Posted inଜାତୀୟ

ପୋଲିସକୁ ଦେଖି ଅପହରଣକାରୀ ନିଜକୁ ମାରିଲେ ଗୁଳି

ପ୍ରୟାଗରାଜ, ୨୨।୫: ଉତ୍ତର ପ୍ରଦେଶର ପ୍ରୟାଗରାଜ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ମଙ୍ଗଳବାର ଜଣେ ଠିକାଦାରଙ୍କୁ ପୁଅକୁ ଅପହରଣ କରିନେଇଥିବା ଜଣେ ଅପହରଣକାରୀ ପୋଲିସକୁ ଦେଖି ଭୟରେ ନିଜକୁ ଗୁଳି ମାରିଛନ୍ତି। ସୂଚନାଯୋଗ୍ୟ, ଅଲ୍ଲାପୁରରେ ରହୁଥିବା ରଣବୀର ସିଂହଙ୍କ ଜଣେ ଠିକାଦାର। ତାଙ୍କ ୬ବର୍ଷୀୟ ପୁଅ ଇଂରାଜୀ ମିଡିୟମ ସ୍କୁଲରେ ପ୍ରଥମ ଶ୍ରେଣୀରେ ପଢୁଛନ୍ତି। ମଙ୍ଗଳବାର ସନ୍ଧ୍ୟାରେ ଜିମ୍‌କୁ ଅଭ୍ୟାସ ପାଇଁ ଯାଇଥିବାବେଳେ ରଣବୀରଙ୍କ ଜଣେ ପୁରୁଣା ଗାଡି ଡ୍ରାଇଭର ସଞ୍ଜୟ ଶିଶୁଟିକୁ ଅପହରଣ କରିନେଇଥିଲେ। ଏନେଇ ପରିବାର ଲୋକେ ଥାନାରେ ଏତଲା ଦେବା ପରେ ପୋଲିସ ତଦନ୍ତ ଆରମ୍ଭ କରି ଅପହରଣକାରୀଙ୍କ ପାଖରେ ପହଞ୍ଚିଥିଲା। ଶିଶୁଟି ଉଦ୍ଧାର କରାଯାଇଥିଲା। ପୋଲିସକୁ ଦେଖି ସଞ୍ଜୟ ନିଜକୁ ଗୁଳି ମାରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗତ ତିନିମାସ ତଳେ ସଞ୍ଜୟଙ୍କୁ ଚାକିରିରୁ ବହିଷ୍କାର କରିଥିଲେ ରଣବୀର। ଏହି ରାଗରେ ସେ ଏଭଳି କାଣ୍ଡ କରିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨: ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା ଜଣାପଡ଼ିଛି…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri