ପୋଲିସଙ୍କୁ ମିଳିବ କରୋନା ସୁରକ୍ଷା ତାଲିମ

କଟକ ଅଫିସ୍‌, ୯।୫: କରୋନା ଭୂତାଣୁର ଦ୍ରୁତ ସଂକ୍ରମଣ ଯୋଗୁ ରାଜ୍ୟରେ ଭୟର ବାତାବରଣ ଦେଖାଦେଇଛି। ଏହି ପରିପ୍ରେକ୍ଷୀରେ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ ହୋଇ ପଡ଼ିଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଅଭୟ ଶୁକ୍ରବାର ରାଜ୍ୟର ସମସ୍ତ ରେଞ୍ଜ ଆଇଜି, ଡିଆଇଜି ଏବଂ ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ସହ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ସାମ୍ପ୍ରତିକ ପରିସ୍ଥିତି ନେଇ ଆଲୋଚନା କରିଥିଲେ। ବୈଠକରେ ବିଭିନ୍ନ ପ୍ରସଙ୍ଗ ଉପରେ ନିଜର ମତ ଦେବା ସହ ଅନ୍ୟମାନଙ୍କ ମତ ସଂଗ୍ରହ କରିଥିଲେ। କରୋନା ମୁକାବିଲାରେ ନିୟୋଜିତ ପୋଲିସ କର୍ମଚାରୀଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆଯାଇଥିଲା। ଏ ନେଇ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରାଯାଇଥିଲା। ପୋଲିସ କର୍ମଚାରୀମାନେ କରୋନାରୁ କେମିତି ନିଜକୁ ସୁରକ୍ଷିତ ରଖିପାରିବେ ସେ ସମ୍ପର୍କରେ ସେମାନଙ୍କୁ ତାଲିମ୍‌ ପ୍ରଦାନ କରିବାକୁ ନିଷ୍ପତ୍ତି ହୋଇଛି।
କରୋନା ପ୍ରଭାବିତ ଜିଲା ଏବଂ ସୀମା ତନଖି ଫାଟକ ଥିବା ଜିଲା ସମ୍ପର୍କରେ ପୃଥକ ଭାବେ ଆଲୋଚନା କରାଯାଇଥିଲା। ଉଭୟ ଜିଲାରେ କାର୍ଯ୍ୟରତ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ସୁରକ୍ଷା ପାଇଁ ସୁରକ୍ଷା ସରଞ୍ଜାମ ଯଥା ଆଖି ପାଇଁ ଚଷମା, ମୁହଁ ଘୋଡ଼ାଇବା ପାଇଁ ମାସ୍କ ଓ ହାତ ପାଇଁ ଗ୍ଲୋବ୍ସ ଆଦି ସରଞ୍ଜାମ ପ୍ରଦାନ କରାଯିବ। ସାମାଜିକ ଦୂରତାକୁ ସମସ୍ତେ ଗୁରୁତ୍ୱ ଦେବେ। ଅନାବଶ୍ୟକ ମିଳାମିଶାଠାରୁ ନିଜକୁ ଯଥା ସମ୍ଭବ ଦୂରେଇ ରହିବାକୁ ପୋଲିସ କର୍ମଚାରୀଙ୍କୁ ପରାମର୍ଶ ଦିଆଯିବ। କରୋନା ପ୍ରଭାବିତ ଜିଲାରେ ଆକସ୍ମିକ ପାଣ୍ଠି ବ୍ୟବସ୍ଥା କରିବାକୁ ନିଷ୍ପତ୍ତି ନିଆଯାଇଛି। ସେହିପରି ସୀମା ତନଖି ଫାଟକ ଥିବା ଜିଲାଗୁଡ଼ିକରେ ତନଖି ଫାଟକ ପାଇଁ ଧାର୍ଯ୍ୟ ମାନଦଣ୍ଡ (ଏସ୍‌ଓପି)କୁ କାର୍ଯ୍ୟକାରୀ କରାଯିବ। ପାଦଚଲା ଓ ସାଇକେଲରେ ଆତଯାତ ବ୍ୟକ୍ତିଙ୍କ ପାଇଁ ମଧ୍ୟ ନୀତି ନିର୍ଦ୍ଧାରଣ କରାଯାଇଛି। ଏହି ବୈଠକରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ର, ସୌମେନ୍ଦ୍ର ପ୍ରିୟଦର୍ଶୀ, ଆଇଜି ରେଖା ଲୋହାନି, ଯତୀନ୍ଦ୍ର କୋଏଲ, ଏଆଇଜି ବିବେକାନନ୍ଦ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri