ପୋଲିସ ଡିଜି ଭାବେ ଦାୟିତ୍ୱ ଗ୍ରହଣକଲେ ବି.କେ. ଶର୍ମା

ଭୁବନେଶ୍ୱର, ୮।୮(ବ୍ୟୁରୋ): ବରିଷ୍ଠ ଆଇପିଏସ୍‌ ଅଧିକାରୀ ବିଜୟ କୁମାର ଶର୍ମା ଗୁରୁବାର ପୋଲିସ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ଡିଜିପି ଥିବା ଡା. ରାଜେନ୍ଦ୍ର ପ୍ରଶାଦ ଶର୍ମା ଲୋକାୟୁକ୍ତ ସଦସ୍ୟ ଭାବେ ମନୋନୀତ ହେବା ପରେ ବର୍ତ୍ତମାନର ଅଗ୍ନିଶମ ବିଭାଗ ଡିଜି ବିଜୟ କୁମାର ଶର୍ମାଙ୍କୁ ଡିଜିପି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ନୂଆ ଡିଜିପି ନିଯୁକ୍ତ ହେବା ପର୍ଯ୍ୟନ୍ତ ସେ ରାଜ୍ୟର ପୋଲିସ ମୁଖ୍ୟ ଭାବେ କାର୍ଯ୍ୟ କରିବେ। ପୋଲିସ ଡିଜି ଥିବା ଡା. ଆର୍‌. ପି ଶର୍ମା ଲୋକାୟୁକ୍ତ ସଦସ୍ୟ ଭାବେ ମନୋନୀତ ହେବାପରେ ଏହି ପଦକୁ ନେଇ ଏକାଧିକ ନାମ ଚର୍ଚ୍ଚାକୁ ଆସିଥିଲା।

ଶେଷରେ ୧୯୮୬ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇପିଏସ୍‌ ଅଫିସର ତଥା ରାଜ୍ୟ ଅଗ୍ନିଶମ ଡିଜି ଶର୍ମାଙ୍କୁ ଏହି ନୂଆ ଅତିରିକ୍ତ ଦାୟିତ୍ୱ ମିଳିଛି। ଶର୍ମା ୩୩ ବର୍ଷ ଧରି ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଅଧୀନରେ ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ କାର୍ଯ୍ୟ କରିଆସିଛନ୍ତି। ୨୦୦୮ରୁ ୨୦୧୨ ପର୍ଯ୍ୟନ୍ତ କଟକ-ଭୁବନେଶ୍ୱର ପୋଲିସ କମିଶନର ଦାୟିତ୍ୱ ସମ୍ଭାଳିଛନ୍ତି।

ଆଇନ ଶୃଙ୍ଖଳା ଓ ଅପରାଧ ନିୟନ୍ତ୍ରଣ ଉପରେ ନୂଆ ପୋଲିସ ଡିଜି ବିଜୟ କୁମାର ଶର୍ମାଙ୍କର ଫୋକସ୍‌ ରହିଛି। ଏବେ ରାଜ୍ୟ ପୋଲିସର ତଦନ୍ତ ତରିକା ବଦଳିବ। ଆଉ ପୁରୁଣା ପଦ୍ଧତି ନୁହେଁ, ଅନୁସନ୍ଧାନରେ ନୂଆ ଟେକ୍‌ନୋଲୋଜିକୁ ଗୁରୁତ୍ୱ ଦିଆଯିବ। ପୋଲିସ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିବା ପରେ ବିଜୟ କୁମାର ଶର୍ମା ଏହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri