ପୋଲିସ ଛାଉଣୀରେ ଆରମ୍ଭ ହେଲା ଉଚ୍ଛେଦ ପ୍ରକ୍ରିୟା : ବଇଣ୍ଡାରେ ୩ ଦିନ ପାଇଁ ୧୪୪ ଧାରା ଜାରି

ବଇଣ୍ଡା,୧୧।୯(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ମୁଖ୍ୟ ବ୍ୟବସାୟିକ କେନ୍ଦ୍ରସ୍ଥଳୀ ବଇଣ୍ଡା ଛକରେ ଜାତୀୟ ରାଜପଥ ବିଭାଗ ଓ ପ୍ରଶାସନ ପକ୍ଷରୁ ବୁଧବାର ଉଚ୍ଛେଦ ପକ୍ରିୟା ଆରମ୍ଭ ହୋଇଛି। ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ଦୋକାନ ଓ ଘର ଗୁଡ଼ିକ ସହ ସରକାରୀ କାର୍ଯ୍ୟାଳୟକୁ ଭଙ୍ଗାଯାଇଛି। ବିଶେଷ କରି ଉଚ୍ଛେଦ ସମୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତକୁ ଦୃଷ୍ଟିରେ ରଖି ୧୧, ୧୨, ୧୩ ତିନି ଦିନ ପାଇଁ ବଇଣ୍ଡା ଅଞ୍ଚଳରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଲାଗୁ କରାଯାଇଛି।
ଉକ୍ତ ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ମେ ୨୦୧୮ରେ ବଇଣ୍ଡା ଅଞ୍ଚଳରେ ଉଚ୍ଛେଦ ଆରମ୍ଭ ହୋଇଥିଲା। ସେହି ସମୟରେ ବଇଣ୍ଡାର ୮୦ ପ୍ରତିଶତ ଭଙ୍ଗାଯାଇଥିବାବେଳେ ୪ ଶହ ଉଠା ଦୋକାନୀ କ୍ଷତିଗ୍ରସ୍ତ ହୋଇ ଜୀବିକା ହରାଇଥିଲେ। ହେଲେ ୧୭ ଜଣ କ୍ଷତିଗ୍ରସ୍ତ ପ୍ରଜାଙ୍କୁ କ୍ଷତିପୂରଣ ଦିଆଯାଇ ନ ଥିବା ସହ ୨ କ୍ଷତିଗ୍ରସ୍ତ ପ୍ରଜାଙ୍କ କୋର୍ଟରେ ଜମିକୁ ନେଇ ମାମଲା ଥିବାବେଳେ ଏହାକୁ ଭଙ୍ଗାଯାଇ ପାରି ନ ଥିଲା। ପରବର୍ତ୍ତୀ ସମୟରେ ପୁଣି ଉଚ୍ଛେଦ ପାଇଁ ୧୧, ୧୨, ୧୩ ୩ ଦିନ ଧରି ଉଚ୍ଛେଦ କରିବା ପାଇଁ ସମୟ ଧାର୍ଯ୍ୟ କରାଯାଇଥିଲା। ବୁଧବାର ସକାଳେ ବାକି ରହିଥିବା ୧୭ କ୍ଷତିଗ୍ରସ୍ତ ପ୍ରଜାଙ୍କ ଗୃହ ଗୁଡ଼ିକ ଭଙ୍ଗାଯାଇଥିଲା। ଏପରିକି ୨ ଜଣ କ୍ଷତିଗ୍ରସ୍ତ ପ୍ରଜାଙ୍କ ଜମି ବିବାଦକୁ ନେଇ ଆଠମଲ୍ଲିକ କୋର୍ଟ ଓ ହାଇକୋର୍ଟରେ ମାମଲା ଚାଲିଥିବାବେଳେ ମଧ୍ୟ ପ୍ରଶାସନିକ ଅଧିକାରୀମାନେ ଏହାକୁ ଖାତିର ନ କରି ସକାଳ ୧୦ଟା ପରଠାରୁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ କରିଥିଲେ। କ୍ଷତିଗ୍ରସ୍ତ ୪ ଶହ ଉଠା ଦୋକାନୀଙ୍କୁ କ୍ଷତିପୂରଣ ଯୋଗାଇ ଦିଆଯାଇ ନ ଥିବା ଯୋଗୁ ଅସନ୍ତୋଷ ପ୍ରକାଶ ପାଇଥିଲା। ଏପରିକି ଅନେକ ଦୋକାନୀ ସେମାନଙ୍କ ଦୋକାନ ସାମଗ୍ରୀ ସ୍ଥାନାନ୍ତରିତ କରି ନ ଥିବାବେଳେ ତରବରିଆ ଭାବେ ଭଙ୍ଗାଯାଉଥିବା ଯୋଗୁ କେତେକ ଦୋକାନୀଙ୍କ ସାମଗ୍ରୀ ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି। ତୁରନ୍ତ ବଇଣ୍ଡାଠାରେ ଏକ ନୂତନ ବସ୍‌ଷ୍ଟାଣ୍ଡ ନିର୍ମାଣ କରି ଦୋକାନୀଙ୍କୁ ଥଇଥାନ କରିବା ପାଇଁ ବଇଣ୍ଡା ବ୍ୟବସାୟୀକ ସଂଘ ପକ୍ଷରୁ ଦାବି ହୋଇଛି। ଉଚ୍ଛେଦ ସମୟରେ ମାଜିଷ୍ଟେଟ ଭାବେ କିଶୋରନଗର ତହସିଲଦାର ଡ. ଲକ୍ଷ୍ମୀପ୍ରସାଦ ସାହୁ, ଅନୁଗୋଳ ଭୂ-ଅର୍ଜନ ଅଧିକାରୀ ବସନ୍ତ କୁମାର ଦାସ, ଆଠମଲ୍ଲିକ ଏସ୍‌ଡିପିଓ ଶେଖ ଅବଦୁଲ କରିମ, ହଣ୍ଡପା ଆଇଆଇସି ଲବ ବୋଡା, କିଶୋରନଗର ଆଇଆଇସି ପ୍ରତିଭା ମାଝିଙ୍କ ସମେତ ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର…

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?