ପୋଲିସ ପରିଚୟ ଦେଇ ଲୁଟ୍‌

ଭଦ୍ରକ ଅଫିସ, ୩୦।୮- ଭଦ୍ରକ ଚରମ୍ପା ପଥରଆଡ଼ି ରାସ୍ତାର ଏକ ଘରୋଇ ନର୍ସିଂହୋମ ନିକଟରେ ଶୁକ୍ରବାର ଅପରାହ୍ନରେ ସ୍ପଷ୍ଟ ଦିବାଲୋକରେ ନିଜକୁ ପୋଲିସ ଅଧିକାରୀ ପରିଚୟ ଦେଇ ଜଣେ ୭୦ ବର୍ଷୀୟା ବୃଦ୍ଧାଙ୍କଠାରୁ ସୁନାଚେନ୍‌ ଲୁଟି ନେଇଛନ୍ତି ଲୁଟେରା। ଉକ୍ତ ସୁନାଚେନ୍‌ର ମୂଲ୍ୟ ୧ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ବୃଦ୍ଧା ଜଣଙ୍କ କହିଛନ୍ତି। ସେ ଜଣେ ଖବରଦାତାଙ୍କ ମା’ ବୋଲି ଜଣାପଡ଼ିଛି। ଏ ନେଇ ଟାଉନ ଥାନାରେ ଅଭିଯୋଗ କରାଯାଇଛି।
ଲୁଟ୍‌ର ଶିକାର ହୋଇଥିବା ବୃଦ୍ଧା ଚରମ୍ପା କଣ୍ଟାପାଳ ଗଁାର କୁସୁମଲତା ଦାସ ଅଭିଯୋଗରେ ଦର୍ଶାଇଛନ୍ତି ଯେ, ସେ ଚରମ୍ପା ବଜାରରରୁ ଏକୁଟିଆ ଚାଲି ଚାଲି ଘରକୁ ଫେରୁଥିଲେ। ଦୁଇଜଣ ଯୁବକ ତାଙ୍କୁ ଅଟକାଇ ନିଜକୁ ପୋଲିସର ପରିଚୟ ଦେଇଥିଲେ। ସୁନାଚେନ୍‌ ପିନ୍ଧି ବଜାରରେ ବୁଲିଲେ ଲୁଟେରାମାନେ ଲୁଟ୍‌ ପାଇଁ ହତ୍ୟା କରିପାରନ୍ତି ବୋଲି କହି ସେମାନେ ତାଙ୍କୁ ଭୟଭୀତ କରାଇଥିଲେ। ସୁନାଚେନ୍‌ ବେକରୁ ଓହ୍ଲାଇ ଦିଅ ବୋଲି କହି ଚେନ୍‌ଟି କାଢ଼ିନେଇ ତାଙ୍କ ବ୍ୟାଗ୍‌ରେ ରଖିବା ଆଳରେ ଲୁଟି ନେଇ ଫେରାର ହୋଇଯାଇଥିଲେ। ସେ ଘରକୁ ଆସି ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ କହିଥିଲେ। ଉଲ୍ଲେଖନୀୟ ଯେ, ଭଦ୍ରକ ସହରରେ ଏହିଭଳି ଏକାଧିବାର ପୋଲିସର ପରିଚୟ ଦେଇ ଲୁଟ୍‌ ଘଟଣା ଘଟିସାରିଛି। ଗୁରୁବାର ସନ୍ଥିଆ ଅଞ୍ଚଳରେ ଜଣେ ମହିଳାଙ୍କଠାରୁ ସୁନା ଅଳଙ୍କାର ସଫା କରିବା ବାହାନାରେ ଅନୁରୂପ ଲୁଟ୍‌ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

୩ ବର୍ଷ ବିତିଯାଇଥିଲେ ସୁଦ୍ଧା ଧାନ ଖଳା ସମ୍ପୂର୍ଣ୍ଣ ହୋଇ ନ ଥିବାରୁ ଚାଷୀ ହଇରାଣ, ଏତେ ଲକ୍ଷ ଟଙ୍କାରେ…

କେସିଙ୍ଗା,୬।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri