ପୋଲିସ ଜାଲରେ ଲୁଟେରା ଗ୍ୟାଙ୍ଗ: ମାରଣାସ୍ତ୍ର ଜବତ, ୨ ଗିରଫ

ବସ୍ତା, ୧।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ୬୦ନମ୍ବର ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ବସ୍ତା ବାଇପାସ୍‌ ନିକଟ ଏକ ବ୍ରିଜ୍‌ଠାରେ ମଙ୍ଗଳବାର ରାତିରେ ପୋଲିସ ଚଢ଼ାଉ କରି ଏକ ଲୁଟେରା ଗ୍ୟାଙ୍ଗ ଠାବ କରିଛି। ଏହି ଗ୍ୟାଙ୍ଗର ୨ଜଣଙ୍କୁ ପୋଲିସ ଗିରଫ କରିଥିବାବେଳେ ଅନ୍ୟ ୪ ଜଣ ଫେରାର ହୋଇଯାଇଛନ୍ତି। ଗିରଫ ଦୁଇ ଲୁଟେରା ହେଲେ ଏହି ଥାନା ଅନ୍ତର୍ଗତ ସାମରାଇପୁର ଗ୍ରାମର ଅନାମ ଓରଫ ଦେବାଶିଷ ଜେନା ଏବଂ ଉଇଟିକିରି ଗ୍ରାମର ବଣ୍ଟି ଓରଫ ସ୍ବାଭିମାନ ସାଗରଜ୍ୟୋତି ଜେନା। ସେମାନଙ୍କଠାରୁ ଏକ ଚୋରି ବାଇକ୍‌ ସହ ତେଲେଙ୍ଗା କଟୁରୀ, ଲୁହାରଡ଼, ଛୁରୀ, ଭୁଜାଲି ଆଦି ମାରଣାସ୍ତ୍ର ଜବତ ହୋଇଛି। ଏ ନେଇ ଥାନାରେ ଧାରା ୩୯୯, ୪୦୨ ଆଇପିସି/୨୫ ଆର୍ମ୍‌ସ ଆକ୍ଟରେ ଏକ ମାମଲା(ନଂ. ୪୫୦/୧୯) ରୁଜୁ କରାଯାଇ ଗିରଫ ଅନାମ ଓ ବଣ୍ଟିଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଥିବା ପୋଲିସଠାରୁ ସୂଚନା ମିଳିଛି।
ଉକ୍ତ ବ୍ରିଜ୍‌ଠାରେ ଗ୍ୟାଙ୍ଗର ୬ ଜଣ ଯୁବକ ରାତିରେ ଏକ ଜୁଏଲାରୀ ଦୋକାନରୁ ଡକାୟତି ପାଇଁ ଯୋଜନା କରୁଥିଲେ। ବିଶେଷ ସୂତ୍ରରୁ ଖବର ପାଇ ଆଇଆଇସି ଶୁଭ୍ରାଂଶୁ ଶେଖର ନାୟକଙ୍କ ନେତୃତ୍ୱରେ ଏକ ପୋଲିସ ଟିମ୍‌ ସେଠାରେ ଅତର୍କିତ ଚଢ଼ାଉ କରି ଅନାମ ଓ ବଣ୍ଟିଙ୍କୁ ଗିରଫ କରିବାରେ ସମର୍ଥ ହୋଇଥିଲା। ଅନ୍ୟ ୪ଜଣ ସେଠାରୁ ଚମ୍ପଟ ମାରିଥିଲେ। ଏହି ଗ୍ୟାଙ୍ଗ ଜିଲାରେ ବିଭିନ୍ନ ଲୁଟ୍‌, ଛିନ୍‌ତାଇ, ରାହାଜାନୀ, ଡକାୟତି ଓ ବାଇକ୍‌ ଚୋରି ମାମଲାରେ ସମ୍ପୃକ୍ତ ଥିବା ପୋଲିସ କହିଛି। ଅଭିଯୁକ୍ତଙ୍କ ନାମରେ ପୂର୍ବରୁ ବସ୍ତା ଥାନାରେ ୫ରୁ ଊର୍ଦ୍ଧ୍ୱ ମାମଲା ରହିଛି। ଜିଲାର ଅନ୍ୟ ଥାନାରେ ମଧ୍ୟ ଗିରଫ ଓ ଫେରାର ଅଭିଯୁକ୍ତଙ୍କ ନାମରେ ବହୁ ଅପରାଧିକ ମାମଲା ରହିଥିବା ଜଣାପଡ଼ିଛି। ଗିରଫ ଅଭିଯୁକ୍ତଙ୍କ ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲ୍‌ ହାଜତକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ଛତ୍ରପୁର ପୌରପାଲିକାରେ ମିଶ୍ରଣକୁ ବିରୋଧ: ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୨୦।୨(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନକୁ ନେଇ ଅସନ୍ତୋଷ ଲାଗିରହିଛି। ଗୋଟିଏ ପଟେ ଛତ୍ରପୁର ପୌରପାଳିକାରେ ଆର୍ଯ୍ୟପଲ୍ଲୀ, କଣମଣା, ପୋ ଅଗସ୍ତିନୂଆଗାଁ ଓ ଚିକଲଖଣ୍ଡି ଆଦି ୫ଟି…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri