ହାତୀଓଟ,୨୭ା୧୦-ଗଞ୍ଜାମ ଜିଲା ପୋଲସରାସ୍ଥିତ ବଜାରସାହି ଛକରେ ଶନିବାର ରାତି ପ୍ରାୟ ୯ଟାରେ ସିରିଜ୍ ବୋମାମାଡ ହୋଇଛି। ଏକ ବିଦେଶୀ ମଦ ଦୋକାନ ଆଗରେ ଦୁର୍ବୃତ୍ତମାନେ ବାଇକରେ ଆସି ପ୍ରଥମେ ୨ଟି ବୋମାମାଡ କରିଥିଲେ। ସେଠାରୁ ଯାଇ ରାଣିପଡା ବ୍ୟାଙ୍କ ଅଫ୍ ଇଣ୍ଡିଆ ସମ୍ମୁଖରେ ଗୋଟିଏ ବୋମା ପକାଇବା ସହ ରାଣିପଡା ଠାକୁରାଣୀ ମନ୍ଦିର ସମ୍ମୁଖରେ ଆଉ ଗୋଟିଏ ବୋମା ପକାଇଥିଲେ। ପରେ ବୁଢାମ୍ବ ରାସ୍ତା ପଟେ ପଳାଇଯାଇଥିବା ଜଣାପଡିଛି। ବାଇକରେ ଦୁଇଜଣ ଥିବା ସ୍ଥାନୀୟ ଲୋକେ କହିଛନ୍ତି। ଖବର ପାଇ ପୋଲସରା ପୋଲିସ ବୋମା ଫିଙ୍ଗିଥିବା ଦୁର୍ବୃତ୍ତଙ୍କ ପିଛା କରିଥିଲେ ମଧ୍ୟ ଖବର ଲେଖାହେବା ସୁଦ୍ଧା ସେମାନଙ୍କ ଟେର୍ ପାଇନାହିଁ। କ’ଣ ପାଇଁ ବୋମା ମାଡ ହୋଇଛି ତାହା ସ୍ପଷ୍ଟ ହୋଇନାହିଁ। ରାତି ପାହିଲେ ଦୀପାବଳି ଥିବାରୁ ଏପରି ସିରିଜ୍ ବୋମାମାଡ ଅଞ୍ଚଳରେ କୋକୁଆ ଭୟ ସୃଷ୍ଟି କରିଛି। ପୋଲସରା ଥାନା ପକ୍ଷରୁ ପାଟ୍ରୋଲିଂ କଡାକଡି ସହ କୌଣସି ଅଘଟଣ ଆଶଙ୍କାରେ ବିଭିନ୍ନ ସ୍ଥାନରେ ପୋଲିସ ଫୋର୍ସ ମୁତୟନ କରାଯାଇଛି।
ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ
ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ…
ଦିଗପହଣ୍ଡି କୋର୍ଟରେ ଆଇନ ସଚେତନତା
ଦିଗପହଣ୍ଡି, ୧୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବୃଦ୍ଧ ମାତା ପିତା ଓ ବରିଷ୍ଠ ନାଗରିକଙ୍କ ପାଇଁ ରହିଥିବା…
ବୃନ୍ଦାବନ ଚନ୍ଦ୍ର କ୍ରିକେଟ ଟୁର୍ନାମେଣ୍ଟ : ଫାଇନାଲରେ ଗୋକର୍ଣ୍ଣପୁର, ଝଗଡା ପଲ୍ଲୀ ଟିମ୍
ଦିଗପହଣ୍ଡି,୧୨|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମ ଖେଳପଡିଆରେ ବୃନ୍ଦାବନ ଚନ୍ଦ୍ର ସ୍ପୋର୍ଟିଙ୍ଗ କ୍ଳବ ପକ୍ଷରୁ ସ୍ବର୍ଗତ କୃଷ୍ଣଚନ୍ଦ୍ର ଏବଂ…
କୁଲାଡ ରଥଯାତ୍ରା ପ୍ରସ୍ତୁତି ବୈଠକ: ସମନ୍ବୟ ରକ୍ଷା କରି ଯାତ୍ରାକୁ ସଫଳ କରାଯିବ
ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ): ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ କୁଲାଡ ରଥଯାତ୍ରା ଓ ବାହୁଡ଼ା ଯାତ୍ରା କିଭଳି ଶାନ୍ତିଶୃଙ୍ଖଳାର ସହ ହୋଇପାରିବ ସେ ନେଇ ପ୍ରଥମ ପ୍ରସ୍ତୁତି ବୈଠକ ଶୁକ୍ରବାର ଭଞ୍ଜନଗର…
ଗଞ୍ଜାମ ସହରରେ ପ୍ରବଳ ବର୍ଷା: ଗୁଳୁଗୁଳିରୁ ଅସ୍ବସ୍ତି
ଗଞ୍ଜାମ,୧୨ା୬(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଶୁକ୍ରବାର ସନ୍ଧ୍ୟାରେ ପବନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଫଳରେ ଗୁଳୁଗୁଳିରୁ ଲୋକଙ୍କୁ ସାମାନ୍ୟ ଅସ୍ବସ୍ତି ମିଳିଛି। ଅନ୍ୟପଟେ ଏହି ବର୍ଷା…
ରେଳ ଲାଇନ ନକ୍ସା ପରିବର୍ତ୍ତନ ପାଇଁ ମସୁଧା : ଗଣ ଆନ୍ଦୋଳନ ନିଷ୍ପତ୍ତି
ଦିଗପହଣ୍ଡି,୧୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ କଳିଙ୍ଗ ବୈଶ୍ୟ ସମାଜ ସଭାଗୃହରେ ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ…
ଯୁବ ଭୋଟର ଦେଶର ଭବିଷ୍ୟତ: ଏସଆଇଆର ଉପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା
ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ ଆଇ ଆର ଉପରେ ଏକ ସଚେତନତା…
୫ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ: ୨ ବନ୍ଧୁକ ସହ ୩ ଜୀବନ୍ତ…
ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଶୁକ୍ରବାର ବାରୁଡ଼ା ଗ୍ରାମର ଏକ ଗଣ୍ତଗୋଳ ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜଗନ୍ନାଥପ୍ରସାଦ…
Archives

