ପୋଲିସ ଇନ୍‌ଫର୍ମର ଦର୍ଶାଇ କଂଗ୍ରେସ କର୍ମୀଙ୍କୁ ହତ୍ୟା

ମାଲକାନଗିରି,୨୬ା୫(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟ ବିଜାପୁର ଜିଲା ଭେରମଗଡ଼ ଥାନା ଅନ୍ତର୍ଗତ କେସତାପରା ଗ୍ରାମରେ ଶନିବାର ରାତିରେ ୨୦ରୁ ଊର୍ଦ୍ଧ୍ୱ ମାଓବାଦୀ ଆସି ଜଣେ କଂଗ୍ରେସ କର୍ମୀଙ୍କୁ ହତ୍ୟା କରିଥିବା ଜଣାପଡ଼ିଛି। ମାଓବାଦୀମାନେ କଂଗ୍ରେସ କର୍ମୀଙ୍କ ଘରକୁ ଯାଇ ତାଙ୍କୁ ଜବରଦସ୍ତ ଟାଣି ଆଣି ସର୍ବସମ୍ମୁଖରେ ଓ ସ୍ତ୍ରୀଙ୍କ ଆଗରେ ପୋଲିସ ଇନ୍‌ଫର୍ମର ଦର୍ଶାଇ ଗଳାକାଟି ହତ୍ୟା କରି ଚାଲିଯାଇଥିଲେ। ଗଲାବେଳେ ମାଓବାଦୀମାନେ ଗ୍ରାମବାସୀଙ୍କୁ ଯିଏ ପୋଲିସ ପାଇଁ କାମ କରିବ ତାକୁ ଏପରି ସଜା ଭୋଗିବାକୁ ପଡ଼ିବ ବୋଲି ଚେତାବନୀ ଦେଇଥିଲେ। ଖବର ପାଇ ରବିବାର ସକାଳୁ ପୋଲିସ ଫୋର୍ସ ଉକ୍ତ ଗ୍ରାମକୁ ଯାଇ ତଦନ୍ତ ଚଳାଇଥିବା ବିଜାପୁର ଏସ୍‌ପି ଗୋବର୍ଦ୍ଧନ ଠାକୁର ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦରେ ସ୍ପିକର ହଲାଇଲେ ଟଙ୍କା! ଏକ ଡଜନରୁ ଅଧିକ ସାଂସଦ କହିଲେ …

ଇସଲାମାବାଦ,୧୧।୧୨: ପାକିସ୍ତାନରେ ରାଜନେତାମାନେ ପ୍ରାୟତଃ ନିଜ ଭାଷଣରେ ସଚ୍ଚୋଟତା ଏବଂ ନ୍ୟାୟର କଥା କୁହନ୍ତି, କିନ୍ତୁ ଯେତେବେଳେ ପ୍ରକୃତ ପରୀକ୍ଷାର କଥା ଆସେ, ସାଂସଦମାନଙ୍କ କାର୍ଯ୍ୟ...

IPL Auctionରେ ଏହି ୩ ଖେଳାଳିଙ୍କୁ କିଣିବା ପାଇଁ କୌଣସି ସୀମା ପର୍ଯ୍ୟନ୍ତ ଯାଇପାରେ CSK

ନୂଆଦିଲ୍ଲୀ,୧୧।୧୨: IPL ୨୦୨୬ ପାଇଁ ମିନି ନିଲାମ ଡିସେମ୍ବର ୧୬ରେ ଆବୁଧାବିରେ ଅନୁଷ୍ଠିତ ହେବ। ଚେନ୍ନାଇ ସୁପର କିଙ୍ଗ୍ସ ନିଲାମରେ ୪୩.୪କୋଟି ଟଙ୍କା ଉପଲବ୍ଧ ଅଛି,...

ଡାଇବେଟିସ ରୋଗୀଙ୍କ ପାଇଁ ଖୁସି ଖବର, ସର୍ଜରୀରେ ରୋଗ ଭଲ ହେବା ନେଇ ଏମ୍ସ ଡାକ୍ତରଙ୍କ ଘୋଷଣା

ନୂଆଦିଲ୍ଲୀ,୧୧।୧୨: ପୂର୍ବରୁ ଏକ କଥା ଥିଲା ଯେ, ଯେଉଁ ବ୍ୟକ୍ତିଙ୍କୁ ଥରେ ଡାଇବେଟିସ ହୁଏ ତାହା ଜୀବନସାରା ରହିଯାଇଥାଏ । ଆଜି ପର୍ଯ୍ୟନ୍ତ ଡାଇବେଟିସର କୌଣସି...

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

କିଏ ଜିତିବ ଦ୍ୱିତୀୟ ଟି-୨୦ ମ୍ୟାଚ? ଅଙ୍କରେ କିଏ ପଡ଼ିଲା ଭାରି ଭାରତ ନା ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଆଜି, ଗୁରୁବାର, ଡିସେମ୍ବର ୧୧, ମୁଲାନପୁରର ନୂତନ ଚଣ୍ଡିଗଡ଼ସ୍ଥିତ ମହାରାଜା ଯାଦବୀନ୍ଦ୍ର ସିଂହ...

ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ଚେତାବନୀ: ସମୟ ଅଛି ଜମି ଫେରାଅ ନଚେତ୍‌…

ଭୁବନେଶ୍ୱର,୧୧ା୧୨: ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ...

ନାସାକୁ ବଡ଼ ଝଟକା, ମଙ୍ଗଳ ଗ୍ରହରୁ ଗାୟବ ହେଲା MAVEN!

ନୂଆଦିଲ୍ଲୀ,୧୧ା୧୨: ଆମେରିକାର ଅନ୍ତରୀକ୍ଷ ସଂସ୍ଥା ନାସା ମଙ୍ଗଳ ଗ୍ରହରୁ କିଛି ବିଚଳିତକର ଖବର ସାମ୍ନାକୁ ଆସିଛି । ଗତ 11 ବର୍ଷ ଧରି ଲାଲ ଗ୍ରହ...

କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…

କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍‌-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍‌ଘାଟିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri