ପୋଲିସର ମନମୁଖୀ ଶାସନକୁ ବିରୋଧ, ବ୍ଲକ କାର୍ଯ୍ୟାଳୟ କର୍ମଚାରୀଙ୍କ ଧାରଣା

ଭଟ୍‌ଲି, ୨।୩(ଡି.ଏନ୍‌.ଏ.): ବରଗଡ଼ ଜିଲା ଭଟ୍‌ଲି ପୋଲିସର ମନମୁଖୀ ଶାସନ ବିରୋଧରେ ସ୍ବର ଉତ୍ତୋଳନ କରିଛନ୍ତି ଭଟଲି ଗୋଷ୍ଠୀ ଉନ୍ନୟନ କାର୍ଯ୍ୟାଳୟର କର୍ମଚାରୀମାନେ। ଏ ନେଇ ସେମାବାର ସେମାନେ କଲମ ଛାଡ ଆନ୍ଦୋଳନ କରିବା ସହିତ ଅଫିସ ଗେଟରେ ତାଲା ପକାଇ ଧାରଣାରେ ବସିଥିଲେ। ତେବେ ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଧାରଣା ସ୍ଥଳରେ ପହଞ୍ଚି ବୁଝାସୁଝା କରିବା ପରେ କର୍ମଚାରୀମାନେ ଆନ୍ଦୋଳନରୁ ଓହରିଥିଲେ। ପରେ ଜିଲାପାଳ ପ୍ରଧାନ କର୍ମଚାରୀଙ୍କୁ ଡାକି ଘଟଣା ସମ୍ପର୍କରେ ବୁଝାଇବା ସହ ଏହାର ସମାଧାନ ପାଇଁ ଉଦ୍ୟମ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।
ପ୍ରକାଶ ଯେ, ଗତ ଶୁକ୍ରବାର ବ୍ଲକ କାର୍ଯ୍ୟାଳୟରେ ଖର୍ସଳ ଗ୍ରାମର ୭ ଯୁବକ ପହଞ୍ଚି ବିଡିଓ ସୁରେନ୍ଦ୍ର କୁମାର ସେଠୀଙ୍କ ନାମରେ ଜାତିକୁ ନେଇ ଗାଳିଗୁଲଜ କରବା ସହ ଧମକ ଦେଇଥିଲେ। ତେବେ ବିଡିଓ ଅଫିସରେ ଉପସ୍ଥିତ ନ ଥିବା ବେଳେ ସେମାନେ କମ୍ପ୍ୟୁଟର ଗୃହକୁ ଯାଇ ଅସଭ୍ୟ ଭାଷାରେ ଗାଳିଗୁଲଜ କରିଥିଲେ। ପରେ ବିଡିଓ ଆସି ଘଟଣା ସମ୍ପର୍କରେ ଜାଣିବା ପରେ ଭଟଲି ଥାନାରେ ଅଭିଯୋଗ କରିଥିଲେ। ତେବେ ଏହି ଘଟଣାର ତଦନ୍ତ ଦାୟିତ୍ୱ ବରଗଡ଼ ଏସ୍‌ଡିପିଓ ସୁଧାକର ସାହୁ ନିଜେ ନେବା ସହ ଏକ ମାମଲାରୁଜୁକରି ଅଭିଯୁକ୍ତମାନଙ୍କୁ ଭଟଲି ଥାନାକୁ ଆଣି ଜେରା କରିଥିଲେ। ପରବର୍ତ୍ତି ସମୟରେ ଜାମିନରେ ଛାଡି ଦେଇଥିଲେ। ଏ ବିଷୟରେ ଶୁଣି ବିଡିଓ ସେଠୀ ଏସ୍‌ଡିପିଓ ସାହୁଙ୍କୁ କହିବାରୁ ଏସ୍‌ଡିପିଓ ମଧ୍ୟ ବିଡିଓଙ୍କୁ ଦୁର୍ବ୍ୟବହାର କରିଥିଲେ। ଏ ନେଇ ରବିବାର ଜିଲା ଓଏଏସ୍‌ ସଂଘର ଏକ ବୈଠକ ବରଗଡ଼ରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଏସ୍‌ଡିପିଓ ସାହୁଙ୍କ ବ୍ୟବହାରକୁ ନିନ୍ଦା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri