ପୋଲିସ ଉପରକୁ ଗୁଳିମାଡ଼ ମାମଲା:  ପ୍ରମାଣ ଅଭାବରୁ ଜିତୁ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୨୪ା୧୦-ଗଞ୍ଜମ ଜିଲା ଅତିରିକ୍ତ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (ଏସିଜେଏମ୍‌) ବୁଧବାର ପୋଲିସ ଉପରକୁ ଗୁଳିମାଡ ମାମଲାର ବିଚାର କରିଥିଲେ। ପ୍ରମାଣ ଅଭାବରୁ ଅଭିଯୁକ୍ତ ଜିତୁ ଓରଫ ଜିତେନ୍ଦ୍ର ସେଠୀଙ୍କୁ ନିର୍ଦ୍ଦୋଷ ବୋଲି ଏସିଜେଏମ୍‌ ସରୋଜ କୁମାର ଦାସ ରାୟରେ ଉଲ୍ଲେଖ କରିଛନ୍ତି। ପ୍ରକାଶ ଯେ, ୨୦୧୬ ଏପ୍ରିଲ ୨୯ ତାରିଖ ପୂର୍ବାହ୍ନରେ ଦୁର୍ଦ୍ଦାନ୍ତ ଜିତୁ ଗୋପାଳପୁର ନିକଟସ୍ଥ ଏକ ଝାଉଁ ଜଙ୍ଗଲରେ ଲୁଚିଥିବା ପୋଲିସ ଖବର ପାଇଥିଲା। ଗୋପାଳପୁରର ତତ୍କାଳୀନ ଥାନାଧିକାରୀ ପ୍ରଜ୍ଞା ପରମିତା ଜେନା ଓ ଗୋଳନ୍ଥରା ତତ୍କାଳୀନ ଥାନାଧିକାରୀ ଆଲୋକ କୁମାର ଜେନା ସେଠାରେ ପହଞ୍ଚିଥିଲେ। ପୋଲିସକୁ ଦେଖି ଜିତୁ ତାଙ୍କ ଉପରକୁ ଗୁଳିମାଡ କରିଥିଲେ। ଅନ୍ୟପଟେ ପୋଲିସ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲା। ଫଳରେ ଆଲୋକ ଫୁଟାଇଥିବା ୨ ରାଉଣ୍ଡ ଗୁଳି ଜିତୁଙ୍କ ବାମ ଗୋଡ଼ରେ ବାଜିଥିଲା। ପରେ ପୋଲିସ ଜିତୁଙ୍କୁ କାବୁ କରିବା ସହ ତା’ଙ୍କଠାରୁ ବନ୍ଧୁକ ଓ ଗୁଳି ଜବତ କରିଥିଲା। ଗୁରୁତର ଜିତୁଙ୍କୁ ପୋଲିସ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରିଥିଲା। ସେ ସୁସ୍ଥ ହେବା ପରେ ଗୋପାଳପୁର ଥାନା କେସ୍‌ ନଂ. ୩୮/୧୬ରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ପରେ ତଦନ୍ତକାରୀ ଅଧିକାରୀ କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ। ମାମଲାର ବିଚାର ଚାଲିଥିବା ବେଳେ ଉଭୟ ଥାନାର ତତ୍କାଳୀନ ଅଧିକାରୀ କୋର୍ଟରେ ତାଙ୍କ ବୟାନ ଦେଇଥିଲେ। ବୁଧବାର ଏହି ମାମଲାର ଶୁଣାଣି ପାଇଁ ଜିତୁଙ୍କୁ ପୋଲିସ କୋର୍ଟରେ ହାଜର କରିଥିଲା। ୧୬ ସାକ୍ଷୀଙ୍କ ବୟାନକୁ ଆଧାର କରି ଉପଯୁକ୍ତ ପ୍ରମାଣ ଅଭାବରୁ ଏସିଜେଏମ୍‌ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ମୁଦାଲାଙ୍କ ପକ୍ଷରୁ ଆଇନଜୀବୀ ମନୋଜ ପାଣିଗ୍ରାହୀ, ମହେନ୍ଦ୍ର ଶତପଥୀ ଓ ସରୋଜ କୁମାର ଗୌଡ଼ ମକଦ୍ଦମା ପରିଚାଳନା କରିଥିଲେ॥


Enter your email to get our daily news in your inbox.

All Right Reserved By Dharitri.Com

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri