ପୋଲିସ ଉପରକୁ ଗୁଳିମାଡ଼ ମାମଲା:  ପ୍ରମାଣ ଅଭାବରୁ ଜିତୁ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୨୪ା୧୦-ଗଞ୍ଜମ ଜିଲା ଅତିରିକ୍ତ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (ଏସିଜେଏମ୍‌) ବୁଧବାର ପୋଲିସ ଉପରକୁ ଗୁଳିମାଡ ମାମଲାର ବିଚାର କରିଥିଲେ। ପ୍ରମାଣ ଅଭାବରୁ ଅଭିଯୁକ୍ତ ଜିତୁ ଓରଫ ଜିତେନ୍ଦ୍ର ସେଠୀଙ୍କୁ ନିର୍ଦ୍ଦୋଷ ବୋଲି ଏସିଜେଏମ୍‌ ସରୋଜ କୁମାର ଦାସ ରାୟରେ ଉଲ୍ଲେଖ କରିଛନ୍ତି। ପ୍ରକାଶ ଯେ, ୨୦୧୬ ଏପ୍ରିଲ ୨୯ ତାରିଖ ପୂର୍ବାହ୍ନରେ ଦୁର୍ଦ୍ଦାନ୍ତ ଜିତୁ ଗୋପାଳପୁର ନିକଟସ୍ଥ ଏକ ଝାଉଁ ଜଙ୍ଗଲରେ ଲୁଚିଥିବା ପୋଲିସ ଖବର ପାଇଥିଲା। ଗୋପାଳପୁରର ତତ୍କାଳୀନ ଥାନାଧିକାରୀ ପ୍ରଜ୍ଞା ପରମିତା ଜେନା ଓ ଗୋଳନ୍ଥରା ତତ୍କାଳୀନ ଥାନାଧିକାରୀ ଆଲୋକ କୁମାର ଜେନା ସେଠାରେ ପହଞ୍ଚିଥିଲେ। ପୋଲିସକୁ ଦେଖି ଜିତୁ ତାଙ୍କ ଉପରକୁ ଗୁଳିମାଡ କରିଥିଲେ। ଅନ୍ୟପଟେ ପୋଲିସ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲା। ଫଳରେ ଆଲୋକ ଫୁଟାଇଥିବା ୨ ରାଉଣ୍ଡ ଗୁଳି ଜିତୁଙ୍କ ବାମ ଗୋଡ଼ରେ ବାଜିଥିଲା। ପରେ ପୋଲିସ ଜିତୁଙ୍କୁ କାବୁ କରିବା ସହ ତା’ଙ୍କଠାରୁ ବନ୍ଧୁକ ଓ ଗୁଳି ଜବତ କରିଥିଲା। ଗୁରୁତର ଜିତୁଙ୍କୁ ପୋଲିସ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରିଥିଲା। ସେ ସୁସ୍ଥ ହେବା ପରେ ଗୋପାଳପୁର ଥାନା କେସ୍‌ ନଂ. ୩୮/୧୬ରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ପରେ ତଦନ୍ତକାରୀ ଅଧିକାରୀ କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ। ମାମଲାର ବିଚାର ଚାଲିଥିବା ବେଳେ ଉଭୟ ଥାନାର ତତ୍କାଳୀନ ଅଧିକାରୀ କୋର୍ଟରେ ତାଙ୍କ ବୟାନ ଦେଇଥିଲେ। ବୁଧବାର ଏହି ମାମଲାର ଶୁଣାଣି ପାଇଁ ଜିତୁଙ୍କୁ ପୋଲିସ କୋର୍ଟରେ ହାଜର କରିଥିଲା। ୧୬ ସାକ୍ଷୀଙ୍କ ବୟାନକୁ ଆଧାର କରି ଉପଯୁକ୍ତ ପ୍ରମାଣ ଅଭାବରୁ ଏସିଜେଏମ୍‌ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ମୁଦାଲାଙ୍କ ପକ୍ଷରୁ ଆଇନଜୀବୀ ମନୋଜ ପାଣିଗ୍ରାହୀ, ମହେନ୍ଦ୍ର ଶତପଥୀ ଓ ସରୋଜ କୁମାର ଗୌଡ଼ ମକଦ୍ଦମା ପରିଚାଳନା କରିଥିଲେ॥


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri