ପୋଲିସ ଗାଡ଼ି ଧକ୍କାରେ ଜଣେ ଗୁରୁତର: ଭଞ୍ଜନଗର-ଆସିକା ରାସ୍ତା ଅବରୋଧ

ଭଞ୍ଜନଗର,୨୧।୬(ଡି.ଏନ.ଏ)- ଗଞ୍ଜାମ ଜିଲା ଭଞ୍ଜନଗର ଦମକଳ କେନ୍ଦ୍ର ନିକଟରେ ଶୁକ୍ରବାର ଅପରାହ୍ନରେ ପୋଲିସ ଗାଡି (କୋର୍ଟ ଭ୍ୟାନ୍‌) ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କାଳିଆପଲ୍ଲୀର ପାଣୁ ମଲ୍ଲିକ (୫୦)। ଏହାର ପ୍ରତିବାଦରେ ସ୍ଥାନୀୟ ଲୋକେ ଭଞ୍ଜନଗର-ଆସିକା ମୁଖ୍ୟରାସ୍ତା ଅବରୋଧ କରିଥିଲେ। ପୋଲିସ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରି ରାସ୍ତାରୋକୋ ହଟାଇବା ସହ ନିଜଆଡୁ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।
ପ୍ରକାଶ ଯେ, ପାଣୁ ଅପରାହ୍ନ ଅପରାହ୍ନ ପ୍ରାୟ ୩ଟାରେ ଜିଲୁଣ୍ଡି ଅଭିମୁଖେ ଚାଲିଚାଲି ଯାଉଥିଲେ। ଏହି ସମୟରେ ଭଞ୍ଜନଗରରୁ ଛତ୍ରପୁର ଅଭିମୁଖେ ଯାଉଥିବା କୋର୍ଟ ଭ୍ୟାନ୍‌ଟି ପାଣୁଙ୍କୁ ପଛ ପଟୁ ଧକ୍କା ଦେଇଥିଲା। ପାଣୁଙ୍କୁ ଲୋକେ ଉଦ୍ଧାର କରି ଭଞ୍ଜନଗର ମେଡ଼ିକାଲକୁ ନେଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଲୋକେ ଦମକଳ କେନ୍ଦ୍ର ନିକଟରେ ଭଞ୍ଜନଗର-ଆସିକା ମୁଖ୍ୟରାସ୍ତା ଅବରୋଧ କରିଥିଲେ। ଫଳରେ ଅପରାହ୍ନ ୩ଟାରୁ ସାଢେ ୫ଟା ପର୍ଯ୍ୟନ୍ତ ଏହି ରାସ୍ତାରେ ଯାତାୟାତ ବନ୍ଦ ରହିଥିଲା। ପୋଲିସ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ସହ ଆଇନ ଅନୁଯାୟୀ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେବାପରେ ରାସ୍ତା ଅବରୋଧ ହଟିଥିଲା। ଦୁର୍ଘଟଣାପରେ ଗାଡ଼ି ଚାଳକ ଘଟଣାସ୍ଥଳରେ କୋର୍ଟ ଭ୍ୟାନ୍‌ ଛାଡ଼ି ପଳାଇଛନ୍ତି। ଦୁର୍ଘଟଣା ସମୟରେ ଉକ୍ତ ଭ୍ୟାନରେ ଚାଳକ ବ୍ୟତୀତ ଅନ୍ୟକେହି ନ ଥିବା ପୋଲିସ ସୂତ୍ରରୁ ପ୍ରକାଶ।
(((((ଫଟୋ୨୧ଏ-ଧକ୍କା ଦେଇଥିବା ପୋଲିସ ଗାଡ଼ି।


Enter your email to get our daily news in your inbox.

All Right Reserved By Dharitri.Com

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?