ପୋଲିସ୍‌ ଏନ୍‌କାଉଣ୍ଟର: ୨ ଦୁର୍ଦ୍ଦାନ୍ତ ଅପରାଧୀ ଭେଲୁ, ମିଟୁନା ଆହତ

କେନ୍ଦ୍ରାପଡ଼ା ଅଫିସ/ ମାର୍ଶାଘାଇ(ଡି.ଏନ୍‌.ଏ.), ୫ା୧୦: କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଅଙ୍ଗୁଳାଇ ରାସ୍ତାର ପିଏନ୍‌ କଲେଜ ସମ୍ମୁଖ ରାସ୍ତାରେ ପୋଲିସ ଏନ୍‌କାଉଣ୍ଟରରେ ଦୁଇ ଦୁର୍ଦ୍ଦାନ୍ତ ଅପରାଧୀ ଶୁକ୍ରବାର ବିଳମ୍ବିତ ରାତିରେ ଆହତ ହୋଇଛନ୍ତି। ସେମାନେ ହେଲେ ଅନନ୍ତ ପ୍ରସାଦ ଜେନା ଓରଫ୍‌ ଭେଲୁ ଓ ପ୍ରଭାତ ନାୟକ ଓରଫ ମିଟୁନା। ସେମାନଙ୍କ ନିକଟରୁ ବନ୍ଧୁକ, ବାଇକ ଓ ମୋବାଇଲ ଫୋନ୍‌ ଜବତ କରାଯାଇଛି।
ପ୍ରକାଶ ଯେ, ଏକ ପଲସର ଗାଡିରେ ଭେଲୁ ଓ ମିଟୁନା ମାର୍ଶାଘାଇରୁ କେନ୍ଦ୍ରାପଡ଼ା ଅଭିମୁଖେ ଯାଉଥିବା ଜିଲା ପୋଲିସକୁ ଖବର ମିଳିଥିଲା। ମାର୍ଶାଘାଇ ଥାନା ଅଧିକାରୀ କାଳନ୍ଦୀ ବେହେରା ଓ ଜିଲା ସ୍ପେଶାଲ ସ୍କ୍ବାଡ ଏସ୍‌ଆଇ ପି. କେ. କାନୁନ୍‌ଗୋଙ୍କ ନେତୃତ୍ୱରେ ଏକ ଟିମ୍‌ ଉକ୍ତ ସ୍ଥାନରେ ପହଞ୍ଚିଥିଲେ। ଅଭିଯୁକ୍ତଦ୍ୱୟ ପୋଲିସକୁ ଗୁଳିକରି ଖସି ପଳାଇିବାକୁ ଚେଷ୍ଟା କରିବାରୁ ପୋଲିସ ପକ୍ଷରୁ ୪ ରାଉଣ୍ଡ ଗୁଳିଚାଳନା ହୋଇଥିଲା। ଭେଲୁଙ୍କ ୨ ଗୋଡ଼ରେ ୨ଟି ଗୁଳି ବାଜିଥିବାବେଳେ ମିଟୁନାଙ୍କୁ ଗୋଟିଏ ଗୁଳି ବାଜିଛି। ଚିକିତ୍ସା ପାଇଁ ସେମାନଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକତ୍ସାଳୟ ଓ ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏହି ଦୁଇ ଅଭିଯୁକ୍ତ ଗତ ସେପ୍ଟେମ୍ବରରେ ମାର୍ଶାଘାଇ ଥାନା ମଣିକୁଣ୍ଡା ହତ୍ୟାକାଣ୍ଡ ଓ ଗତ ଅଗଷ୍ଟ ମାସରେ ଘଟିଥିବା କଳପଡ଼ା ଗୁଳିକାଣ୍ଡ ଘଟଣାରେ ଜଡିତଥିବା ଏସ୍‌ଡିପିଓ ରାଜୀବଲୋଚନ ପଣ୍ଡା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ମାମଲା ଲଢୁଥିବାବେଳେ ଅସୁସ୍ଥ ହୋଇପଡ଼ିଲେ ଓକିଲ, ସାଥୀ ଓକିଲଙ୍କୁ ମାମଲା ଆଗକୁ ନେବାକୁ କହି…

ଦାରିଙ୍ଗବାଡ଼ି,୧୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ କର୍ତ୍ତବ୍ୟରତ ବରିଷ୍ଠ ଓକିଲ କୋର୍ଟରେ ମାମଲା ଲଢ଼ୁଥିବାବେଳେ ହଠାତ୍‌ ଅସୁସ୍ଥ…

ଅଭିଜିତ୍ ଦୀପକେଙ୍କ ବଡ଼ ଘୋଷଣା, ଏହି ଦିନ ଆରମ୍ଭ ହେବ ‘ଯନ୍ତର ମନ୍ତର ସିଜନ୍-୨’

ନୂଆଦିଲ୍ଲୀ,୧୨ା୮: କକ୍ରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଇନଷ୍ଟାଗ୍ରାମରେ ଅନେକ ଲୋକ କମେଣ୍ଟ କରି…

ପାଟ୍ରୋଲିଂ ସମୟରେ ବିପୁଳ ପରିମାଣର ପାନ ମସଲା ଜବତ, ଟ୍ରକ୍‌ ଯାଞ୍ଚ କରିବାରୁ…

ପାରଳଖେମୁଣ୍ଡି/ମୋହନା,୧୨ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲା ଆଡ଼ବା ଥାନା ପୋଲିସ ଏମ୍ଭି ଯାଞ୍ଚ ଓ ପାଟ୍ରୋଲିଂ ବେଳେ ବିପୁଳ ପରିମାଣର ସନ୍ଦିଗ୍ଧ ପାନ ମସଲା ଓ ତମାଖୁଜାତ…

ବାଘ ସଫାରୀରେ ହରିଣ ଶିକାର କଲା ମହାବଳ ବାଘ, ଲାଇଭ ଭିଡିଓ କଲେ ପର୍ଯ୍ୟଟକ

ବାରଙ୍ଗ,୧୨ା୮(ଲିଙ୍ଗରାଜ ରାଉତ): ଓଡ଼ିଶାର ଗର୍ବ କୁହାଯାଉଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବେ ପଶୁ ଯନ୍ତ୍ରଣା କେନ୍ଦ୍ର ପାଲଟିଛି। ବାଘ ସଫାରୀ ଭିତରୁ ଆସିଥିବା ଏହି ହୃଦୟ ବିଦାରକ…

୨ ମିନିଟ୍‌ର ସୂର୍ଯ୍ୟପରାଗ ଦେଖିବାକୁ ଲକ୍ଷେଟଙ୍କା ଟିକେଟ, ଉଡ଼ିବ ସ୍ୱତନ୍ତ୍ର ବିମାନ

ନୂଆଦିଲ୍ଲୀ,୧୨ା୮: ମାତ୍ର ୨ ମିନିଟ୍ ୧୮ ସେକେଣ୍ଡର ଅନ୍ଧାର ଦେଖିବା ପାଇଁ ଲୋକମାନେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରୁଛନ୍ତି । ଆଜି ଅର୍ଥାତ୍ ଅଗଷ୍ଟ…

ମଧ୍ୟାହ୍ନଭୋଜନ ଖାଇବା ପରେ ଅସୁସ୍ଥ ହୋଇପଡ଼ିଲେ ୪ ଛାତ୍ରୀ, ଛାତିରେ ଯନ୍ତ୍ରଣା ସହ…

ଦେବଗଡ଼,୧୨ା୮(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ, ପୁଣି ଏକ ଅଘଟଣ ସାମ୍ନାକୁ ଆସିଛି। ଦେବଗଡ଼ ଜିଲା ନଈକୂଳ…

ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଅଭିଭାବକଙ୍କୁ ଫୋନ୍‌ କରି କହିଲେ ସାର୍‌ ମୋତେ…

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ କରିଛନ୍ତି…

ମୋଦି-ପ୍ରିୟଙ୍କାଙ୍କ ବାର୍ତ୍ତାଳପ ମଝିରେ ଏପରି କହିଦେଲେ ଖାର୍ଗେ, ସବୁ ହସି କହିଲେ….

ନୂଆଦିଲ୍ଲୀ,୧୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟରେ ବାର୍ତ୍ତାଳପ ସମୟରେ ଏପରି ଏକ ଘଟଣା ଘଟିଛି, ଯାହା ସାଧାରଣତଃ ବହୁତ କମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri