Posted inଜାତୀୟ

ପୋଲିସ କର୍ମୀଙ୍କ ଟିକ୍‌ଟକ୍‌ ଭିଡିଓ ଭାଇରାଲ: ଜବାବ ତଲବ କଲେ ଏସ୍‌ଏସ୍‌ପି

ଲକ୍ଷ୍ନୌ,୧୭।୯: ବର୍ତ୍ତମାନ ଦେଶରେ ସୋସିଆଲ ମିଡିଆରେ ଟିକ୍‌ଟକ୍‌ର ଟ୍ରେଣ୍ଡ ଚାଲିଛି। ଏନେଇ ଛୁଆଙ୍କଠାରୁ ଆରମ୍ଭ କରି ବୃଦ୍ଧ ପର୍ଯ୍ୟନ୍ତ ସମସ୍ତଙ୍କ ମଧ୍ୟରେ ଟିକ୍‌ଟକ୍‌ ମାନିଆ ଦେଖାଦେଇଛି। ଯେଉଁଠି ଦେଖିବେ ଯାହାକୁ ଦେଖିବେ ନିଜର ଅଜବ ଅଜବ ଭିଡିଓ ତିଆରି କରିବାରେ ସମସ୍ତେ ମସ୍‌ଗୁଲ। ଏହି ପରିପ୍ରେକ୍ଷୀରେ ଜଣେ ପୋଲିସ କର୍ମୀଙ୍କ ଟିକ୍‌ଟକ୍‌ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓଟି ଉତ୍ତରପ୍ରଦେଶ ଲକ୍ଷ୍ନୌର ପିଜିଆଇ ଥାନା ଅଞ୍ଚଳରୁ ଆସିଛି। ସୂଚନାଯୋଗ୍ୟ, ସୋମବାର ସନ୍ଧ୍ୟାରେ ସାଉଥ ସିଟି ପୋଲିସ ଥାନାର ଇନ୍‌ଚାର୍ଜ ମହମ୍ମଦ ଆରିଫଙ୍କ ୨ଟି ଭିଡିଓ ଭାଇରାଲ ହେବାରେ ଲାଗିଛି। ୨ଟି ଭିଡିଓରେ ସେ ଥାନାରେ ବସିଥିବା ବେଳେ ପୋଲିସ ପୋଷାକ ପିନ୍ଧି ଡାଇଲଗ୍‌ କହୁଥିବାର ନଜର ଆସିଛନ୍ତି। ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଲକ୍ଷ୍ନୌର ଏସ୍‌ଏସ୍‌ପି କଳାନିଧି ନୌଥାନି ଭିଡିଓର ଯାଞ୍ଚ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଏହି ମାମଲାରେ ଥାନାର ଇନ୍‌ଚାର୍ଜଙ୍କୁ ଜବାବ ତଲବ କରିଛନ୍ତି ଏସ୍‌ଏସ୍‌ପି। ପର୍ବୂରୁ ମଧ୍ୟ ଉତ୍ତରପ୍ରଦେଶର ପୋଲିସକର୍ମୀଙ୍କ ଟିକ୍‌ଟକ୍‌ ଭିଡିଓ ଭାଇରାଲ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri