ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ବବ୍‌ଲୁ ଆହତ

କଟକ ଅଫିସ୍‌, ୧୧।୧୨: କଟକ ନାରାଜରେ ବୁଧବାର ସକାଳେ ପୋଲିସ ଏନକାଉଣ୍ଟର କରିଛି। ଚୌଦ୍ୱାର ପୋଲିସ ଓ ସ୍ପେଶାଲ ସ୍କ୍ବାଡର ମିଳିତ ଭାବେ କରାଯାଇଥିବା ଏହି ଏନକାଉଣ୍ଟରରେ କୁଖ୍ୟାତ ଡକାୟତ ସଚିନ ପାୱାର ଓରଫ ବବୁଲ ଆହତ ହୋଇଛନ୍ତି। ବବୁଲଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବା ବେଳେ ଚିକିତ୍ସା ପାଇଁ ତାଙ୍କୁ ଏସସିବି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବବଲୁଙ୍କ ଠାରୁ ଏକ ୭.୬୨ ଏମଏମ ବନ୍ଧୁକ, ୨ଟି ଜୀବନ୍ତ ଗୁଳି ଓ ୩ଟି ଖୋକା ଜବତ କରାଯାଇଛି। ବବଲୁଙ୍କ ଘର ମହାରାଷ୍ଟ୍ର ଅମରାବତୀ ଜିଲାରେ ହୋଇଥିବା ବେଳେ ସେ କଟକ ଜଗତପୁର ଅଞ୍ଚଳରେ ରହୁଥିଲେ।
ସୂଚନା ଅନୁଯାୟୀ, ବୁଧବାର ଭୋର ପ୍ରାୟ ୪ଟା ସମୟରେ ବବଲୁ ଓ ତାଙ୍କ ସାଥୀ ନରାଜ ବଜାର ଅଞ୍ଚଳରେ ଏକ ପରିତ୍ୟକ୍ତ ସରକାରୀ ଗୋଦାମ ଘରେ ଲୁଚିଥିବା ନେଇ ପୋଲିସ ଜାଣିବାକୁ ପାଇଥିଲା। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଉକ୍ତ ଗୋଦାମକୁ ଚାରିପଟରୁ ଘେରିଯାଇଥିଲେ। ପୋଲିସକୁ ଦେଖି ବବଲୁ ଓ ତାଙ୍କ ୨ଜଣ ସାଥି ଗୁଳି ଚଳାଇଥିଲେ। ଅଭିଯୁକ୍ତମାନେ ପୋଲିସ ଉପରକୁ ୩ ରାଉଣ୍ଡ ଗୁଳି ଚଳାଇଥିଲେ। ଏହାର ଯବାବରେ ନିଜକୁ ବଞ୍ଚେଇବାକୁ ଯାଇ ଚୌଦ୍ୱାର ଥାନା ଅଧିକାରୀଙ୍କ ୨ ରାଉଣ୍ଡ ଗୁଳି ଚଳାଇଥିଲେ। ଗୁଳି ବବଲୁଙ୍କ ଡାହାଣ ଗୋଡ଼ରେ ବାଜିଥିବା ବେଳେ ଅନ୍ୟ ୨ ସହଯୋଗୀ ଖସିଯାଇଥିଲେ। ପୋଲିସ ବବଲୁଙ୍କୁ କାବୁ କରିଥିଲା। ଏହି ଏନକାଉଣ୍ଟର ସମୟରେ ଚୌଦ୍ୱାର ଥାନାର ୩ ଜଣ ପୋଲିସ କର୍ମଚାରୀ ମଧ୍ୟ ଆହତ ହୋଇଥିବା ନେଇ କଟକ ଡିସିପି ଆଖିଳେଶ୍ୱର ସିଂ ସୂଚନା ଦେଇଛନ୍ତି। ବବଲୁଙ୍କ ନାଁ ରେ ପୂର୍ବରୁ ବିଭିନ୍ନ ଜିଲାରେ ଏକାଧିକ ମାମଲା ରହିଛି। ସେହିଭଳି ସୋମବାର ଚୌଦ୍ୱାର ଅଞ୍ଚଳରେ ଏକ ସୁନା ଦୋକାନରୁ ଲୁଟ ଉଦ୍ୟମ ସମୟରେ ସେହି ଗ୍ୟାଙ୍ଗର ୮ ଜଣ ସଦସ୍ୟଙ୍କୁ ଚୌଦ୍ୱାରା ପୋଲିସ ଗିରଫ କରିଥିବା ବେଳେ ବବଲୁ ଓ ତାଙ୍କର ଅନ୍ୟ ୨ଜଣ ସାଥୀ ଖସିଯାଇଥିଲେ। ତେବେ ବବଲୁଙ୍କ ୨ ସହଯୋଗୀଙ୍କୁ ଧରିବା ପାଇଁ ପୋଲିସ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?