ପୋଲିସ ଡିଜି ଭାବେ ଦାୟିତ୍ୱ ନେଲେ ସତ୍ୟଜିତ

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ)/ କଟକ ଅଫିସ: ପୋଲିସ ଡିଜି ସମେତ ଅଗ୍ନିଶମ ଓ ହୋମ୍‌ଗାର୍ଡ ଡିଜି ଥିବା ବିଜୟ କୁମାର ଶର୍ମାଙ୍କୁ ବଦଳି ପରେ ୧୯୮୬ ବ୍ୟାଚ୍‌ର ଓଡିଶା କ୍ୟାଡର ଆଇପିଏସ୍‌ ଅଫିସର ଅଭୟଙ୍କୁ ନୂଆ ଡିଜିପି ଭାବେ ନିଯୁକ୍ତ କରାଯାଇଛି। ହାଇଦ୍ରାବାଦସ୍ଥିତ ଜାତୀୟ ପୋଲିସ ଏକାଡେମୀର ଡିଜି ଭାବେ କାର୍ଯ୍ୟ କରୁଥିବା ଅଭୟ ୭ଦିନ ମଧ୍ୟରେ କାର୍ଯ୍ୟରେ ଯୋଗଦେବେ। ତେଣୁ ଅନ୍ତରୀଣ ଡିଜିପି ଭାବେ ସତ୍ୟଜିତ୍‌ ମହାନ୍ତିଙ୍କୁ ଅବସ୍ଥାପିତ କରାଯାଇଛି। ଏଥିସହ ତାଙ୍କୁ ଗୋଇନ୍ଦା ଡିଜି ଭାବେ ମଧ୍ୟ ନିଯୁକ୍ତ କରାଯାଇଛି। ଗୁରୁବାର ସତ୍ୟଜିତ ବିଧିବଦ୍ଧ ଭାବେ ଦୁଇ ନୂଆ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବାହ୍ନ ୧୦ଟାରେ କଟକ ବକ୍ସିବଜାରସ୍ଥିତ ପୋଲିସ ମୁଖ୍ୟାଳୟରେ ପହଞ୍ଚତ୍ବା ପରେ ତାଙ୍କୁ ଗାର୍ଡ ଅଫ୍‌ ଅନର୍‌ ଦିଆଯାଇଥିଲା। ଏହି ଅବସରରେ ସେ ଗଣମାଧ୍ୟମକୁ ସୂଚନା ଦେଇ କହିଲେ, ସରକାର ମୋ ଉପରେ ଆସ୍ଥା ପ୍ରକଟ କରିଥିବାରୁ ମୁଁ କୃତଜ୍ଞତା ଜଣାଉଛି। ରାଜ୍ୟର ଆଇନ ଶୃଙ୍ଖଳା ରକ୍ଷା କରିବା ପାଇଁ ଚେଷ୍ଟା ଜାରି ରଖିବି।
ଏହାପରେ ସତ୍ୟଜିତ ମହାନ୍ତି ଭୁବନେଶ୍ୱରସ୍ଥିତ ରାଜ୍ୟ ଗୋଇନ୍ଦା ବିଭାଗ କାର୍ଯ୍ୟାଳୟରେ ପହଞ୍ଚତ୍ ଦାୟିତ୍ୱ ଗ୍ରହଣ କରିଥିଲେ। ସେ କହିଲେ, ପୋଲିସ ବିଭାଗରେ ଯେଉଁ ସମ୍ବଳ ଓ ଲୋକବଳ ଅଛି, ତାହାକୁ ସାଥିରେ ନେଇ କାମ କରିବି। ବିଶେଷକରି ମାଓବାଦୀ କାର୍ଯ୍ୟକଳାପକୁ ରୋକିବା ପାଇଁ ପଦେକ୍ଷପ ନିଆଯିବ। ମାଓବାଦୀ ଦମନରେ ଓଡ଼ିଶାର ସୁନାମ ବଜାୟ ରହିବ। ମାଓବାଦୀ ପ୍ରଭାବିତ ରାଜ୍ୟଗୁଡିକ ମଧ୍ୟରେ ସମନ୍ବୟ ରଖିବା ଉପରେ ଗୁରୁତ୍ୱ ଦିଆଯିବ। ଗୋଇନ୍ଦା ତଥ୍ୟ ବିନିମୟକୁ ଅଧିକ କ୍ରିୟାଶୀଳ କରାଯିବ।
ଜେଲ ବିଭାଗ ଡିଜି ଥିବାବେଳେ କିଛି କାର୍ଯ୍ୟ ରହିଛି କି ପ୍ରଶ୍ନରେ ସେ କହିଲେ, ରାଜ୍ୟର ଜେଲରେ ରହୁଥିବା କଏଦୀମାନେ ଶାରୀରିକ ଓ ମାନସିକସ୍ତରରେ ସୁସ୍ଥ ରୁହନ୍ତୁ। ସେମାନେ ଜେଲରୁ ବାହାରିବା ପରେ ସ୍ବାବଲମ୍ବୀ ହୋଇପାରିବେ। ସେଥିପାଇଁ ଜେଲରେ ଇ-ପ୍ରିଜମ୍‌ ବ୍ୟବସ୍ଥା ଏବଂ ମନୋରଞ୍ଜନ ପାଇଁ ପଦକ୍ଷେପର ଆବଶ୍ୟକତା ରହିଛି। ଅନ୍ୟପକ୍ଷରେ ପୋଲିସ ଡିଜିଭାବେ ନିଯୁକ୍ତ ହୋଇଥିବା ଆଇପିଏସ୍‌ ଅଭୟ କହିଛନ୍ତି, ସରକାର ତାଙ୍କୁ ଡିଜିପି ଭାବେ ଯେଉଁ ଗୁରୁଦାୟିତ୍ୱ ଦେଇଛନ୍ତି, ତାହାକୁ ଠିକ୍‌ ଭାବେ ପାଳନ କରିବେ। ଓଡ଼ିଶାର ଲୋକଙ୍କ ସେବା କରିବା ପାଇଁ ବଦ୍ଧପରିକର ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri