Posted inଭଦ୍ରକ

ପୋଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ

ଭଦ୍ରକ ଅଫିସ, ୧୧।୮ – ଭଦ୍ରକ ପୁରୁଣାବଜାର ଥାନା ପୋଲିସ ପକ୍ଷରୁ ଶନିବାର ଅପରାହ୍ନରେ ବିଭିନ୍ନ ଅଞ୍ଚଳରେ ଫ୍ଲାଗମାର୍ଚ୍ଚ କରାଯାଇଛି। ଆସନ୍ତା ସୋମବାର ପବିତ୍ର ଇଦ୍‌-ଉଲ୍‌-ଜୁହା ପର୍ବ ଶାନ୍ତିଶୃଙ୍ଖଳା ଭାବେ ପାଳନ କରାଯିବା ପାଇଁ ଏହି ଫ୍ଲାଗମାର୍ଚ୍ଚ କରାଯାଇଥିବା ସୂଚନା ମିଳିଛି। ପୁରୁଣାବଜାର ଥାନା ଅଞ୍ଚଳର ସରକାରନଗର, ହଳଦୀଡିହ ବାଇପାସ୍‌, ପଠାଣସାହି ଓ ଏହା ଆଖପାଖ ଅଞ୍ଚଳରେ ଫ୍ଲାଗମାର୍ଚ୍ଚ କରାଯାଇଥିବାବେଳେ ଥାନାଧିକାରୀ ପ୍ରଜ୍ଞା ମହାନ୍ତି ନେତୃତ୍ୱ ନେଇଥିଲେ। ଏହି ଅଞ୍ଚଳର ବିଭିନ୍ନ ସମ୍ବେଦନଶୀଳ ଛକରେ ଏବେଠାରୁ ପୋଲିସ ମୁତୟନ ହୋଇସାରିଥିବା ଜଣାପଡ଼ିଛି। ରାତିରେ ଏସ୍‌ଡିପିଓ ଜଳନ୍ଧର ଜାଲିଙ୍କ ନେତୃତ୍ୱରେ ଟାଉନ ଥାନାରେ ଉଭୟ ସମ୍ପ୍ରଦାୟର ନେତୃବୃନ୍ଦଙ୍କୁ ନେଇ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

ଖେଳୁଖେଳୁ ପୋଖରୀରେ ପଡ଼ିଗଲା ଶିଶୁପୁତ୍ର, ଖୋଜାଖୋଜି କରିବାରୁ…

ତିହିଡ଼ି,୫ା୧୨(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା କାଁପଡ଼ା ପଞ୍ଚାୟତ ଅଧୀନ ଚିଲପଦା ଗ୍ରାମରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଏକ ପୋଖରୀରୁ ଆଜି...

ଟ୍ରାକ୍ଟର ଧକ୍କାରେ କଲେଜ ଛାତ୍ରୀଙ୍କ ମୃତ୍ୟୁ: NH-୧୬ରେ ଅବରୋଧ କଲେ ଲୋକେ

ଭଦ୍ରକ,୪ା୧୨: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଜାତୀୟ ରାଜପଥ-୧୬...

ମଦ ପିଇବାକୁ ଟଙ୍କା ଦେଲେନି ମା’, ପେଟ୍ରୋଲ ଢାଳି ଜାଳିଦେଲେ ପୁଅ

ତିହିଡି଼, ୪।୧୨(ସଞ୍ଜିତ ବଳ): ଗୁରୁବାର ସକାଳୁ ସକାଳୁ ମା’କୁ ଟଙ୍କା ମାଗିଥିଲେ ପୁଅ । ପୁଅ ଟଙ୍କା ନେଇ ମଦ ପିଇବ ବୋଲି ମା’ ଜାଣିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri