ପୋଲିସଙ୍କୁ ମାସ୍କ ଦେଲେ ମସାବା

ମୁମ୍ବାଇ: କରୋନା ଭାଇରସ୍‌ ସଂକ୍ରମଣ ବିରୋଧରେ ଚାଲିଥିବା ଯୁଦ୍ଧରେ ସମସ୍ତେ ମିଳିମିଶି ଲଢ଼େଇ କରୁଛନ୍ତି। ବଲିଉଡ୍‌ ତାରକାମାନେ ମଧ୍ୟ ଏଥିରେ ସହଯୋଗର ହାତ ବଢ଼ାଇଛନ୍ତି। ବଲିଉଡ୍‌ ଅଭିନେତ୍ରୀ ନିନା ଗୁପ୍ତାଙ୍କ ଝିଅ ମସାବା ଗୁପ୍ତା ନିଜ ହାତରେ ମାସ୍କ ପ୍ରସ୍ତୁତ କରି ପୋଲିସ କର୍ମଚାରୀଙ୍କୁ ପ୍ରଦାନ କରିଛନ୍ତି। ଫ୍ୟାଶନ ଡିଜାଇନର ମସାବା ନିଜ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଏହି ମାସ୍କ ପ୍ରଦାନ ବେଳର ଫଟୋଗୁଡ଼ିକୁ ଶେୟାର କରିଛନ୍ତି। କ୍ୟାପ୍‌ଶନରେ ଲେଖିଛନ୍ତି ଯେ, ମୁଁ ଏହି ମାସ୍କ ପ୍ରଦାନ କରି ବହୁତ ଖୁସି। ଆଉ ମଧ୍ୟ କହିଛନ୍ତି ଯେ, ମୁଁ ବଲିଉଡ୍‌ ଅଭିନେତା ଅଭିନେତ୍ରୀଙ୍କ ପାଇଁ ବହୁତ ଡ୍ରେସ୍‌ ଡିଜାଇନ କରିଛି କିନ୍ତୁ ପୋଲିସ କର୍ମଚାରୀମାନଙ୍କ ପାଇଁ ମୁଁ ମୋ ଜୀବନରେ ପ୍ରଥମ ଥର କିଛି କରିଛି। ଏଥିପାଇଁ ମୁଁ ଖୁସି ଅନୁଭବ କରୁଛି। ଏହାକୁ ମୁଁ ସାରା ଜୀବନ ମନେରଖିବି। କାରଣ ସାରା ଦେଶ ଲକ୍‌ଡାଉନ୍‌ରେ ବନ୍ଦ ଥିବାବେଳେ ଆମମାନଙ୍କୁ ସୁରକ୍ଷିତ ରଖିବା ପାଇଁ ନିଃସ୍ବାର୍ଥପର ଭାବେ ପୋଲିସ କର୍ମଚାରୀମାନେ କାର୍ଯ୍ୟ କରିଚାଲିଛନ୍ତି। ଅଭିନେତ୍ରୀ ନିନା ତାଙ୍କ ଇନ୍‌ଷ୍ଟାଗ୍ରାମ୍‌ରେ ଲେଖିଛନ୍ତି ଯେ, ମୁଁ ମୋ ଝିଅକୁ ନେଇ ସବୁବେଳେ ଗର୍ବିତ। ସୂଚନାଥାଉ କି, ନିନା ବର୍ତ୍ତମାନ ଲକ୍‌ଡାଉନ୍‌ ପାଇଁ ମୁକ୍ତେଶ୍ୱରରେ ସମୟ ବିତାଉଥିବାବେଳେ ତାଙ୍କ ଝିଅ ମସାବା ମୁମ୍ବାଇରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବରାତ୍ରୀର ପ୍ରଥମ ଦିନରେ ସୂର୍ଯ୍ୟଙ୍କ ଗୋଚର, ୫ ରାଶିଙ୍କର ହୁ ହୁ ହୋଇ ବଢିବ ଟଙ୍କା!

ସୂର୍ଯ୍ୟ ଗ୍ରହ ୧୧ ଅକ୍ଟୋବର ୨୦୨୬ ରବିବାର ରାତି ୨ଟା ୨୫ ମିନିଟରେ ହସ୍ତା ନକ୍ଷତ୍ରରୁ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହ ମଙ୍ଗଳଙ୍କ ନକ୍ଷତ୍ରରେ…

ଚଳଚଞ୍ଚଳ କ୍ୟାମ୍ପସ  ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା

ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍‌ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ…

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?