ପୋଲିସ ଗାଡ଼ି, ବାଇକ୍‌ ଦୁର୍ଘଟଣା: ୧୯ ଘଣ୍ଟାଧରି ଗ୍ରାମବାସୀଙ୍କ ରାସ୍ତା ଅବରୋଧ

ରଣପୁର,୧୯ା୪(ସ୍ବ.ପ୍ର.)-ନୟାଗଡ଼ ଜିଲା ଚାନ୍ଦପୁର ଥାନା କେରେଣ୍ଡାଟାଙ୍ଗୀ ପଞ୍ଚାୟତସ୍ଥ ରାଇପଡା ଛକରେ ବୁଧବାର ସନ୍ଧ୍ୟାରେ ଏକ ପୋଲିସ ବୋଲେରୋ ଗାଡି ଧକ୍କାରେ ସେହି ଗ୍ରାମର ବାଇକ୍‌ ଆରୋହୀ ସୁନୀଲ ଚମ୍ପତ୍ତି (୨୨) ଗୁରୁତର ହୋଇଥିଲେ। ଦୁର୍ଘଟଣା ଘଟାଇ ପୋଲିସ ଗାଡିଟି ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଥିଲା । ଉକ୍ତ ଘଟଣାକୁ ନେଇ ଗ୍ରାମବାସୀ ସନ୍ଧ୍ୟା ୭ ଟାରେ ରଣପୁର-ଚାନ୍ଦପୁର ରାସ୍ତା ରାଇପଡ଼ା ଛକଠାରେ ନିଆଁ ଜାଳି ରାସ୍ତାରୋକୋ କରିଥିଲେ।  ପ୍ରାୟ ୨ଶହରୁ ଊର୍ଦ୍ଧ୍ୱ ଲୋକ ଉତ୍ତେଜିତ ହୋଇ ଗଛ ପକାଇ ରାସ୍ତା ଅବରୋଧ କରିଥିଲେ।  ଫଳରେ ଯାତାୟାତ ପାଇଁ ସାଧାରଣଲୋକେ ହଇରାଣ ହୋଇଥିଲେ। ଏଥିଯୋଗୁ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନ ଅଟକି ରହିଥିଲା। ସ୍ଥାନୀୟ ଲୋକଙ୍କ ମଧ୍ୟରେ ଦିନସାରା ଉତ୍ତେଜନା ଲାଗି ରହିଥିଲା । ତେବେ ଗୁୁରୁବାର ଅପରାହ୍ନ ୨ଟାରେ ରଣପୁର ଥାନାରୁ ଅବସର ଗ୍ରହଣ କରିଥିବା ଥାନା ଅଧିକାରୀ ଗିରିଜା ଶଙ୍କର ରଥ ଏବଂ ସମାଜସେବୀ ତାରା ଆଚାର୍ଯ୍ୟ ଭୁବନେଶ୍ୱରରୁ ଆସୁଥିବାବେଳେ ରାସ୍ତାରୋକୋ ଯୋଗୁ ଆଗକୁ ଯାଇପାରି ନ ଥିଲେ। ଉକ୍ତ ଘଟଣା ନେଇ ରଥ ଆଇଜି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସହିତ ଫୋନରେ କଥାବାର୍ତ୍ତା ହେବା ସହ ଲୋକଙ୍କୁ ବୁଝାଶୁଝା କରିଥିଲେ। ଦୁର୍ଘଟଣାଗ୍ରସ୍ତ ଯୁବକଙ୍କୁ କ୍ଷତିପୂରଣ ସହିତ ପୋଲିସ ଗାଡି ଡ୍ରାଇଭର ଓ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ବିଭାଗ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଥିଲା। ଦୀର୍ଘ ୧୯ ଘଣ୍ଟା ପରେ ଅର୍ଥାତ୍‌ ଅପରାହ୍ନ ୨ ଟା ପରେ ରାସ୍ତାରୋକୋ ହଟି ରଣପୁର ଚାନ୍ଦପୁର ରାସ୍ତାରେ ଯାତାୟାତ ସ୍ବାଭାବିକ ହୋଇଥିଲା। ପ୍ରକାଶ ଯେ, ବୁଧବାର ସନ୍ଧ୍ୟାରେ ଶରଣକୂଳ ଏସ୍‌ଡିପିଓଙ୍କ ବୋଲେରୋ ଗାଡି ରଣପୁର ଅଭିମୁଖେ ଆସୁଥିବାବେଳେ ରାଇପଡା ଛକରେ ଏକ ହିରୋହୋଣ୍ଡା ଗାଡିକୁ ଧକ୍କା ଦେଇ ସେଠାରୁ ପଳାଇଥିଲା । ପଛରେ ଆସୁଥିବା ଏକ ପୋଲିସ ଗାଡି ଦୁର୍ଘଟଣାଗ୍ରସ୍ତ ଯୁବକ ସୁନୀଲଙ୍କୁ ଉଦ୍ଧାର କରି ରଣପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ସେଠାରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ  ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱରକୁ ସ୍ଥାନାନ୍ତରିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁମାର ପୂର୍ଣ୍ଣିମା, ଗଜଲକ୍ଷ୍ମୀ ପୂଜା ତାରିଖକୁ ନେଇ ଦ୍ୱନ୍ଦ୍ୱ

ଭୁବନେଶ୍ୱର,୫ା୧୦: ଓଡ଼ିଶାରେ ପାରମ୍ପରିକ ଭାବେ ଗୋଟିଏ ଦିନରେ ପାଳନ କରାଯାଉଥିବା କୁମାର ପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜାର ତାରିଖକୁ ନେଇ ଚଳିତ ଦ୍ୱନ୍ଦ୍ୱ ଦେଖାଦେଇଛି। କ୍ୟାଲେଣ୍ଡରରେ...

ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ବରଗଡ଼,୫ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜଣାଶୁଣା ରାଜନେତା, ବିରୋଧୀ ଦଳ ଉପନେତା, ରେଢ଼ାଖୋଲ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ, ପୂର୍ବତନ ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀ ଚାରୁଶୀଳା...

ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର: ସମସ୍ୟାର ତ୍ୱରିତ୍‌ ସମାଧାନ ନିର୍ଦ୍ଦେଶ

ସୋହେଲା,୧୯।୫(ଅଶ୍ବିନୀ ପାତ୍ର):ବରଗଡ ଜିଲା ସୋହେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।...

କବାଟ ଭାଙ୍ଗି ଘରୁ ସୁନାଗହଣା, ଟଙ୍କା ଚୋରି

ଦିଗପହଣ୍ଡି,୯ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଗୁଡ଼ିଆଗଳି ବାସିନ୍ଦା ସୁଦର୍ଶନ ସାହୁଙ୍କ ଘରୁ ଦୁର୍ବୃତ୍ତମାନେ ପ୍ରାୟ ୪୦ ହଜାର ଟଙ୍କା ଏବଂ ବହୁ ପରିମାଣର ସୁନାଗହଣା...

ସୌଜନ୍ୟ ବଦଳରେ ସ୍ବଜନ୍ୟ ଲେଖାକୁ ନେଇ ଉଦବେଗ ପ୍ରକାଶ କଲେ ପର୍ଯ୍ୟଟକ

ଦାରିଙ୍ଗବାଡି, ୨୯।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଓଡିଶାର କାଶ୍ମୀର ଭାବେ ବହୁ ପରିଚିତ। ଦୈନିକ ଶହ ଶହ ପର୍ଯ୍ୟଟକ ଦାରିଙ୍ଗବାଡିକୁ ବୁଲିବାକୁ ଆସୁଛନ୍ତି...

ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ କରିଥିଲେ ହତ୍ୟା: କୋର୍ଟ ଶୁଣାଇଲେ ଆଜୀବନ କାରାଦଣ୍ଡ 

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା  ଭଞ୍ଜନଗର ଥାନା ଅନ୍ତର୍ଗତ ଆଖୁପଦର ଗ୍ରାମର ଗୀତାଞ୍ଜଳୀ ମୁଳିଙ୍କୁ ତାଙ୍କ ସ୍ବାମୀ ରାଜୁ ମୁଳିି ୨୦୨୩ ମସିହା ମେ ମାସ...

ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ନେଇ ଯାଉଥିବା ବୋଲେରୋ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

ରାଜନଗର,୨୧ା୨( ଭାସ୍କର ରାଉତରାୟ ): ମାଟ୍ରିକ ପିଲାଙ୍କୁ ନେଇ ପରୀକ୍ଷାକେନ୍ଦ୍ରକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ଏକ ବୋଲେରୋ। ଫଳରେ ବୋଲେରୋରେ ଥିବା ୧୧ ପରୀକ୍ଷାର୍ଥୀ...

ଅଟୋ ଚଲାଇଲେ ମନ୍ତ୍ରୀ, ବସିଲେ ଏମ୍‌ଏଲ୍‌, ଏମ୍‌ପି

ଗଜପତି,୭।୧୧(ଗିରିଧାରୀ ପରିଛା): ଦିନିକିଆ ଗଜପତି ଜିଲା ଗସ୍ତରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ  ଗକୁଳ ମଲ୍ଲିକ। ୨ଦିନ ଧରି ପ୍ରଶାସନିକ ତରଫରୁ ଆୟୋଜିତ ମତ୍ସ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri