ପୋଲରେ ପିଟିହେଲା କାର୍‌: ୨ ମୃତ

 

ଦେବଗଡ଼, ୮।୨(ଡି.ଏନ.ଏ)- ଗୁରୁବାର ରାତିରେ ଦେବଗଡ ଥାନା ଅଧୀନ ଆମ୍ବପାଳ ଗ୍ରାମ ନିକଟସ୍ଥ ରାଞ୍ଚି-ବିଜୟୱାଡା ରାଜପଥରେ ଏକ କାର ଦୁର୍ଘଟଣାଗସ୍ତ ହେବାରୁ ୨ଯୁବକଙ୍କ ମୃତ୍ୟୁ ଘଟିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ା
ଖବର ମୁତାବକ ରାତି ପ୍ରାୟ ୧୧ଟା ୩୦ରେ ଦେବଗଡ଼ ଥାନା ଅଧୀନ ବୁଢିବିଲ ଗ୍ରାମର ସଞ୍ଜୟ ନାୟକ(୨୨) ଓ ନିକ୍ତିମାଳ ଗ୍ରାମର ଦେବାନନ୍ଦ ବେହେରା(୧୯) ଏକ କାରରେ ସିଆରମାଳିଆ ଗ୍ରାମପଟୁ ବୁଢିବିଲ ଗ୍ରାମକୁ ଆସୁଥିଲେ। ଆମ୍ବପାଳ ଗ୍ରାମ ନିକଟରେ ଚାଳକ ସଞ୍ଜୟ କୌଣସି କାରଣରୁ ଭାରସାମ୍ୟ ହରାଇବାରୁ କାର ରାଜପଥର ଏକ ପୋଲରେ ପିଟିହେବା ପରେ ରାସ୍ତାତଳକୁ ଖସି ପଡିଥିଲା। ଫଳରେ ଚାଳକ ସଞ୍ଜୟ ଏବଂ କାରରେ ବସିଥିବା ଦେବାନନ୍ଦ ଗୁରୁତର ଆହତ ହୋଇଥିଲେ ା ସ୍ଥାନୀୟ ଲୋକେ ଉଭୟଙ୍କୁ ଗୁରୁତର ଅବସ୍ଥାରେ କାର ଭିତରୁ ଉଦ୍ଧାର କରି ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ ା ମାତ୍ର ଡାକ୍ତର ଦେବାନନ୍ଦଙ୍କୁ ମୃତ ଘୋଷଣା କରିଥିଲେ ା ସେହିପରି ଚାଳକ ସଞ୍ଜୟଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ମାତ୍ର ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି ା ଦେବଗଡ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ ଦୁର୍ଘଟଣାଗ୍ରସ୍ତ କାରକୁ ଜବତ କରିଛି ା


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ମିଶିଲେ ଦେବଗଡ଼ର ରାଣୀ ଅରୁନ୍ଧତୀ

ଭୁବନେଶ୍ୱର,୧୬।୪: ବିଜେଡିରେ ମିଶିଲେ ସମ୍ବଲପୁରର ଭାଜପା ଏମପି ନିତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ କୁମାରୀ ଦେବୀ। ଆଜି ସେ ବିଜେଡିରେ ସାମିଲ ହୋଇଛନ୍ତି । ସେ...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପ୍ରାଣୀଧନ ଚିକିତ୍ସାଧିକାରୀ

ଦେବଗଡ଼,ରିଆମାଳ,୨୨ା୩( ଶଶାଙ୍କ ଶେଖର ଝାଙ୍କର/ନିରଞ୍ଜନ ବେହେରା):କୁକୁଡା ଫାର୍ମ ପାଇଁ ବିଦ୍ୟୁତ୍‌ ସଂଯୋଗ ଓ ସବ୍‌ସିଡି ପ୍ରଦାନ ପାଇଁ ଜଣେ ଚାଷୀଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ନେଉଥିବା...

କଂଗ୍ରେସ ସାଧାରଣ ସମ୍ପାଦିକା ନିଯୁକ୍ତ

ଦେବଗଡ଼, ୧୪।୩ (ଶଶାଙ୍କ ଶେଖର ଝାଙ୍କର)ଦେବଗଡ଼ ଜିଲା ମହିଳା କଂଗ୍ରେସର ବରିଷ୍ଠ ନେତ୍ରୀ ମିନତୀ ନାଏକ ପ୍ରଦେଶ ମହିଳା କଂଗ୍ରେସର ସାଧାରଣ ସମ୍ପାଦିକା ଭାବେ ନିଯୁକ୍ତ...

ମୋର ଟିକେଟ ଫାଇନାଲ

ଦେବଗଡ଼, ୧୪।୩ (ଶଶାଙ୍କ ଶେଖର ଝାଙ୍କର)ଦେବଗଡ଼ ଜିଲା ଗୋଟିଏ ବିଧାନସଭା ନିର୍ବାଚନମଣ୍ଡଳୀ। ଏଠାରେ ସବୁ ଦଳରେ ଅନେକ ଟିକେଟ ଆଶାୟୀ ଅଛନ୍ତି। ତେବେ ଟିକେଟ କିଏ...

ସ୍ବାମୀ-ପୁଅଙ୍କୁ ଛାଡି ପ୍ରେମିକଙ୍କ ସହ ଯାଇଥିଲେ, ମାଟିତଳୁ ମିଳିଲା ମୃତଦେହ

ଦେବଗଡ,୫।୩: ସ୍ବାମୀ ଓ ପୁଅକୁ ଛାଡି ପ୍ରେମିକ ସହ ଫେରାର ହୋଇଥିଲେ। ହେଲେ ଯେଉଁ ପ୍ରେମିକଙ୍କ ହାତ ଧରି ଘରର ଏରୁଣ୍ଡି ଡେଇଁଥିଲେ, ସିଏ ସାଜିଲା...

ମାଟିତଳୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ: କୁକୁର ଟାଣିଟାଣି କାଢ଼ୁଥିଲା

ଦେବଗଡ଼,୨।୩(ଶଶାଙ୍କ ଶେଖର ଝାଙ୍କର): ମାଟି ତଳେ  ପୋତା ଯାଇଥିବା ମହିଳାଙ୍କ ଗଳିତ ମୃତଦେହ ଠାବ ହୋଇଛି। ତାଙ୍କୁ କେହି  ହତ୍ୟା କରିଥିବା  ସନ୍ଦେହ କରାଯାଉଛି। ଏଭଳି...

ଜଙ୍ଗଲ ଭିତରେ ନରକଙ୍କାଳ ଠାବ

ଦେଗଗଡ଼,୧୨ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା କାଉଁଶିବାହାଳ ଗାଁ ନିକଟ ଜଙ୍ଗଲ ଭିତରେ ସୋମବାର ଏକ ନରକଙ୍କାଳ ଠାବ କରାଯାଇଛି । ମଗରମୁହିଁ ହୁଲି ଜଙ୍ଗଲ...

ଲୁହାପଥର ଚୋରା ଚାଲାଣ କରୁଥିଲେ: ଧରାପଡ଼ିଲେ ପୋଲିସ କନଷ୍ଟେବଳ

ଦେବଗଡ଼,୯।୨(ଶଶାଙ୍କ ଶେଖର ଝାଙ୍କର): ଡେପୁଟି ଡାଇରେକ୍ଟର ଅଫ୍‌ ମାଇନ୍ସ ପକ୍ଷରୁ ଜବତ କରାଯାଇଥିବା ଲୁହାପଥର ଚାଲାଣ ବେଳେ ପୋଲିସ କନେଷ୍ଟବଳଙ୍କ ସହ ୪ଜଣ ଗିରଫ ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri