏ ନେଇ ବିଭାଗୀୟ ଯନ୍ତ୍ରୀ ଭଗବାନ ଗୌଡଙ୍କୁ ପଚାରିବାରୁ ଖାଲି ଗାଡୱାଲ କାମ ଖରାପ ହୋଇଛି ବୋଲି ଶୁଣୁଛି। ଯଦି ଖରାପ ହୋଇଛି ତାକୁ ଭଙ୍ଗାଯାଇ ନୂତନ କରାଯିବ । ସୂଚନାଫଳକ ଠିକାଦାର ତିଆରି କରିଛନ୍ତି, କିନ୍ତୁ ଲଗେଇ ନାହାନ୍ତି। ଆଜି ଲଗାଯିବ ବୋଲି ସେ କହିଥିଲେ। ଭବାନୀପାଟଣା ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ବାହୀ ଯନ୍ତ୍ରୀ କାଳିପଦ ମହାକୁଡଙ୍କୁ ଏ ସଂକ୍ରାନ୍ତରେ ପଚାରିବାରୁ ଅଭିଯୋଗର ତଦନ୍ତ ହେ।ଯଦି ଅଭିଯୋଗ ସତ ହୋଇଥାଏ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri